ହାତୀ ଉପଦ୍ରବ ବଢୁଛି

ଢେଙ୍କାନାଳ ଅଫିସ,୧୨।୬: ଢେଙ୍କାନାଳ ଜିଲାରେ ହାତୀ-ମଣିଷ ସଂଘର୍ଷ ରୋକିବାରେ ବିଫଳ ହୋଇଛି ବନ ବିଭାଗ। ଏହାକୁ ନେଇ ଅସନ୍ତୋଷ ତୀବ୍ର ରୂପ ଧାରଣ କଲାଣି। ବାରମ୍ବାର ଦାବି ସତ୍ତ୍ୱେ ସମସ୍ୟାର ସମାଧାନ ହେଉ ନ ଥିବାରୁ ଧନଜୀବନ ହାନି ବଢ଼ିବାରେ ଲାଗିଛି। ଏହାର ପ୍ରତିବାଦରେ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରିବାକୁ ଉପଦ୍ରୁତ ଅଞ୍ଚଳବାସୀ ସଜବାଜ ହେଲେଣି।
ଢେଙ୍କାନାଳ ଜିଲାର ହିନ୍ଦୋଳ, କପିଳାସ, ସଦର ରେଞ୍ଜରେ ହାତୀ ଉପଦ୍ରବ ଚରମସୀମାରେ ପହଞ୍ଚତ୍ଛି। ଜଙ୍ଗଲ ଛାଡ଼ି ଜନବସତିରେ ଦଳବଦ୍ଧ ହୋଇ ବୁଲୁଛନ୍ତି ହାତୀ। ଗଁାମୁହଁା ହୋଇଥିବା ଗୋଠଛଡ଼ା ଦନ୍ତା ହିଂସ୍ର ଆଚରଣ ପ୍ରଦର୍ଶନ କରୁଛନ୍ତି। ସ୍ଥିତି ଏମିତି ହୋଇଛି ଯେ, ଦିନବେଳା ମଧ୍ୟ ରାସ୍ତାରେ ଯିବାକୁ ଲୋକେ ଭୟ କରିବା ଆରମ୍ଭ କଲେଣି। ଗତ ମାସକ ମଧ୍ୟରେ ହାତୀ ଆକ୍ରମଣରେ ୧୧ ଜଣଙ୍କ ଜୀବନ ଯିବା ସ୍ଥିତିର ଗମ୍ଭୀରତାକୁ ଦର୍ଶାଉଛି। ଜନବସତିମୁହଁା ଦନ୍ତାଙ୍କୁ ଜଙ୍ଗଲକୁ ଘଉଡ଼ାଇବାରେ ବନ ବିଭାଗ ବିଫଳ ହୋଇଥିବାବେଳେ ମାନବାଧିକାର କର୍ମୀ ରାଜକିଶୋର ବେହେରା ଏଥିରେ ରାଜ୍ୟ ସରକାରଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି। ଏ ନେଇ ସେ ମୁଖ୍ୟମନ୍ତ୍ରୀ, ୫-ଟି ସଚିବ, ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକକୁ ଟୁଇଟ୍‌ କରି ଜଣାଇଛନ୍ତି। ଏଥିସହ ଢେଙ୍କାନାଳ ଜିଲାପାଳ, ଜିଲା ବନଖଣ୍ଡ ଅଧିକାରୀ ସ୍ଥିତିର ଗମ୍ଭୀରତା ହୃଦୟଙ୍ଗମ କରି ଆବଶ୍ୟକ ପଦକ୍ଷେପ ନେବାକୁ ନିବେଦନ କରିଛନ୍ତି।
କିଛିଦିନ ହେଲା କପିଳାସ ରେଞ୍ଜ ଅଧୀନ ନେଉଳପୋଇ, ଦେଓଗଁା, ଗୋପାଳପୁର, ମହୁଲଖୋଳି ଆଦି ଗ୍ରାମରେ ଦନ୍ତା ଉପଦ୍ରବ ଚରମ ସୀମାରେ ପହଞ୍ଚତ୍ଛି। ହାତୀପଲ ବ୍ୟାପକ ଫସଲ ନଷ୍ଟ କରୁଛନ୍ତି। ମୂଲ୍ୟବାନ ଧନଜୀବନ ହାନି ହେଉଛି। ସନ୍ଧ୍ୟା ହେଲେ ତାଟିକବାଟ ପଡ଼ିଯାଉଛି। ଲୋକମାନେ ଗୃହବନ୍ଦୀ ଜୀବନ ବିତାଇବାକୁ ବାଧ୍ୟ ହେଉଛନ୍ତି। ଏପରି କି ଜରୁରୀ ଚିକିତ୍ସା ଲାଗି ରୋଗୀ, ଗର୍ଭବତୀ, ପ୍ରସୂତି ଡାକ୍ତରଖାନା ଯିବାକୁ ଭୟ କରୁଛନ୍ତି। ବାରମ୍ବାର ଅଭିଯୋଗ ସତ୍ତ୍ୱେ ଜିଲା ପ୍ରଶାସନ, ବନ ବିଭାଗ ନୀରବଦ୍ରଷ୍ଟା ସାଜିଛି। ବନ ବିଭାଗର ଅସହାୟତା ଯୋଗୁ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେଉଛି। ତେଣୁ ହିଂସ୍ର ଦନ୍ତାକୁ ଅନ୍ୟତ୍ର ଘଉଡ଼ାଇବା ପାଇଁ ଦାବି କରାଯାଇଛି। ଏହାର ସମାଧାନ ନ ହେଲେ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରାଯିବ ବୋଲି ମାନବାଧିକାର କର୍ମୀ ବେହେରା ଟୁଇଟ୍‌ କରି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri