୧୭ଦିନ ହେଲା ଲେମ୍ଭେଇ ଛାଡ଼ୁନାହିଁ ଦନ୍ତା

ଭଞ୍ଜନଗର,୨୫।୮(ଡି.ଏନ୍‌.ଏ): ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡରେ ଗତ ମାସରେ ୨ଟି ଦନ୍ତା ହାତୀଙ୍କ ମୃତ୍ୟୁ ହେବା ପରେ ବର୍ତ୍ତମାନ ଆଉ ଗୋଟିଏ ଦନ୍ତା ଏକୁଟିଆ ଘୂରିବୁଲୁଛି। ପ୍ରାୟ ୧୭ଦିନ ହେଲା ଉକ୍ତ ଦନ୍ତା ହାତୀଟି ଲେମ୍ଭେଇ, ହଳନ୍ଦଖୋଳା, ତିନିଛକିଆ, ବାରଦଣ୍ଡା, ବାଲିସାହି, ଦଲକ, ମାଣପୁର ଅଞ୍ଚଳରେ ଘୂରିବୁଲୁଛି। ଲୋକଙ୍କ ଧାନ ଓ ପନିପରିବା ଫସଲରେ ପଶି ବ୍ୟାପକ ନଷ୍ଟ କରୁଛି। ଫଳରେ ଚାଷୀମାନେ ଚିନ୍ତିତ ହୋଇପଡ଼ିଛନ୍ତି। ଫସଲ ସୁରକ୍ଷା ପାଇଁ ଚାଷୀମାନେ ହାତୀକୁ ଘଉଡ଼ାଇବାକୁ ରାତି ଉଜାଗର ରହୁଛନ୍ତି। ଅପରପକ୍ଷରେ ହାତୀର ସୁରକ୍ଷା ବନ ବିଭାଗ ପାଇଁ ବଡ଼ ଚ୍ୟାଲେଞ୍ଜ ହୋଇଛି। ହାତୀର ଜୀବନ ପ୍ରତି ମଧ୍ୟ ବିପଦ ଅଛି। ତେଣୁ ଆଉ କିଛି ଅଘଟଣ ଯେଭଳି ନଘଟିବ ସେଥିପାଇଁ ବନ ବିଭାଗ କର୍ମଚାରୀମାନେ ହାତୀର ସୁରକ୍ଷା ପାଇଁ ବିଭିନ୍ନ ପଦକ୍ଷେପ ନେଉଛନ୍ତି।

ହାତୀ ଫସଲ ଯେତିକି ନଷ୍ଟ କରୁଛି ତା’ ଠାରୁ କମ୍‌ କ୍ଷତିପୂରଣ ମିଳୁଛି । ଭାଗ ଚାଷୀମାନେ ଆବଶ୍ୟକ କାଗଜପତ୍ର ପାଖରେ ମହଜୁଦ ରଖୁ ନ ଥିବା ଯୋଗୁ ସେମାନଙ୍କୁ ଫସଲ କ୍ଷତିପୂରଣ ସହାୟତା ଦେବା ମଧ୍ୟ ବିଭାଗ ପକ୍ଷରୁ ସମ୍ଭବପର ହୋଇପାରୁନାହିଁ। ଯାହାକୁ ନେଇ ଭାଗଚାଷୀ ଓ ବନ ବିଭାଗ ମଧ୍ୟରେ ବିଭିନ୍ନ ସମୟରେ ବିବାଦ ଦେଖାଦେଉଛି। ଲେମ୍ଭେଇର ଚାଷୀ ବୁଢ଼ା ପାତ୍ରଙ୍କ ଧାନ ଫସଲକୁ ମଙ୍ଗଳବାର ରାତିରେ ଦନ୍ତା ଦଳି ଚକଟି ନଷ୍ଟ କରିଦେଇଛି । ଫସଲ ସୁରକ୍ଷା ପାଇଁ ବନ ବିଭାଗ ପକ୍ଷରୁ ଆବଶ୍ୟକ ପଦକ୍ଷେପ ନେବାପାଇଁ ବୁଢ଼ା ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଘୁମୁସର ସାହିତ୍ୟ ସାଧନା ପୀଠର ଶାରଦୀୟ ସାହିତ୍ୟ ଆସର, ଉନ୍ମୋଚିତ ହେଲା ପୁସ୍ତକ ଓ ପତ୍ରିକା

ଭଞ୍ଜନଗର,୧୧ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ବଡ଼ଦୋଡ଼ଙ୍ଗାଠାରେ ଘୁମୁସର ସାହିତ୍ୟ ସାଧନା ପୀଠ ପକ୍ଷରୁ ରବିବାର ଶାରଦୀୟ ସାହିତ୍ୟ ଆସର ଅନୁଷ୍ଠିତ ହୋଇଯାଇଛି ।…

ଆରମ୍ଭ ହେଲା ନବରାତ୍ର ପୂଜା, ଉତ୍ସବମୁଖର ଦିଗପହଣ୍ଡି

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ମନ୍ଦିର ମାଳିନୀ ସହର ଭାବେ ପରିଗଣିତ ଦିଗପହଣ୍ଡି ସମେତ ଆଖପାଖ ଗ୍ରାମାଞ୍ଚଳ ଶକ୍ତିପୀଠମାନଙ୍କରେ ରବିବାର ଠାରୁ ନବରାତ୍ରୀ ପୂଜା ଆରମ୍ଭ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?