ପିପିସିପି ମଡେଲ୍‌ରେ କମିପାରିବ ହାତୀ-ମଣିଷ ବିବାଦ

ଭୁବନେଶ୍ୱର, ୧୩ା୧୨(ବ୍ୟୁରୋ):ହାତୀ-ମଣିଷ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ରାଜ୍ୟରେ କେତେକ ସ୍ଥାନରେ ଏହା ମୁଣ୍ଡବ୍ୟଥାର କାରଣ ହୋଇଛି। ଏହି ବିବାଦ ମଧ୍ୟରେ ବି ଆମକୁ ମନେ ରଖିବାକୁ ପଡ଼ିବ ଯେ ପରସ୍ପର ସହ ସଂଶ୍ଳିଷ୍ଟ ଜୈବ ମଣ୍ଡଳ, ସମାଜ ଓ ପରିବେଶ ସନ୍ତୁଳନରେ ହାତୀଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଡାଏନୋସର ପରେ ବର୍ତ୍ତମାନ ହାତୀ ସ୍ଥଳଭାଗର ସବୁଠାରୁ ବଡ଼ ପ୍ରାଣୀ। ଯଦି ହାତୀମାନେ ନ ରୁହନ୍ତି ତା’ହେଲେ ଜୈବମଣ୍ଡଳରେ ତାଙ୍କ ସ୍ଥାନ ଅନ୍ୟ କେହି ନେଇପାରିବେ ନାହିଁ ବୋଲି ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ପ୍ରଦୀପ କୁମାର ଅମାତ କହିଛନ୍ତି। ସୋମବାର ସୂଚନା ଭବନଠାରେ ସେଭ୍‌ ଏଲିଫ୍ୟାଣ୍ଟ ଫାଉଣ୍ଡେଶନ ଟ୍ରଷ୍ଟର ଏକାଦଶ ପ୍ରତିଷ୍ଠା ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମନ୍ତ୍ରୀ କହିଲେ, ରାଜ୍ୟ ସରକାର ହାତୀ-ମନୁଷ୍ୟଙ୍କ ଶାନ୍ତିପୂର୍ଣ୍ଣ ସହାବସ୍ଥାନ ପାଇଁ ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି। ସରକାରୀ-ଘରୋଇ-ଗୋଷ୍ଠୀ-ଭାଗୀଦାରି ବା ପବ୍ଲିକ୍‌-ପ୍ରାଇଭେଟ୍‌-କମ୍ୟୁନିଟି-ପାର୍ଟନରଶିପ(ପିପିସିପି) ମଡେଲରେ କାର୍ଯ୍ୟ କରାଗଲେ ହାତୀ-ମନୁଷ୍ୟ ବିବାଦରେ ଅନେକ ଉପଶମ ମିଳିପାରିବ ବୋଲି ମନ୍ତ୍ରୀ କହିଥିଲେ।
କାର୍ଯ୍ୟକ୍ରମରେ ପିସିସିଏଫ୍‌ ଦେବୀଦତ୍ତ ବିଶ୍ୱାଳ ଓ ସୁଶୀଲ କୁମାର ପୋପଲି ଉପସ୍ଥିତ ରହି ହାତୀ ଏବଂ ମଣିଷ ବିବାଦର ସ୍ଥିତି ତଥା ସମାଧାନ ସଂକ୍ରାନ୍ତରେ କହିଥିଲେ। ପ୍ରୋଜେକ୍ଟ ଏଲିଫ୍ୟାଣ୍ଟର ଆଇଜିଏଫ୍‌ ତଥା ନିର୍ଦ୍ଦେଶକ ରମେଶ କୁମାର ପଣ୍ଡା, ଲୋକାୟୁକ୍ତ ସଦସ୍ୟ ଦେବବ୍ରତ ସ୍ବାଇଁ, ଟ୍ରଷ୍ଟି ଜିତ୍‌ଶତ୍ରୁ ମହାନ୍ତି, ଟ୍ରଷ୍ଟ ଉପଦେଷ୍ଟା ସରୋଜ କୁମାର ପଟ୍ଟନାୟକ, ବି.କେ. ଲୀନା ପ୍ରମୁଖ ଜୈବମଣ୍ଡଳ ତଥା ପରିବେଶର ସନ୍ତୁଳନ ପାଇଁ ହାତୀର ଆବଶ୍ୟକତା ଉପରେ ଆଲୋଚନା କରିଥିଲେ। ଏହି ଅବସରରେ ଏକ ଚିତ୍ର ପ୍ରଦର୍ଶନୀ ଆୟୋଜନ କରାଯିବା ସହ ବନ କର୍ମଚାରୀ ଓ ହାତୀ-ସାଥୀମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଟ୍ରଷ୍ଟର ଅଧ୍ୟକ୍ଷ ଡ. ରଜନୀକାନ୍ତ ଜେନା ସ୍ବାଗତ ଭାଷଣ ଦେଇଥିବାବେଳେ ମ୍ୟାନେଜିଂ ଟ୍ରଷ୍ଟି ଡ. ପ୍ରକାଶ ଚନ୍ଦ୍ର ଜେନା ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri