କୁଲଡ଼ିହା ଅଭୟାରଣ୍ୟରେ ହାତୀମଡ଼କ

ସଜନାଗଡ଼,୨୨ ।୩(ଡି.ଏନ.ଏ.) ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡରେ ଅବସ୍ଥିତ କୁଲଡ଼ିହା ଅଭୟାରଣ୍ୟ ଏବେ ବନ୍ୟଜନ୍ତୁଙ୍କ ପାଇଁ ଅସୁରକ୍ଷିତ ହୋଇପଡ଼ିଛି। ଗତ ୩ମାସ ମଧ୍ୟରେ ୩ ମାଈହାତୀଙ୍କ ମୃତଦେହ ଉଦ୍ଧାର ପରେ ହାତୀମଡ଼କ ନେଇ ଚର୍ଚ୍ଚା ଜୋର୍‌ ଧରିଛି। କ୍ରମାଗତ ଭାବେ ହାତୀ ମୃତ୍ୟୁ ଘଟଣା ବନାଞ୍ଚଳବାସୀଙ୍କୁ ବ୍ୟଥିତ କରିଛି। ଗୋଟିଏ ଦିନରେ ଦୁଇଟି ହାତୀ ମୃତ୍ୟୁ ବନବିଭାଗର ନିଦ ହଜାଇଛି।
କୁଲଡ଼ିହା ଅଭୟାରଣ୍ୟ ଅଧୀନ ପଞ୍ଚଲିଙ୍ଗେଶ୍ୱର ବିଟ୍‌ ତଥା ବାଉଁଶବଣିଆ ପଞ୍ଚାୟତ ଗୁହାଳିଆ ଓ ଜୁଣିଆ ଗାଁର ଦେବଗିରି ପାହାଡ଼ ଫଟାଚତୁରୀ ନିକଟରେ ଏକ ବିଶାଳ ହାତୀର ମୃତଦେହ ପଡ଼ିରହିଥିଲା। ରବିବାର କୁଲଡ଼ିହା ବନବିଭାଗ ଦ୍ୱାରା ମୃତଦେହ ଉଦ୍ଧାର କରାଯାଇ ପ୍ରାଣୀ ଚିକିତ୍ସକଙ୍କ ଦ୍ୱାରା ବ୍ୟବଚ୍ଛେଦ ପରେ ପୋଡ଼ି ଦିଆଯାଇଥିଲା। କିନ୍ତୁ ମୃତଦେହଠାରୁ ମାତ୍ର କିଛି ଦୂରରେ ରାତିରେ ପୁଣି ଏକ ହାତୀଛୁଆର ମୃତଦେହ ପଡ଼ିରହିଥିବା ବନବିଭାଗ ଜାଣିବାକୁ ପାଇଥିଲା। ବାଲେଶ୍ୱର ଡିଏଫ୍‌ଓ ବିମଳ ପ୍ରସନ୍ନ ଆଚାର୍ଯ୍ୟ, ଏସିଏଫ୍‌ଓ ସୁଶାନ୍ତ ଜେନା, କୁଲଡ଼ିହା ରେଞ୍ଜର ଅନନ୍ତ ଜେନା, ପ୍ରାଣୀ ଚିକିତ୍ସାଧିକାରୀ ଡା. ପୀୟୁଷ ସୋରେନଙ୍କ ସମେତ ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଶିମିଳିପାଳରୁ ସନ୍ଧାନୀ କୁକୁର ମାଧ୍ୟମରେ ରବିବାର ରାତି ଓ ସୋମବାର ଦିନରେ ଅଭୟାରଣ୍ୟ ପାଦଦେଶ ଗ୍ରାମଗୁଡିକରେ ପ୍ରାଥମିକ ତଦନ୍ତ କରାଯାଇଥିବା ଦେଖାଯାଇଛି। ହାତୀ ମୃତ୍ୟୁର କାରଣ ସ୍ପଷ୍ଟ ହୋଇନାହିଁ। ବହୁ ସମୟରେ ଅଭୟାରଣ୍ୟରେ ଶିକାରୀଙ୍କ ପ୍ରାଦୁର୍ଭାବ ରହୁଥିବାରୁ ସେମାନେ ହାତୀକୁ ମାରିଦେଇଥିବା ସନ୍ଦେହ କରାଯାଉଛି। ଉଲ୍ଲେଖଯୋଗ୍ୟ, ଗତ ଜାନୁୟାରୀ ୧୫ରେ ଏକ ବିରାଟକାୟ ହାତୀର ଗଳିତ ମୃତଦେହ ମିଳିଥିଲା। ଉକ୍ତ ହାତୀଟିର ମୃତ୍ୟୁର ୧୦ ଦିନ ପରେ ବନବିଭାଗ ଜାଣିବାକୁ ପାଇଥିଲା। ମୃତଦେହକୁ ତରବରିଆ ଭାବେ ବନବିଭାଗ ପୋଡ଼ି ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri