୨ଜଣଙ୍କ ଜୀବନ ନେଲା ହାତୀ

ଅନୁଗୋଳ, ୨୧।୬ (ଅମିତ କୁମାର ସାମଲ): ଅନୁଗୋଳ ବନଖଣ୍ଡ ବନ୍ତଳା ବନାଞ୍ଚଳରେ ମଙ୍ଗଳବାର ୨ ଜଣଙ୍କ ଜୀବନ ନେଇଛି ହାତୀ। ମୃତକ ହେଲେ ସାନକନ୍ତକୁଳ ଗ୍ରାମର ଶ୍ରୀନିବାସ ସାହୁ(୬୫) ଓ ଗଡ଼ତରାସ ପଞ୍ଚାୟତ ଅରାଡିହ ଗ୍ରାମର ଅରୁଣ ପ୍ରଧାନ(୫୫)। ଏହି ଘଟଣା ଜଣାପଡ଼ିବା ପରେ ସାନକନ୍ତକୁଳରେ ଚାପା ଉତ୍ତେଜନା ଦେଖାଦେଇଥିଲା। ଉତ୍ତ୍ୟକ୍ତ ଲୋକମାନେ ବନ କର୍ମଚାରୀମାନଙ୍କୁ ଟଣାଓଟରା କରିଥିଲେ। ଘଟଣାସ୍ଥଳରେ ବନ୍ତଳା ଥାନା ଅଧିକାରୀଙ୍କ ସମେତ ପୋଲିସ କର୍ମଚାରୀ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିବା ସହ ମୃତଦେହ ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ପ୍ରକାଶ ଯେ, ନିକଟସ୍ଥ ଜଙ୍ଗଲରୁ ଚାଲିଆସିଥିବା ଏକ ଦନ୍ତା ହାତୀ ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଥମେ ସାନକନ୍ତକୁଳ ଗ୍ରାମର ଶ୍ରୀନିବାସଙ୍କୁ ଆକ୍ରମଣ କରିଥିଲା। ଶ୍ରୀନିବାସ ଗାଁ ନିକଟ ବାଉଁଶ ବୁଦାରୁ ବାଉଁଶ ସଂଗ୍ରହ କରିବାକୁ ଯାଇଥିବା ବେଳେ ହାତୀ ତାଙ୍କୁ ପାଦରେ ଦଳି ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ପ୍ରାଣବାୟୁ ଉଡି ଯାଇଥିଲା। ଏହି ଘଟଣାର ପ୍ରାୟ ଅଧଘଣ୍ଟା ପରେ ଉକ୍ତ ହାତୀ ସାନକନ୍ତକୁଳ ଗ୍ରାମରୁ ଅଢ଼େଇ କିଲୋମିଟର ଦୂର ଗଡ଼ତରାସ ପଞ୍ଚାୟତ ଅରାଡିହ ଗ୍ରାମରେ ପଶି ବାଉଁଶ ବାଡ଼ ଦେଉଥିବା ଅରୁଣଙ୍କୁ ଆକ୍ରମଣ କରିଥିଲା। ଖବରପାଇ ବନ ବିଭାଗ ଅରୁଣଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିବାବେଳେ ଡାକ୍ତର ମୃତ ଘୋଷଣା କରିଥିଲେ। ପରେ ମୃତଦେହ ବ୍ୟବଚ୍ଛେଦ କରାଯାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ତେବେ ହାତୀ ଆକ୍ରମଣ ଘଟଣାକୁ ନେଇ ସାନକନ୍ତକୁଳରେ ଉତ୍ତେଜନା ଦେଖାଦେଇଥିଲା। ଲୋକମାନେ ବନ କର୍ମଚାରୀଙ୍କୁ ଟଣାଓଟରା ସହ ଅଟକ ରଖିଥିଲେ। ବନ୍ତଳା ଥାନା ଅଧିକାରୀ ବୁଝାଶୁଝା କରିବା ପରେ ପରିସ୍ଥିତି ନିୟନ୍ତ୍ରଣକୁ ଆସିଥିଲା। ଏ ନେଇ ବନ୍ତଳା ବନାଞ୍ଚଳ ଅଧିକାରୀ ନିଳଦ୍ରୀନାଥ ସାହୁ କହିଛନ୍ତି, ହାତୀ ଆକ୍ରମଣରେ ୨ ଜଣଙ୍କ ମୃତ୍ୟୁ ହୋଇଛି। ଗୋଟିଏ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ସାନକନ୍ତକୁଳ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଥିଲା। ମୃତକଙ୍କ ପରିବାରକୁ ସରକାରୀ ନିୟମ ଅନୁଯାୟୀ କ୍ଷତିପୂରଣ ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri