ଶୋଇଥିଲେ ମହିଳା, ଘରେ ପଶି ଦଳିଦେଲା ହାତୀ

ବଲାଙ୍ଗୀର,୧୧ା୧୨(ସୁନିଲ କୁମାର ମହାନ୍ତି): ବଙ୍ଗୋମୁଣ୍ଡା ରେଞ୍ଜ ତୁରେକେଲା ଥାନା ଅନ୍ତର୍ଗତ ସାନବାଙ୍କୀ ଗାଁରେ ହାତୀ ଆକ୍ରମଣରେ ଜଣେ ମହିଳା଼ଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ହେଲେ ମନ୍ଦାର ପୁଟେଲ l ସ୍ବାମୀ, ଶ୍ୱଶୁର ଓ ତିନି ଛୋଟ ଛୁଆଙ୍କ ସହ ଶୋଇ ଥିବାବେଳେ ଏକ ବଣୁଆ ହାତୀ ଘର ଭାଙ୍ଗି ପଶି ଆସି ମହିଳାଙ୍କୁ ଦଳି ଦେଇଥିଲା। ତେବେ ଅନ୍ୟମାନେ ଅଳ୍ପକେ ବର୍ତ୍ତି ଯାଇଥିଲେ। ଗତ ଏକ ସପ୍ତାହ ହେଲା ନୂଆପଡ଼ା ଜିଲାରୁ ପ୍ରାୟ ୩୦ ଟିକିଆ ହାତୀ ଦଳ ଆସି ବଲାଙ୍ଗୀର ଜିଲାର ତୁରେକେଲା ବ୍ଲକ ଅଞ୍ଚଳରେ ଆତଙ୍କ ଖେଳାଉଛନ୍ତି। ଦିନବେଳା ଜଙ୍ଗଲରେ ରହି ରାତିରେ ଗାଁ ମୁହାଁ ହେଉଛନ୍ତି ହାତୀପଲ। ବୁଧବାର ରାତିରେ ଖାଇପିଇ ସାରି ପରିବାର ଲୋକେ ଶୋଇଥିବା ବେଳେ ଗାଁକୁ ପଶି ଆସିଥିଲେ ହାତୀପଲ। ଘରକୁ ଭାଙ୍ଗି ଶୋଇଥିବା ଅବସ୍ଥାରେ ଆକ୍ରମଣ କରିବାରୁ ମହିଳାଙ୍କ ମୃତ୍ୟୁ ହୋଇଥିଲା। ପ୍ରାଣ ବିକଳରେ ପରିବାରର ଅନ୍ୟ ସଦସ୍ୟମାନେ ଦୌଡ଼ି ଅନ୍ୟ ଘରକୁ ଯାଇଥିଲେ। ବନ ବିଭାଗ ଟିମ୍‌ ପହଞ୍ଚିଲା ପରେ ମୃତଦେହକୁ ଘର ଭିତରୁ ବାହାର କରାଯାଇଥିଲା। ତହସିଲଦାରଙ୍କ ଉପସ୍ଥିତିରେ ପୋଷ୍ଟମର୍ଟମ କରାଯାଇ ପରିବାରଙ୍କୁ ହସ୍ତାନ୍ତର କରାଯାଇଛି। ଫରେଷ୍ଟ ଡିପାର୍ଟମେଣ୍ଟ ପକ୍ଷରୁ ମୃତବ୍ୟକ୍ତିଙ୍କ ପରିବାରଙ୍କୁ ଅନୁକମ୍ପା ରାଶି ୧୦ ଲକ୍ଷ ଟଙ୍କା ଦିଆଯିବ ବୋଲି ଜଣାପଡ଼ିଛି।

ହାତୀପଲ ୭ ଦିନ ଧରି ଏହି ଅଞ୍ଚଳରେ ଆତଙ୍କ ସୃଷ୍ଟି କରୁଥିବା ବେଳେ ବଙ୍ଗୋମୁଣ୍ଡା ରେଞ୍ଜ ପକ୍ଷରୁ ହାତୀପଲଙ୍କୁ ଘଉଡ଼ାଇବା ପାଇଁ କୌଣସି ବ୍ୟବସ୍ଥା କରାଯାଇ ନ ଥିବାରୁ ଜଣଙ୍କ ଜୀବନ ଚାଲିଗଲା ଓ ପରିବାର ଅନ୍ୟମାନେ ଅଳ୍ପକେ ବର୍ତ୍ତି ଯାଇଥିବା ଗ୍ରାମବାସୀ କହିଛନ୍ତି। ତୁରନ୍ତ ହାତୀପଲଙ୍କଠାରୁ ଗାଁ ଲୋକଙ୍କୁ ସୁରକ୍ଷା ଦେବାକୁ ଦାବି ଜଣାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ଭେଲିଡେସନ ଆକ୍ଟକୁ ବିରୋଧ, ମାର୍ଚ୍ଚ ୨୫କୁ କଳା ଦିବସ ଭାବେ ପାଳିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର

ଭଞ୍ଜନଗର,୧୭ା୩(ବାବୁଲା ପ୍ରଧାନ): ଭଞ୍ଜନଗର ଓଡିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଆନୁକୂଲ୍ୟରେ ଭଞ୍ଜନଗରଠାରେ ସଂଘ ସଭାପତି ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

ରାସ୍ତା, ଷ୍ଟ୍ରିଟ୍‌ ଲାଇଟ୍‌ ସମସ୍ୟା ସମାଧାନ ଦାବି

ନନ୍ଦପୁର,୧୭ା୩(ତୁଷାର କାନ୍ତ ମହାନ୍ତି)-ନନ୍ଦପୁର ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ ସଦର ମହକୁମା ପଞ୍ଚାୟତରେ ଜନଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଦୁର୍ଗାପ୍ରସାଦ ଦୋରା, ସରପଞ୍ଚ…

ସିରିଜ୍‌କୁ ୧-୧ରେ ବରାବର କଲା ନ୍ୟୁଜିଲାଣ୍ଡ

ହାମିଲଟନ,୧୭ା୩: ଡେଭନ କନଓ୍ବେଙ୍କ ଅର୍ଦ୍ଧଶତକୀୟ ପାଳି ବଳରେ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାକୁ ୬୮ ରନରେ ପରାସ୍ତ କରିଛି। ଏହି ବିଜୟ ସହିତ ନ୍ୟୁଜିଲାଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri