ମହିଳାଙ୍କୁ ଶୁଣ୍ଢରେ ଟେକି କଚାଡି ଦେଲା ହାତୀ

ଟେନସା,୯।୩(ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜଲା କୋଇଡ଼ା ରେଞ୍ଜ ଅଧୀନ କାଳଟା ପଞ୍ଚାୟତ ଅନ୍ତର୍ଗତ ଗାଁରେ ଏକ ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ହେଲେ କୁଣ୍ଡୁପୋଖରୀ ଗାଁର ଅତୁଆରୀ ବୋଦ୍ରା(୩୮)।

ମିଳିଥିବା ସୂଚନା ମୁତାବକ, ଶୁକ୍ରବାର ବିଳମ୍ବିତ ରାତିରେ ଗାଁକୁ ଏକ ହାତୀପଲ ପଶି ଆସିଥିଲା। ଗ୍ରାମବାସୀ ହାତୀକୁ ଘଉଡାଇବା ବେଳେ ଜୀବନ ବଞ୍ଚାଇବାକୁ ଅତୁଆରୀ ଘରୁ ବାହାରି ଦୌଡ଼ି ପଳାଉଥିଲେ। ସେତିକିବେଳେ ସେ ଏକ ହାତୀ ହାବୁଡ଼ରେ ପଡି ଯାଇଥିଲେ। ହାତୀଟି ତାଙ୍କୁ ଶୁଣ୍ଢରେ ଟେକି କଚାଡି ଦଳି ଦେଇଥିଲା। ଫଳରେ ଘଟଣାସ୍ଥଳରେ ଅତୁଆରୀଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି।

ଅନ୍ୟପକ୍ଷେ ମୃତକଙ୍କ ପରିବାର ଲୋକଙ୍କୁ ପ୍ରଥମ ପର୍ଯ୍ୟାୟରେ ୬୦ ହଜାର ଟଙ୍କା କ୍ଷତିପୂରଣ ଯୋଗାଇ ଦିଆଯାଇଛି। ପରବର୍ତ୍ତୀ ସମୟରେ ଆବଶ୍ୟକ ସହାୟତା ରାଶି ଯୋଗାଇ ଦିଆଯିବ ବୋଲି କୋଇଡା ରେଞ୍ଜର ଗୌତମ ପ୍ରଦାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri