ଧାନଚାଷ ନଷ୍ଟ କଲେ ହାତୀପଲ: ଚିନ୍ତାରେ ଚାଷୀ

ଅମରପଲି,୬।୯(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ବନଖଣ୍ଡ ଅନ୍ତର୍ଗତ ବୀରମହାରାଜପୁର ରେଞ୍ଜ ଅଞ୍ଚଳରୁ ଯାଉ ନାହାଁନ୍ତି ହାତୀପଲ। ଅଞ୍ଚଳର ବିଭିନ୍ନ ଗ୍ରାମରେ ପ୍ରାୟ ଚାରିଦିନ ହେଲା ଉକ୍ତ ହାତୀପଲ ବ୍ୟାପକ ଧାନଚାଷ ନଷ୍ଟ କରୁଛନ୍ତି। ଉକ୍ତ ହାତୀପଲରେ ପ୍ରାୟ ୧୦ ଟି ହାତୀ ଥିବା ଜଣାପଡ଼ିଛି। ଗତ ବିଳମ୍ବିତ ରାତିରେ କମିରା ପଞ୍ଚାୟତର ବିକଳପୁର ଗ୍ରାମରେ ପ୍ରାୟ ଆଠ ଏକର ଚାଷ ଜମିରେ ଧାନ ଚାଷ ନଷ୍ଟ କରିଥିବା ଅଭିଯୋଗ ହୋଇଛି। ଗ୍ରାମର ନେପାଳ ମେହେର,ଗୋପାଳ ମେହେର,ବେଣୁ ମେହେର,ଯଶୋବନ୍ତ ମେହେର,ଦାମୋଦର ପ୍ରଧାନ,ଈଶ୍ୱର ପ୍ରଧାନ, ଦୁଃଖୁ ପ୍ରଧାନ, ଶଙ୍କର ଭୋଇ, ଚୈତନ୍ୟ ପ୍ରଧାନ ଆଦି ପ୍ରମୁଖଙ୍କ ବ୍ୟାପକ ଧାନ ଚାଷକୁ ଦଳି ଚକଟି ନଷ୍ଟ କରିଛନ୍ତି। ବନ ବିଭାଗର କର୍ମଚାରୀମାନେ ହାତୀପଲ ସ୍ଥାନୀୟ ଲୋକଙ୍କ ସହିତ ଘଉଡ଼ାଉଛନ୍ତି। ମାତ୍ର ହାତୀପଲ ଉକ୍ତ ଅଞ୍ଚଳରୁ ଯାଉନାହାଁନ୍ତି।
ଗତ ଦୁଇ ଦିନ ହେଲା ଖଣ୍ଡହତା ପଞ୍ଚାୟତର ଚୁବକାଦାଦର, ପୁଇପାନ, ଖଣ୍ଡହତା ଆଦି ଗ୍ରାମର ଚାଷ ଜମିରେ ହାତୀପଲ ଧାନ ଚାଷକୁ ଦଳିଚକଟି ନଷ୍ଟ କରିଥିଲେ। ଏନେଇ ବୀରମହାରାଜପୁର ସହକାରୀ ବନ ସଂରକ୍ଷକ ତଥା ଅତିରିକ୍ତ ରେଞ୍ଜ ଦାୟିତ୍ ରେ ଥିବା ରେଞ୍ଜ ଅଧିକାରୀ ଅବିନାଶ ବରିହାଙ୍କୁ ପଚାରିବାରୁ ବନ ବିଭାଗ ହାତୀପଲକୁ ଘଉଡ଼ାଇବାକୁ ଚେଷ୍ଟା କରାଯାଉଛି। ଯେଉଁ ସ୍ଥାନରେ ହାତୀପଲ ଚାଷୀଙ୍କ ଧାନ ଚାଷ ନଷ୍ଟ କହିଛନ୍ତି। ସେଠାରେ ସରକରୀ ନିୟମ ଅନୁସାରେ କ୍ଷୟକ୍ଷତିର ଆକଳନ କରି କ୍ଷତି ପୂରଣ ପ୍ରଦାନ କରାଯିବ ବୋଲି ପ୍ରକାଶ କରିଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?