ଛଟପଟ ହୋଇ ମଲା ଦନ୍ତା, ପହଞ୍ଚିଲାନି ବନ ବିଭାଗ

ଖୋର୍ଦ୍ଧା ଅଫିସ,୨୬।୧୨: ଖୋର୍ଦ୍ଧା ଜିଲା ଟାଙ୍ଗି ବନାଞ୍ଚଳ ଭୂଷଣ୍ଡପୁର ନିକଟ ରେଳ ଧାରଣା କଡ଼ରୁ ଏକ ଦନ୍ତାହାତୀର ମୃତଦେହ ଉଦ୍ଧାର ହୋଇଛି। ଦନ୍ତାର ଟ୍ରେନ୍‌ ଧକ୍କାରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଏଥିରେ ଅନ୍ୟ ୨ଟି ହାତୀ ଆହତ ହୋଇଛନ୍ତି। ଆହତ ଦ୍ୱୟଙ୍କୁ ଜଙ୍ଗଲ ଭିତରେ ହାତୀ ପଲ ଜଗି ରହିଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ଶନିବାର ରାତିରେ ଏକ ୧୮ ଟିକିଆ ହାତୀ ପଲ ଟ୍ରେନ୍‌ ଲାଇନ ପାର ହେଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରେନ୍‌ ଦନ୍ତାକୁ ଧକ୍କା ଦେଇଥିଲା। ଏଥିରେ ଦନ୍ତାଟି ଗୁରୁତର ହୋଇଥିଲା। ଅନ୍ୟ ହାତୀପଲ ଜଙ୍ଗଲକୁ ଚାଲି ଯାଇଥିଲେ। ସେଥିରୁ ଦୁଇଟି ହାତୀ ଆହତ ହୋଇଥିବା କୁହାଯାଉଛି।
ଟ୍ରେନ ଧକ୍କା ସମ୍ପର୍କରେ ବନ ବିଭାଗ ନିକଟରେ ଖବର ରହିଥିଲେ ମଧ୍ୟ ଏଯାବତ୍‌ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇନାହିଁ। ରେଳ ଲାଇନ ଧାରଣାରେ ଦନ୍ତା ରାତି ସାରା ଛଟପଟ ହୋଇ ଶେଷରେ ସକାଳୁ ଜୀବନ ହାରିଛି। ସକାଳେ ସ୍ଥାନୀୟ ଲୋକେ ହାତୀ ଗୁରୁତର ଥିବା ବନ ବିଭାଗକୁ ଜଣାଇବା ସତ୍ତ୍ବେ ବନ ବିଭାଗ ପହଞ୍ଚି ନ ଥିଲେ। ବନ ବିଭାଗର ଦାୟିତ୍ୱହୀନତାରୁ ଦନ୍ତାର ଜୀବନ ଗଲା ବୋଲି ସାଧାରଣ ଲୋକେ ଅଭିଯୋଗ କରିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନ ଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri