Posted inଫୁରସତ

କୁନି ଝିଅ ସହ ତାଳ ଦେଇ ଡ୍ୟାନ୍ସ କରୁଛି ହାତୀ, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ପ୍ରତିଦିନ ବିଭିନ୍ନ ପ୍ରକାରର ଭିଡିଓ ଭାଇରାଲ ହୋଇଥାଏ। କିନ୍ତୁ ଏହି ଭିଡିଓଗୁଡ଼ିକ ମଧ୍ୟରୁ କେତେକ ଏପରି ହୋଇଥାଏ ଯାହାକୁ ଲୋକେ ବହୁତ ପସନ୍ଦ କରିଥାନ୍ତି। ଏମିତି ଭିଡିଓକୁ ଲୋକେ ବାରମ୍ବାର ଦେଖିଥାନ୍ତି। ଅଧିକାଂଶ ଲୋକ ବନ୍ୟଜନ୍ତୁ କିମ୍ବା ଗୃହପାଳିତ ପଶୁ ସହିତ ଜଡ଼ିତ ଭିଡିଓ ଦେଖିବାକୁ ପସନ୍ଦ କରନ୍ତି। ବିଶେଷକରି ହାତୀ ବିରାଟକାୟ ଜନ୍ତୁ। ଏହି ସମୟରେ ଏକ ଛୋଟ ଝିଅ ସହିତ ହାତୀର ସୁନ୍ଦର ଭିଡିଓ ଭାଇରାଲ ହେଉଛି।

ପୃଥିବୀର ବୃହତ୍ତମ ପ୍ରାଣୀମାନଙ୍କ ମଧ୍ୟରେ ହାତୀ ଅନ୍ୟତମ। ଯାହାର ଓଜନ ୩ କ୍ୱିଣ୍ଟାଲରୁ ୧୦ କ୍ୱିଣ୍ଟାଲ ପର୍ଯ୍ୟନ୍ତ ହୋଇଥାଏ। ଭାଇରାଲ ହେଉଥିବା ଭିଡିଓରେ ଛୋଟ ଝିଅର ଡ୍ୟାନ୍ସ ଷ୍ଟେପ୍‌ ଦେଖିବା ପରେ ଏତେ ଖୁସି ଦେଖାଯାଏ ଯେ ସେ ନିଜେ ମଧ୍ୟ ସେହିଭଳି ନାଚିବାକୁ ଚେଷ୍ଟା କରୁଛି। ଲୋକମାନେ ଏହି ସୁନ୍ଦର ଭିଡିଓକୁ ବହୁତ ପସନ୍ଦ କରିଛନ୍ତି।

ଭିଡିଓରେ ଛୋଟ ଝିଅଟି ପ୍ରାଣୀ ଉଦ୍ୟାନ ବୁଲିବାକୁ ଆସିଛି। ତା’ ସାମ୍ନାରେ ଏକ ହାତୀ ଠିଆ ହୋଇଛି। ଝିଅଟି ହାତୀ ସାମ୍ନାରେ ଡ୍ୟାନ୍ସର କିଛି ଷ୍ଟେପ୍‌ ଦେଖାଉଛି। ହାତୀଟି ଝିଅଟିର ଷ୍ଟେପ୍‌ ଦେଖି ସେପରି କରୁଛି। ଯାହା ଖୁବ୍‌ ଚମତ୍କାର ଢଙ୍ଗରେ। ହାତୀଟି ତା’ ବଡ଼ବଡ଼ କାନ ହଲାଉଛି। କୁନିଝିଅଟି ଏହା ଦେଖି ଖୁସି ହେଉଛି। ଉଭୟଙ୍କ ଗତିବିଧି ଦେଖି ସେଠାରେ ଉପସ୍ଥିତ ଥିବା ଲୋକମାନେ ମଧ୍ୟ ଖୁସି ହେଉଛନ୍ତି।

ଭିଡିଓକୁ ଆଇପିଏସ୍‌ ଦୀପାଂଶୁ କାବ୍ରା ତାଙ୍କ ଟୁଇଟରରେ ଶେୟାର କରି ଏକ ମଜାଳିଆ କ୍ୟାପଶନ ଲେଖିଛନ୍ତି, କିଏ ଭଲ ନାଚିଲା? ଭିଡିଓକୁ ବର୍ତ୍ତମାନ ସୁଦ୍ଧା ୩୪ ହଜାରରୁ ଅଧିକ ଥର ଦେଖାଯାଇଥିବା ବେଳେ ୧୫୦୦ରୁ ଅଧିକ ଲୋକ ଏହାକୁ ପସନ୍ଦ କରିଛନ୍ତି। ଲୋକମାନେ ଏହା ଉପରେ ମଧ୍ୟ ମନ୍ତବ୍ୟ ଦେଇଛନ୍ତି। କିଛି ଲୋକ କହିଛନ୍ତି, ଏହି ଭିଡିଓ ସେମାନଙ୍କ ମନୋବଳକୁ ସତେଜ କରିଥିବାବେଳେ କିଛି ଲୋକ କହିଛନ୍ତି ଦୁହେଁ ବହୁତ ଭଲ ଡ୍ୟାନ୍ସ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ

ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri