୨ଜଣଙ୍କ ଜୀବନ ନେଲା ହାତୀ

ଅନୁଗୋଳ, ୨୧।୬ (ଅମିତ କୁମାର ସାମଲ): ଅନୁଗୋଳ ବନଖଣ୍ଡ ବନ୍ତଳା ବନାଞ୍ଚଳରେ ମଙ୍ଗଳବାର ୨ ଜଣଙ୍କ ଜୀବନ ନେଇଛି ହାତୀ। ମୃତକ ହେଲେ ସାନକନ୍ତକୁଳ ଗ୍ରାମର ଶ୍ରୀନିବାସ ସାହୁ(୬୫) ଓ ଗଡ଼ତରାସ ପଞ୍ଚାୟତ ଅରାଡିହ ଗ୍ରାମର ଅରୁଣ ପ୍ରଧାନ(୫୫)। ଏହି ଘଟଣା ଜଣାପଡ଼ିବା ପରେ ସାନକନ୍ତକୁଳରେ ଚାପା ଉତ୍ତେଜନା ଦେଖାଦେଇଥିଲା। ଉତ୍ତ୍ୟକ୍ତ ଲୋକମାନେ ବନ କର୍ମଚାରୀମାନଙ୍କୁ ଟଣାଓଟରା କରିଥିଲେ। ଘଟଣାସ୍ଥଳରେ ବନ୍ତଳା ଥାନା ଅଧିକାରୀଙ୍କ ସମେତ ପୋଲିସ କର୍ମଚାରୀ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିବା ସହ ମୃତଦେହ ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ପ୍ରକାଶ ଯେ, ନିକଟସ୍ଥ ଜଙ୍ଗଲରୁ ଚାଲିଆସିଥିବା ଏକ ଦନ୍ତା ହାତୀ ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଥମେ ସାନକନ୍ତକୁଳ ଗ୍ରାମର ଶ୍ରୀନିବାସଙ୍କୁ ଆକ୍ରମଣ କରିଥିଲା। ଶ୍ରୀନିବାସ ଗାଁ ନିକଟ ବାଉଁଶ ବୁଦାରୁ ବାଉଁଶ ସଂଗ୍ରହ କରିବାକୁ ଯାଇଥିବା ବେଳେ ହାତୀ ତାଙ୍କୁ ପାଦରେ ଦଳି ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ପ୍ରାଣବାୟୁ ଉଡି ଯାଇଥିଲା। ଏହି ଘଟଣାର ପ୍ରାୟ ଅଧଘଣ୍ଟା ପରେ ଉକ୍ତ ହାତୀ ସାନକନ୍ତକୁଳ ଗ୍ରାମରୁ ଅଢ଼େଇ କିଲୋମିଟର ଦୂର ଗଡ଼ତରାସ ପଞ୍ଚାୟତ ଅରାଡିହ ଗ୍ରାମରେ ପଶି ବାଉଁଶ ବାଡ଼ ଦେଉଥିବା ଅରୁଣଙ୍କୁ ଆକ୍ରମଣ କରିଥିଲା। ଖବରପାଇ ବନ ବିଭାଗ ଅରୁଣଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିବାବେଳେ ଡାକ୍ତର ମୃତ ଘୋଷଣା କରିଥିଲେ। ପରେ ମୃତଦେହ ବ୍ୟବଚ୍ଛେଦ କରାଯାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ତେବେ ହାତୀ ଆକ୍ରମଣ ଘଟଣାକୁ ନେଇ ସାନକନ୍ତକୁଳରେ ଉତ୍ତେଜନା ଦେଖାଦେଇଥିଲା। ଲୋକମାନେ ବନ କର୍ମଚାରୀଙ୍କୁ ଟଣାଓଟରା ସହ ଅଟକ ରଖିଥିଲେ। ବନ୍ତଳା ଥାନା ଅଧିକାରୀ ବୁଝାଶୁଝା କରିବା ପରେ ପରିସ୍ଥିତି ନିୟନ୍ତ୍ରଣକୁ ଆସିଥିଲା। ଏ ନେଇ ବନ୍ତଳା ବନାଞ୍ଚଳ ଅଧିକାରୀ ନିଳଦ୍ରୀନାଥ ସାହୁ କହିଛନ୍ତି, ହାତୀ ଆକ୍ରମଣରେ ୨ ଜଣଙ୍କ ମୃତ୍ୟୁ ହୋଇଛି। ଗୋଟିଏ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ସାନକନ୍ତକୁଳ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଥିଲା। ମୃତକଙ୍କ ପରିବାରକୁ ସରକାରୀ ନିୟମ ଅନୁଯାୟୀ କ୍ଷତିପୂରଣ ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri