ଗାଁରେ ଆତଙ୍କ ଖେଳାଉଛି ଗୋଠଛଡ଼ା ହାତୀ

ଟେନ୍‌ସା,୯।୮(ଡି.ଏନ.ଏ.): ଗୋଠଛଡ଼ା ଦନ୍ତା ହାତୀକୁ ଟ୍ରାଙ୍କୁଲାଇଜ କରୁନିି ବଣାଇ ବନ ବିଭାଗ। ଦିନରାତି ଗାଁରେ ଆତଙ୍କ ଚଳାଉଛି ଗୋଠଛଡ଼ା ଦନ୍ତା ହାତୀ। ରବିବାର ବିଳମ୍ବିତ ରାତିରେ ସୁନ୍ଦରଗଡ଼ ଜିଲା କୋଇଡ଼ା ବନାଞ୍ଚଳ ରାଣୀଶାଳ ଫରେଷ୍ଟ ବିଟ୍‌ ଅନ୍ତର୍ଗତ ବଳଡିହି ଓ ପୋଡା ଗ୍ରାମରେ ଦନ୍ତା ହାତୀ ଆତଙ୍କ ଖେଳାଇଛି। ବଳଡିହି ଗ୍ରାମର ରବି ପାତ୍ର (୩୫) ତାଙ୍କ ସ୍ତ୍ରୀ ରୀତା(୨୮) ଓ ୪ ଜଣ ପିଲାଙ୍କୁ ନେଇ ଶୋଇଥିବାବେଳେ ହଠାତ ଦନ୍ତାହାତୀ ପଶି ଆସି ଘର ଉପରେ ଆକ୍ରମଣ କରିଥିଲା। ସ୍ବାମୀ, ସ୍ତ୍ରୀ ଉଠିପଡ଼ି ଛୁଆ ପିଲାଙ୍କୁ ଧରି ଦୌଡ଼ି ପଳେଇଥିଲେ। ଛୋଟ ଝିଅଟି ଭୟରେ ଦୌଡ଼ି ଯାଇ ମକା କିଆରି ଭିତରେ ଲୁଚିଯିବାରୁ ଅଳ୍ପକେ ବର୍ତ୍ତି ଯାଇଥିଲା। ଶବ୍ଦ ଶୁଣି ସାହିପଡ଼ିଶା ହୋହଲ୍ଳା କରି ବାଣ ଫୁଟାଇ ହାତୀକୁ ଘଉଡ଼ାଇବାରୁ ହାତୀଟି ଚାଲି ଯାଇ ପୋଡା଼ଡିହି ଗ୍ରାମରେ ପହଞ୍ଚିଥିଲା। ସେଠାରେ ମୋହନ ଦେହୁରୀ ଓ ତାଙ୍କ ସ୍ତ୍ରୀ ଇନ୍ଦୁ ଦେହୁରୀ ଘରେ ଥିବାବେଳେ ହାତୀ ଆକ୍ରମଣ କରି ଘର ଭାଙ୍ଗି ଦେଇଥିଲା। ଭୟରେ ସେମାନେ ଦୌଡ଼ି ପଳେଇବାରୁ ଅଳ୍ପକେ ବର୍ତ୍ତି ଯାଇଥିଲେ। ଗାଁ ଲୋକେ ସମସ୍ତେ ମିଶି ହାତୀକୁ ଘଉଡାଇବାରୁ ହାତୀଟି ପଳାଇ ଯାଇଥିଲା ।

ହେଲେ ହାତୀଟି ଗାଁଗାଁ ବୁଲୁଛି। ଲୋକେ ଭୟଭୀତ ଅବସ୍ଥାରେ ରହୁଛନ୍ତି। ଏପରି କି ବାରମ୍ବାର ହାତୀ ଆକ୍ରମଣରେ ପ୍ରାଣ ହାନି ନେଇ ଅଞ୍ଚଳବାସୀ ହାତୀକୁ ଟ୍ରାଙ୍କୁଲାଇଜ କରିବା ପାଇଁ ବନ ବିଭାଗକୁ ଅଭିଯୋଗ କରି ଆସୁଥିବାବେଳେ ବିଭାଗୀୟ ଅଧିକାରୀମାନେ ଚୁପ୍‌ ହୋଇ ବସିଛନ୍ତି। ଏହାର ପ୍ରତିବାଦ କରି ବଳଡିହି ଓ ପୋଡାଡିହି ଗ୍ରାମ ସମେତ ଅଞ୍ଚଳର ଅନ୍ୟ ୪ଟି ଗାଁର ଲୋକ ଏକତ୍ରିତ ହୋଇ କୋଇଡା ରେଞ୍ଜ ଅଫିସ ଘେରାଉ କରି ଧାରଣା ଦେଇଥିଲେ। ଘଟଣାର ତଦନ୍ତ କରି ହାତୀକୁ ଟ୍ରାଙ୍କୁଲାଇଜ କରି ଅନ୍ୟତ୍ର ଛଡ଼ାଯାଉ, କ୍ଷତିଗ୍ରସ୍ତ ପରିବାରକୁ ତୁରନ୍ତ କ୍ଷତିପୂରଣ ଦେବା ଲାଗି ଦାବି କରିଛନ୍ତି। ଏନେଇ ଜିଲା କର୍ତ୍ତୃପକ୍ଷ ତୁରନ୍ତ ଦୃଷ୍ଟି ଦେବାକୁ ଗ୍ରାମବାସୀ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri