ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ ସନ୍ଧ୍ୟା ହେଲେ ରାସ୍ତାରେ ଚଳପ୍ରଚଳ କରିବାକୁ ଲୋକେ ଭୟଭୀତ ହେବା ସହ ରାତିରେ ତାଟି କବାଟ ପଡିଯାଉଛି। ଦିଗପହଣ୍ଡି ବନାଞ୍ଚଳ ପାଟପୁର ସେକ୍ସନ ରତନେଇ ଜଙ୍ଗଲ ଅଧିନ ଶୁଳିଆ ପାହାଡ଼ରେ ଦୀର୍ଘଦିନ ଧରି ରହୁଥିବା ୪ ଟିକିଆ ହାତୀ ପଲ ସନ୍ଧ୍ୟା ହେଲେ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମାଡ଼ି ଆସୁଛନ୍ତି। ହାତୀ ପଲ ଗ୍ରାମାଞ୍ଚଳରେ ବ୍ୟାପକ ଧାନ, ମାଣ୍ଡିଆ, ପନିପରିବା ଫସଲ ନଷ୍ଟ କରୁଛନ୍ତି।

ଇନ୍ଦିରା ଆବାସ କଲୋନୀ ନିକଟରେ ଥିବା ଆର୍‌. ଦିଲି ରେଡ୍ଡୀଙ୍କ ବହୁ ସଂଖ୍ୟକ କଦଳୀ, ଆମ୍ବ, ପଣସ ଗଛ ଓ ଧାନ ଗଦା ହାତୀ ପଲ ଖାଇ ଦେବା ସହ ବ୍ୟାପକ ପରିମାଣର ନଷ୍ଟ କରିଛନ୍ତି। ଏପରିକି ବଗିଚାରେ ଥିବା ପାଣି ପମ୍ପ ସେଟ୍‌, ପାୱାର ଟ୍ରିଲର ଗାଡ଼ି ଓ କୃଷି ସରଞ୍ଜାମ ଗୁଡ଼ିକୁ ଦଳି ଚକଟି ନଷ୍ଟ କରିଛନ୍ତି।

ସେହିପରି ଦଣ୍ଡପାଣି ନାଇକଙ୍କ ଧାନଗଦା ଖାଇ ଦେଇଛନ୍ତି। ଏନେଇ ଦିଗପହଣ୍ଡି ରେଞ୍ଜର ଦିବ୍ୟରଞ୍ଜନ ସାହୁଙ୍କୁ ପଚାରିବାରୁ ହାତୀ ଚଳପ୍ରଚଳ ନେଇ ସୂଚନା ମିଳିବା ପରେ ବନବିଭାଗ ପକ୍ଷରୁ ବିଭିନ୍ନ ଗାଁ ମାନଙ୍କରେ ହାତୀ ସଚେତନତା କାର୍ଯ୍ୟକ୍ରମ ଜାରି ରହିଛି।

ଡ଼ାକବାଜି ଯନ୍ତ୍ର ମାଧ୍ୟମରେ ସକାଳେ କିମ୍ବା ସନ୍ଧ୍ୟାରେ ଜଙ୍ଗଲ ନିକଟକୁ ଯାଆନ୍ତୁ ନାହିଁ। ହାତୀଙ୍କ ଫଟୋ ଓ ଭିଡ଼ିଓ ଉତ୍ତୋଳନ କରନ୍ତୁ ନାହିଁ। ଜଙ୍ଗଲରେ ବନ୍ୟଜନ୍ତୁ ଶିକାର ପାଇଁ ଫାସ ପକାଇବା ଧର୍ତ୍ତବ୍ୟ ଅପରାଧ ବୋଲି ଲୋକଙ୍କୁ ବନ କର୍ମଚାରୀଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଉଛି।

ବନ ବିଭାଗର ହାତୀ ସ୍କ୍ବାର୍ଡ, ତାଲିମ ପ୍ରାପ୍ତ ହାତୀ ଟ୍ରାକରଙ୍କ ସମେତ ପାଟପୁର ଓ ଦିଗପହଣ୍ଡି ବନ କର୍ମଚାରୀ ମାନଙ୍କ ପକ୍ଷରୁ ଜଙ୍ଗଲ ମଧ୍ୟକୁ ହାତୀ ଘଉଡାଇବା ପାଇଁ ରାତ୍ରୀକାଳୀନ ପାଟ୍ରୋଲିଂ କରାଯାଉଛି। ହାତୀ ପଲ ମଙ୍ଗଳବାର ଠାରୁ ପାଟପୁର ବନ ବିଭାଗ ପାଟପୁର ସେକ୍ସନ ଦ୍ୱିତୀୟ ଢେପାଗୁଡ଼ା ଗ୍ରାମ ନିକଟ ରତନେଇ ଜଙ୍ଗଲରେ ଥିବା ଜଣାପଡିଛି।

ବନ୍ୟଜନ୍ତୁ ଶିକାର ଉଦ୍ଦେଶ୍ୟରେ ବେଆଇନ ଭାବେ କିଛି ଗ୍ରାମାଞ୍ଚଳ ମାନଙ୍କରେ ବିଦ୍ୟୁତ ତାରରେ ହୁକିଂ କରାଯାଉଥିବାରୁ ହାତୀ ଭଳି ବନ୍ୟଜନ୍ତୁଙ୍କ ସୁରକ୍ଷା ଦୃଷ୍ଟିରୁ ସେଗୁଡିକୁ ହଟାଇବା ପାଇଁ ବିଦ୍ୟୁତ କର୍ମଚାରୀ ବୃନ୍ଦ ସହଯୋଗ କରୁଛନ୍ତି। ବିଦ୍ୟୁତ ବିଭାଗ ଏବଂ ବନ ବିଭାଗ ପକ୍ଷରୁ ମିଳିତ ଭାବେ ପାଟ୍ରୋଲିଂ କରାଯାଉଛି। ହାତୀ ଚଳପ୍ରଚଳ କରୁଥିବା ଅଞ୍ଚଳ ପ୍ରତି ବନ ବିଭାଗ ସ୍ବତନ୍ତ୍ର ନଜର ରଖିବା ସହ ପ୍ରତିଦିନ ନିଜେ ମନିଟରିଂ କରୁଥିବା ଦିଗପହଣ୍ଡି ରେଞ୍ଜର କହିଛନ୍ତି। ସମ୍ପୃକ୍ତ ଅଞ୍ଚଳରେ କିଛି ଯୁବକ ବିପଦଜନକ ଭାବେ ହାତୀଙ୍କ ଫଟୋ ଭିଡ଼ିଓ ଉତ୍ତୋଳନ କରୁଥିବାରୁ ସେମାନଙ୍କୁ ବାରଣ କରାଯାଇଛି। ହାତୀପଲ ଦ୍ୱାରା ଫସଲ କ୍ଷୟକ୍ଷତି ସମ୍ପର୍କରେ ସମ୍ପୃକ୍ତ ଚାଷୀ କୃଷକ ଅନୁକମ୍ପା ଆପ୍‌ ଜରିଆରେ ଆବେଦନ କଲେ ତଦନ୍ତ କରାଯାଇ ସେମାନଙ୍କୁ ବନ ବିଭାଗ ପକ୍ଷରୁ ନିର୍ଦ୍ଧାରିତ କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ରେଞ୍ଜର କହିଛନ୍ତି।

ପୂର୍ବରୁ କ୍ଷତିଗସ୍ତ ଚାଷୀଙ୍କୁ ବନ ବିଭାଗ ପକ୍ଷରୁ ଅନୁକମ୍ପା ମୂଳକ କ୍ଷତିପୂରଣ ଦିଆଯାଇଥିବା ପାଟପୁର ସେକ୍ସନ ଫରେଷ୍ଟର ସନ୍ତୋଷ କୁମାର ସାହୁ କହିଛନ୍ତି। ସୂଚନାଯୋଗ୍ୟ ଯେ, ଗତ ଅକ୍ଟୋବର ୩୦ ତାରିଖ ରାତିରେ ସାନଖେମୁଣ୍ଡି ବ୍ଲକ ଖଇର ପଦର, ସିଙ୍ଗପୁର, ହରିଣା, ସୁମନ୍ତପୁର, ଗୁଣ୍ଡୁରି ଗୁଡ଼ା, ଆଦିକନ୍ଦପୁର, ସୁନାଖଣ୍ଡି ଗ୍ରାମ ସଂଲଗ୍ନ ଚାଷଜମି ମାନଙ୍କରେ ହାତୀପଲ ବ୍ୟାପକ ଧାନ ଫସଲ ନଷ୍ଟ କରିଥିଲେ। ସେହିପରି ଗତ ଜାନୁଆରୀ ୨ ଓ ୩୦ ତାରିଖରେ ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଦ୍ୱିତୀୟ ଢେପାଗୁଡ଼ା ଓ ଭୀମନଗର ଗ୍ରାମ ନିକଟରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ପୃଥକ ଭାବେ ୨ ଟି ମାଈ ହାତୀ ମୃତ୍ୟୁବରଣ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?