ହାତୀ ଉପଦ୍ରବ ବଢୁଛି

ଢେଙ୍କାନାଳ ଅଫିସ,୧୨।୬: ଢେଙ୍କାନାଳ ଜିଲାରେ ହାତୀ-ମଣିଷ ସଂଘର୍ଷ ରୋକିବାରେ ବିଫଳ ହୋଇଛି ବନ ବିଭାଗ। ଏହାକୁ ନେଇ ଅସନ୍ତୋଷ ତୀବ୍ର ରୂପ ଧାରଣ କଲାଣି। ବାରମ୍ବାର ଦାବି ସତ୍ତ୍ୱେ ସମସ୍ୟାର ସମାଧାନ ହେଉ ନ ଥିବାରୁ ଧନଜୀବନ ହାନି ବଢ଼ିବାରେ ଲାଗିଛି। ଏହାର ପ୍ରତିବାଦରେ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରିବାକୁ ଉପଦ୍ରୁତ ଅଞ୍ଚଳବାସୀ ସଜବାଜ ହେଲେଣି।
ଢେଙ୍କାନାଳ ଜିଲାର ହିନ୍ଦୋଳ, କପିଳାସ, ସଦର ରେଞ୍ଜରେ ହାତୀ ଉପଦ୍ରବ ଚରମସୀମାରେ ପହଞ୍ଚତ୍ଛି। ଜଙ୍ଗଲ ଛାଡ଼ି ଜନବସତିରେ ଦଳବଦ୍ଧ ହୋଇ ବୁଲୁଛନ୍ତି ହାତୀ। ଗଁାମୁହଁା ହୋଇଥିବା ଗୋଠଛଡ଼ା ଦନ୍ତା ହିଂସ୍ର ଆଚରଣ ପ୍ରଦର୍ଶନ କରୁଛନ୍ତି। ସ୍ଥିତି ଏମିତି ହୋଇଛି ଯେ, ଦିନବେଳା ମଧ୍ୟ ରାସ୍ତାରେ ଯିବାକୁ ଲୋକେ ଭୟ କରିବା ଆରମ୍ଭ କଲେଣି। ଗତ ମାସକ ମଧ୍ୟରେ ହାତୀ ଆକ୍ରମଣରେ ୧୧ ଜଣଙ୍କ ଜୀବନ ଯିବା ସ୍ଥିତିର ଗମ୍ଭୀରତାକୁ ଦର୍ଶାଉଛି। ଜନବସତିମୁହଁା ଦନ୍ତାଙ୍କୁ ଜଙ୍ଗଲକୁ ଘଉଡ଼ାଇବାରେ ବନ ବିଭାଗ ବିଫଳ ହୋଇଥିବାବେଳେ ମାନବାଧିକାର କର୍ମୀ ରାଜକିଶୋର ବେହେରା ଏଥିରେ ରାଜ୍ୟ ସରକାରଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି। ଏ ନେଇ ସେ ମୁଖ୍ୟମନ୍ତ୍ରୀ, ୫-ଟି ସଚିବ, ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକକୁ ଟୁଇଟ୍‌ କରି ଜଣାଇଛନ୍ତି। ଏଥିସହ ଢେଙ୍କାନାଳ ଜିଲାପାଳ, ଜିଲା ବନଖଣ୍ଡ ଅଧିକାରୀ ସ୍ଥିତିର ଗମ୍ଭୀରତା ହୃଦୟଙ୍ଗମ କରି ଆବଶ୍ୟକ ପଦକ୍ଷେପ ନେବାକୁ ନିବେଦନ କରିଛନ୍ତି।
କିଛିଦିନ ହେଲା କପିଳାସ ରେଞ୍ଜ ଅଧୀନ ନେଉଳପୋଇ, ଦେଓଗଁା, ଗୋପାଳପୁର, ମହୁଲଖୋଳି ଆଦି ଗ୍ରାମରେ ଦନ୍ତା ଉପଦ୍ରବ ଚରମ ସୀମାରେ ପହଞ୍ଚତ୍ଛି। ହାତୀପଲ ବ୍ୟାପକ ଫସଲ ନଷ୍ଟ କରୁଛନ୍ତି। ମୂଲ୍ୟବାନ ଧନଜୀବନ ହାନି ହେଉଛି। ସନ୍ଧ୍ୟା ହେଲେ ତାଟିକବାଟ ପଡ଼ିଯାଉଛି। ଲୋକମାନେ ଗୃହବନ୍ଦୀ ଜୀବନ ବିତାଇବାକୁ ବାଧ୍ୟ ହେଉଛନ୍ତି। ଏପରି କି ଜରୁରୀ ଚିକିତ୍ସା ଲାଗି ରୋଗୀ, ଗର୍ଭବତୀ, ପ୍ରସୂତି ଡାକ୍ତରଖାନା ଯିବାକୁ ଭୟ କରୁଛନ୍ତି। ବାରମ୍ବାର ଅଭିଯୋଗ ସତ୍ତ୍ୱେ ଜିଲା ପ୍ରଶାସନ, ବନ ବିଭାଗ ନୀରବଦ୍ରଷ୍ଟା ସାଜିଛି। ବନ ବିଭାଗର ଅସହାୟତା ଯୋଗୁ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେଉଛି। ତେଣୁ ହିଂସ୍ର ଦନ୍ତାକୁ ଅନ୍ୟତ୍ର ଘଉଡ଼ାଇବା ପାଇଁ ଦାବି କରାଯାଇଛି। ଏହାର ସମାଧାନ ନ ହେଲେ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରାଯିବ ବୋଲି ମାନବାଧିକାର କର୍ମୀ ବେହେରା ଟୁଇଟ୍‌ କରି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

ଖେଳ ପଡ଼ିଆରେ ଟ୍ରାକ୍ଟର ଚଳାଇ ଧାନ ତଳି ପକାଇଲେ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ-ଉତ୍ତେଜନା

ହାଟଡିହୀ, ୩୦।୭(ଶୁଭକାନ୍ତ ନାୟକ): ସରକାର ଖେଳ ଏବଂ ଶାରୀରିକ ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ବଡ଼ରମ୍ପାସ…

କ୍ଷେତପୋଖରୀ ଦୁର୍ନୀତିକୁ ନେଇ ସରପଞ୍ଚ-ସମିତିସଭ୍ୟ ମୁହାଁମୁହିଁ: ହଟ୍ଟଗୋଳ ଯୋଗୁ ଉଠି ଚାଲିଗଲେ…

ଦିଗପହଣ୍ଡି,୩୦|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଗୁରୁବାର ଦିଗପହଣ୍ଡି ବ୍ଲକସ୍ତରୀୟ ଏମଜିଏନଆରଇଜିଏ ଯୋଜନାର ସାମାଜିକ ସମୀକ୍ଷା ଜନଶୁଣାଣି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ପିସ୍ତଲ ଦେଖାଇ ହତ୍ୟା ଧମକ ଦେଇଥିଲେ, ଯୁବକଙ୍କୁ ବାନ୍ଧିଲା…

ଦେବଗଡ଼,୩୦ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ସୁନାମୁଣ୍ଡା ଗ୍ରାମରେ ପିସ୍ତଲ ମୁନରେ ଭୟଭୀତ କରି ହତ୍ୟା ଧମକ ଦେଇଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି।…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri