କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ କରିବା ସହିତ କେତେକ ଜୀବନ ନେଇଛନ୍ତି। ବରୁଣେଇ ଜଙ୍ଗଲରୁ ଏକ ହାତୀ ନିଜ ମେଳଠାରୁ ଅଲଗା ହୋଇ କଣାସ ବ୍ଲକରେ ପ୍ରବାହିତ ହେଉଥିବା ରାଜୁଆ, ମକରାନଦୀ ପାର ହୋଇ କୋଟକଣା ମୌଜାର ଧାନ ବିଲରେ ପଶି ରହିଥିବା ଦେଖିବାକୁ ମିଳିଛି।

ହାତୀଟି ଗଡ଼ସାନପୁଟ, ଗଡ଼ବଡ଼ପୁଟ, କଣାସ ଗୋଲାବଜାର ଦେଇ ସିରେଇ, ଜଙ୍ଘାର, ରୁଢ଼ିପୁର ମୌଜା ଦେଇ କୋଟକଣା ମୌଜାରେ ରହିଛି। କଣାସ, ଡେଲାଙ୍ଗ ବନବିଭାଗ ରେଞ୍ଜର ଓ ବନକର୍ମଚାରୀ ହାତୀ ଚାରିପଟେ ଜଗି ରହିଛନ୍ତି। ଚାଷୀମାନେ ଖରାଟିଆ ଧାନ ଫସଲ ପାଇଁ ଜମିରେ ଆଛାର ପକାଇବା ସହିତ ଧାନ ରୁଆଇଛନ୍ତି। ଅନେକ ଜମିରେ ଧାନ ଥୋଡ଼ ହୋଇଥିବାରୁ ହାତୀ ଖୋଜରେ ଦଳିଦେବାରୁ ବ୍ୟାପକ ଫସଲ କ୍ଷତିଗ୍ରସ୍ତ ହୋଇଛି। ଫଳରେ ଚାଷୀ ମୁଣ୍ଡରେ ହାତଦେଇ ବସିଛନ୍ତି। ପ୍ରତିବର୍ଷ ହାତୀ କଣାସ ଅଞ୍ଚଳକୁ ଆସି ବ୍ୟାପକ ଫସଲ କ୍ଷତି କରିବା ସହିତ ଧନଜୀବନ ନଷ୍ଟ କରୁଥିବାରୁ ଏହାର ସ୍ଥାୟୀ ପ୍ରତିକାର ପାଇଁ ବନବିଭାଗ ଅଧିକାରୀ ଧ୍ୟାନଦେବାକୁ କଣାସ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?