ହାତୀ ଆତଙ୍କ : ଭୋକ ଉପାସରେ ରାତି କାଟିଲେ ଲୋକେ

ଜି.ଉଦୟଗିରି,୯ା୮(ଚିନ୍ମୟ କୁମାର ସେଠୀ): ପୁଣି ପିଡିକାମାହା ଅଞ୍ଚଳରେ ହାତୀ ଆତଙ୍କ ଖେଳିଯାଇଛି। ସନ୍ଧ୍ୟା ବେଳେ ଜଙ୍ଗଲୀ ଦନ୍ତାହାତୀ ପିଡିକାମାହା ମୁଖ୍ୟ ରାସ୍ତାରୁ ଆସି ନନ୍ଦଗିରି ପାଣି ଟାଙ୍କି ସାହିରେ ପଶି ଗୋଟିଏ ଘର ସମ୍ପୂର୍ଣ୍ଣ ଭାଙ୍ଗିବା ସହ ଖାଦ୍ୟ ପଦାର୍ଥ ନଷ୍ଟ କରିଥିବା ଦେଖିବାକୁ ମିଳିଛି।

ହାତୀ ଭୟରେ ରୋଷେଇ ବନ୍ଦ କରି ଜୀବନ ବିକଳରେ ପରିବାର ସହ ଭୋକ ଉପାସରେ ସାରା ରାତି ଛାତ ଉପରେ ଆଶ୍ରୟ ନେଲେ ନେଉଛନ୍ତି ଅନେକ ପରିବାର। ପ୍ରଭାବିତ ଗ୍ରାମରେ ହାତୀ ଭୟ ମୁକ୍ତ କେବେ ହେବେ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି।

ସ୍ଥାନୀୟ ବନ ବିଭାଗ ଟିମ୍‌ ସ୍ବତନ୍ତ୍ର ଡ୍ରାଇଭ କରି ହାତୀକୁ ଘଉଡ଼ାଇବାରେ ପ୍ରୟାସ କରିଥିଲା କିନ୍ତୁ ହାତୀ ନିଜ ଫେରିବା ପଥ ବଦଳାଇ ଦେବାରୁ ସଫଳତା ମିଳିନାହିଁ। ତଥାପି କୌଣସି ଅଘଟଣ ନ ଘଟୁ ସେଥିପାଇଁ ସ୍ଥାନୀୟ ବନ ବିଭାଗ କର୍ମଚାରୀ ହାତୀ ଉପରେ ଦୃଷ୍ଟି ରଖିବା ସହ ଗ୍ରାମବାସୀଙ୍କୁ ସଚେତନ କରୁଥିବା ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋଟଗଡ଼ରେ ବାଘ ଆତଙ୍କ: ଲଗାଗଲା ସ୍ବତନ୍ତ୍ର କ୍ୟାମେରା, ଗର୍ଜନରେ ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା, ୧୮।୩ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ ବାଘର ଗର୍ଜନକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ଖେଳିଯାଇଛି।…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ବ୍ରାହ୍ମଣୀଗାଁରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର; ଯୋଗଦେଲେ ୨୫୦ଜଣ, ଚି଼ହ୍ନଟ ହେଲେ ୧୮୫

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୧୮।୩(ଅରୁଣ ସାହୁ/ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୨୦୨୫/୨୬ଆର୍ଥିକ ବର୍ଷର ଦ୍ଵିତୀୟ ପର୍ଯ୍ୟାୟ ଭୀମଭୋଇ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

ଜମିପଟ୍ଟା ପ୍ରଦାନ ଦାବି, କୃଷକ ସଭା ପକ୍ଷରୁ ତହସିଲ ଅଫିସ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୧୮।୩(ସବିତାମିଶ୍ର): ଜମିହୀନଙ୍କୁ ଜମିପଟ୍ଟା ପ୍ରଦାନ ଦାବିରେ ଓଡିଶା କ୍ରୁଷକସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ପି ହରିକ୍ରୁଷ୍ଣରେଡୀଙ୍କ ନେତୃତ୍ବରେ ପୁରୁଷୋତ୍ତମପୁର ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ପ୍ରତିବାଦ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri