ବିଦ୍ୟୁତ୍‌ ଆଘାତରେ ଦନ୍ତା ହାତୀ ମୃତ

ଖୁଣ୍ଟୁଣୀ,୧୪ା୧(ଡି.ଏନ୍‌.ଏ.): କଟକ ଜିଲା ଖୁଣ୍ଟୁଣୀ ବନାଞ୍ଚଳ ଅଧୀନ କାଦୁଆ ନୂଆଗଁା ଗ୍ରାମର ଏକ ଫାର୍ମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଶନିବାର ଦନ୍ତାହାତୀର ମୃତ୍ୟୁ ଘଟିଛି। ଫାର୍ମରେ ବେଆଇନ ବିଦ୍ୟୁତ୍‌ ତାର ଘେରାଇବା ଅଭିଯୋଗରେ ମାଲିକ କାଦୁଆ ନୂଆଗଁାର ଫଗୁ ସାହୁଙ୍କୁ ବନ ବିଭାଗ ଗିରଫ କରିଛି। ଏଥିସହ ବିଦ୍ୟୁତ୍‌ ତାର ଓ ସରଞ୍ଜାମ ଜବତ କରିଛି। ମିଳିଥିବା ସୂଚନା ଅନୁଯାୟୀ, ଏହି ଫାର୍ମରେ ଫଗୁ ଆଖୁଚାଷ କରିଥିଲେ। ହାତୀଙ୍କ କବଳରୁ ଆଖୁକୁ ରକ୍ଷା କରିବା ପାଇଁ ଫାର୍ମରେ ଜିଆଇ ତାର ଗୁଡାଇବା ସହ ସେଥିରେ ବିଦ୍ୟୁତ୍‌ ଚାର୍ଜ କରିଥିଲେ। ସକାଳେ ହାତୀଟି ଆଖୁ ଖାଇବାକୁ ଉକ୍ତ ଫାର୍ମକୁ ଆସିଥିଲା। ହଠାତ୍‌ ବିଦ୍ୟୁତ୍‌ ସଂଷ୍ପର୍ଶରେ ଆସିବାରୁ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ପୂର୍ବାହ୍ନ ପ୍ରାୟ ସାଢେ ୧୧ଟାରେ ଆଠଗଡ଼ ଡିଏଫଓ ଯଜ୍ଞଦତ୍ତ ପତି, ଖୁଣ୍ଟୁଣୀ ଫରେଷ୍ଟର ସରୋଜ କୁମାର ପଣ୍ଡା, ଯୁଗଳ ନାୟକ, ଏସିଏଫ୍‌ ଘନଶ୍ୟାମ ମୁଦୁଲି, ଆଠଗଡ଼ ପ୍ରାଣୀ ବିଶେଷଜ୍ଞ, ବନାଞ୍ଚଳର ହାତୀ ଟ୍ରାକର ଓ ବନସୁରକ୍ଷା ସମିତି ସଦସ୍ୟମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ। ବିଦ୍ୟୁତ୍‌ ଆଘାତରେ ହାତୀ ଶୁଣ୍ଢରେ କ୍ଷତ ସୃଷ୍ଟି ହେବା ସହ ମୃତ୍ୟୁ ଘଟିଥିବା ତଦନ୍ତବେଳେ ଜଣାପଡିଥିଲା। ଅପରାହ୍ନରେ ମୃତ ହାତୀର ବ୍ୟବଚ୍ଛେଦ କରାଯାଇ ଉକ୍ତ ସ୍ଥାନରେ ପୋତି ଦିଆଯାଇଛି ବୋଲି ଫରେଷ୍ଟର ପଣ୍ଡା କହିଚନ୍ତି। ସୂଚନାଯୋଗ୍ୟ, ଗତବର୍ଷ ଉକ୍ତ ହାତୀ ବାହ୍ମଣବସ୍ତ ସଂରକ୍ଷିତ ଜଙ୍ଗଲରେ ବୁଲୁଥିବାବେଳେ ଗୋଡରେ କ୍ଷତ ସୃଷ୍ଟି ହୋଇଥିଲା। ବନ ବିଭାଗ ପକ୍ଷରୁ ଟ୍ରାଙ୍କୁଲାଇଜ କରାଯାଇ ଚିକିତ୍ସା କରାଯାଇଥିଲା। ପରେ ହାତୀକୁ ଜଙ୍ଗଲରେ ଛାଡି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri