ସଂକଟରେ ଗଜରାଜ: ୧୦ ବର୍ଷରେ ମଲେଣି ୮୫୭ ହାତୀ

ଭୁବନେଶ୍ୱର,୧୦ା୧୨(ଅନିଲ ଦାସ): ଗତ ୧୦ ବର୍ଷ(୨୦୧୪-୧୫ରୁ ୨୦୨୩-୨୪) ମଧ୍ୟରେ ରାଜ୍ୟର ବିଭିନ୍ନ ଜଙ୍ଗଲରେ ୮୫୭ ହାତୀଙ୍କର ମୃତ୍ୟୁ ହୋଇଛି । ସେଥିମଧ୍ୟରୁ ୩୦୫ ହାତୀ ରୋଗର ଶିକାର ହୋଇ ମୃତ୍ୟୁବରଣ କରିଥିବା ବେଳେ ୧୪୯ ହାତୀ ବିଦ୍ୟୁତ ଆଘାତ, ପ୍ରାକୃତିକ କାରଣରୁ ୨୨୯, ଶିକାର ଦ୍ୱାରା ୩୦, ବିଷ ଦ୍ୱାରା ୨, ରେଳ ଦୁର୍ଘଟଣା ଦ୍ୱାରା ୨୯, ସଡ଼କ ଦୁର୍ଘଟଣା ଦ୍ୱାରା ୭, ପ୍ରତିହିଂସା ପରାୟଣ ଦ୍ୱାରା ୧୬ ମରିଛନ୍ତି। ତେବେ ୯୦ଟି ହାତୀ କେଉଁ କାରଣରୁ ମରିଛନ୍ତି ତାହା ଅସ୍ପଷ୍ଟ ରହିଛି।

ଭାଜପା ସଭ୍ୟ ପ୍ରଶାନ୍ତ ଜଗଦ୍ଦେବଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ମଙ୍ଗଳବାର ବିଧାନସଭାରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଏହି ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ୨୦୨୪ ନେଭେମ୍ବର ସୁଦ୍ଧା ରାଜ୍ୟରେ ୨୧୦୩ ହାତୀ ଅଛନ୍ତି। ୨୦୧୫ରେ ୧୯୫୪ ହାତୀ ଥିବାବେଳେ ୨୦୧୭ରେ ୧୯୭୬, ୨୦୨୪ ମେ’ରେ ୨୦୯୮ ଏବଂ ୨୦୨୪ ନଭେମ୍ବର ସୁଦ୍ଧା ରାଜ୍ୟରେ ହାତୀ ସଂଖ୍ୟା ୨୧୦୩ରେ ପହଞ୍ଚିଛି । ଶିମିଳିପାଳ ଅଭୟାରଣ୍ୟରେ ସର୍ବାଧିକ ୧୦୩ଟି ହାତୀ ଅଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?