ବଢ଼ୁଛି ହାତୀ ଉପଦ୍ରବ: ପୁଣି ନେଲା ୨ ଜୀବନ

ମୋରଡ଼ା,୨୪।୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକରେ ହାତୀ ଉପଦ୍ରବ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ତେବେ ବନବିଭାଗ ଏହାକୁ ରୋକିବାରେ ଅସଫଳ ହେଉଥିବା ମଧ୍ୟ ଲୋକେ ଅଭିଯୋଗ କରୁଛନ୍ତି। ହାତୀ ଆକ୍ରମଣରେ ପୁଣି ଦୁଇଜଣଙ୍କ ମୃତ୍ୟୁ ଘଟଛି ।
ସୂଚନା ଅନୁଯାୟୀ, ମଙ୍ଗଳବାର ବିଳମ୍ବିତ ରାତିରେ ବ୍ଲକ ଅଧୀନ ଡାଙ୍ଗରବିଲା ଗ୍ରାମର ଶ୍ରୀମତ ହାଁସଦା(୪୦) ଘରେ ଶୋଇଥିବା ବେଳେ ଏକ ଚାରିଟିକିଆ ହାତୀପଲ ଆସି ଦଳିଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା । ଖବରପାଇ ବନବିଭାଗ କର୍ମଚାରୀ ଓ ମୋରଡ଼ା ପୋଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ପାଇଁ ବାରିପଦାସ୍ଥିତ ପିଆର୍‌ଏମ୍‌ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲକୁ ପଠାଇଛନ୍ତି।

ସେହିପରି ବ୍ଲକର ବେତନଟୀ ରେଞ୍ଜ ଅଧୀନ ଅସନବଣି ଜଙ୍ଗଲରେ ମଧ୍ୟ ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟଛି । ଦୁର୍ଗାପୁର ପଞ୍ଚାୟତର ସଙ୍ଗାଡ଼ିହି ଗ୍ରାମର ଧନଞ୍ଜୟ ହାଁସଦା ମଙ୍ଗଳବାର ଅପରାହ୍ନରେ ସାଙ୍ଗସହ ଜଙ୍ଗଲକୁ ଯାଇଥିଲେ। ସେମାନେ ହାତୀ ହାବୁଡ଼ରେ ପଡିବାରୁ ସାଙ୍ଗ ଦୌଡ଼ି ପଳାଇଯାଇଥିବା ବେଳେ ଧନଞ୍ଜୟ ସା ସୁଦ୍ଧା ଘରକୁ ନ ଫେରିବାରୁ ଗ୍ରାମବାସୀ ଓ ପରିବାର ଲୋକେ ରାତିସାରା ଖୋଜାଖୋଜି କରିଥିଲେ। ତେବେ ବୁଧବାର ଗ୍ରାମବାସୀ ଜଙ୍ଗଲ ଭିତରେ ତାଙ୍କର ମୃତଦେହ ପାଇବା ପରେ ବନବିଭାଗକୁ ଖବର ଦେଇଥିଲେ। ଗ୍ରାମବାସୀଙ୍କ କହିବା ମୁତାବକ, ଦୁଇଟି ହାତୀ ଦଳି ଦେବାରୁ ଧନଞ୍ଜୟଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ବନବିଭାଗ କର୍ମଚାରୀ ପହଞ୍ଚିିଥିବା ଜଣାପଡିଛ। ସେଠାରେ ଉତ୍ତେଜନା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri