ଦିଗପହଣ୍ଡିରେ ମାତିଛି ଗୋଠଛଡ଼ା ହାତୀ: ଭୟଭୀତ ଅଞ୍ଚଳବାସୀ, ସନ୍ଧ୍ୟା ହେଲେ ପଡୁଛି ତାଟି କବାଟ…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତରେ ଗତ ୪ ଦିନ ହେବ ଗୋଟିଏ ଗୋଠଛଡ଼ା ହାତୀ ଘୁରି ବୁଲୁଛି। ସା ହେଲେ ହାତୀଟି ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମାଡ଼ି ଆସୁଛି। ଗୁରୁବାର ବିଳମ୍ବିତ ରାତିରେ ହାତୀଟି ଦିଗପହଣ୍ଡି ବ୍ଲକ ସିନ୍ଧବା ଗ୍ରାମ ନିକଟକୁ ଆସି ଜଣେ ଚାଷୀଙ୍କ ଖଳାରେ ଥିବା ଅମଳ ଧାନ ଖାଇ ଦେବାସହ କିଛି ଚାଷୀଙ୍କ ଅମଳଧାନ ଓ ପନିପରିବା ବାଡ ନଷ୍ଟ କରିଥିବା ଅଭିଯୋଗ ହୋଇଛି। ସେହିଭଳି ଚଷାନିମଖଣ୍ଡି ପଞ୍ଚାୟତ ବଡ଼ପଦା ଗ୍ରାମସ୍ଥିତ ଶ୍ରୀ ଉଦୟନାଥେଶ୍ୱର ଶୈବପୀଠରେ ଚାଲିଥିବା ବିଶ୍ୱଶାନ୍ତି ମହାଯଜ୍ଞରେ ସକାଳୁ ବିଳମ୍ବିତ ରାତି ଯାଏ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗି ରହୁଛି। ହାତୀ ଭୟ ଯୋଗୁ ଲୋକେ ସା ପୂର୍ବରୁ ଘରକୁ ଫେରିଯାଉଛନ୍ତି। ହାତୀ ଉପଦ୍ରବ ଯୋଗୁ ସିନ୍ଧବା, ଚଷାନିମଖଣ୍ଡିି, ଶ୍ୟାମସୁନ୍ଦରପୁର, ସୁଗୁଗା, ବିଦ୍ୟାଧରପୁର, ଗଡ ସାମନ୍ତରାପୁର, ଖମାରି ଗାଁ, କୁମୁଟି ପଙ୍କାଳ, ପୋଡ଼ାମାରି, ଡୋଳବ ପ୍ରଭୃତି ଗ୍ରାମମାନଙ୍କରେ ସା ହେଲେ ତାଟି କବାଟ ପଡିଯାଉଛି। ଲୋକେ ରାତିରେ ରାସ୍ତାରେ ଚଳପ୍ରଚଳ ହେବାକୁ ନିରାପଦ ମନେ କରୁନାହାନ୍ତି। ଗଜପତି ଜିଲା ଚନ୍ଦ୍ରଗିରି ବନାଞ୍ଚଳ ରେଞ୍ଜର ରୂପକ କୁମାର ପ୍ରଧାନ ସଦଳବଳେ ହାତୀ ଟ୍ରାକରଙ୍କ ସହାୟତାରେ ହାତୀକୁ ଜଙ୍ଗଲ ମଧ୍ୟକୁ ଘଉଡାଇଦେଇଛନ୍ତି। ହାତୀଟି ଲଖାରୀ ହାତୀ ଅଭୟାରଣ୍ୟ ନିକଟ ଝାଟିକାବାଡ଼ ଜଙ୍ଗଲରୁ ଚାଲିଆସିଥିଲା। ହାତୀଟି ପୁଣି ଜଙ୍ଗଲ ମଧ୍ୟକୁ ଚାଲିଯାଇଥିବା ରେଞ୍ଜର କହିଛନ୍ତି।

ପଢ଼ନ୍ତୁ…

ଅସଲି ଟ୍ରେଡିଂ କମ୍ପାନୀର ଫେକ୍‌ ଆପ୍‌, ହ୍ବାଟ୍ସଆପ୍‌ ଗ୍ରୁପ କରି ଲୁଟିଥିଲେ ୯୪.୬୨ ଲକ୍ଷ ଟଙ୍କା; ୩ ଯୁବକଙ୍କୁ ବାନ୍ଧିଲା…

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା…

ବର୍ଷୀୟାନ ସଂଗଠକଙ୍କୁ ଝୁରୁଛି ଗାଁ ମାଟି ….

ପାଟଣା,୨୮/୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଂଚାୟତ ମଲ୍ଲି ପୋଷି ଗ୍ରାମର ଅବସର ପ୍ରାପ୍ତ ଶିକ୍ଷକ ଓ ବିଶିଷ୍ଟ ସଂଗଠକ ରବୀନ୍ଦ୍ର ବେଜଙ୍କ…

ସରକାରୀ ଜମି ଦଖଲକୁ ନେଇ ଗୋଷ୍ଠୀ ସଂଘର୍ଷ: ୨ ମହିଳାଙ୍କ ସମେତ ୯ ଅଭିଯୁକ୍ତ ଗଲେ ଜେଲ, ଫୋର୍ସ ମୁତୟନ

ଦିଗପହଣ୍ଡି, ୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ ଦିଗପହଣ୍ଡି ଥାନା ନୂଆ ଅନନ୍ତେଇ ଗ୍ରାମରେ ସରକାରୀ ଜମି ଦଖଲ ଏବଂ ଚାଷକୁ ନେଇ…

କମେ ଗାଁ ଜଙ୍ଗଲରୁ ହାତୀଛୁଆର ମୃତଦେହ ଉଦ୍ଧାର: ନର୍ଲା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁକୁ ନେଇ…

ନର୍ଲା, ୭।୮(ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ଅନ୍ତର୍ଗତ ନର୍ଲା ରେଞ୍ଜ କମେ ଗାଁ ଜଙ୍ଗଲରୁ ଶୁକ୍ରବାର ଏକ ହାତୀ ଛୁଆର ମୃତଦେହ ଉଦ୍ଧାର କରାଯାଇଛି।…

“କାମ କର, ନଚେତ୍ ଅନ୍ୟପାଇଁ ବାଟ ଛାଡ଼”: କଡ଼ା ଚେତାବନୀ ଦେଇ…

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଂଗ୍ରେସର ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକାରିଣୀ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ପ୍ରଦେଶ ଏବଂ ଜାତୀୟ ସ୍ତରର ପ୍ରମୁଖ ଦଳୀୟ…

ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପରିଦର୍ଶନ କଲେ ଜିଲାସ୍ତରୀୟ ଟିମ୍‌

ଛତ୍ରପୁର,୭ା୮(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟର ଅଧୀକ୍ଷକ ଡାକ୍ତର ଶ୍ରୀକାନ୍ତ ସାହୁ ନେତୃତ୍ୱରେ ଏକ ଜିଲାସ୍ତରୀୟ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୭ା୮ (ଯୁଧିଷ୍ଠିର ମହାପାତ୍ର): ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ…

ଛାତ୍ରଛାତ୍ରୀଙ୍କୁ ମିଳିଲା ସ୍ୱାସ୍ଥ୍ୟ ପରାମର୍ଶ: ଏଚ୍‌ଆଇଭି-ଏଡ୍‌ସ୍ ଏବଂ ଯକ୍ଷ୍ମା ରୋଗରୁ ବର୍ତ୍ତିବାର ଉପାୟ ସମ୍ପର୍କରେ ସଚେତନ…

ଦିଗପହଣ୍ଡି,୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ପୋଡ଼ାମାରି ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ଏଚ୍‌ଆଇଭି (HIV), ଏଡ୍‌ସ୍ ଏବଂ ଯକ୍ଷ୍ମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri