ହାତୀ ଉପଦ୍ରବ, ଧାନ ଫସଲ ନଷ୍ଟ

ବୁଗୁଡା,୧୪ା୧୧(ଡି.ଏନ୍‌.ଏ)-ବୁଗୁଡା ବ୍ଲକ କରସିଙ୍ଗି ଗ୍ରାମରେ ଦୁଇଦିନ ହେଲା ହାତୀ ଉପଦ୍ରବ ଯୋଗୁ ପ୍ରାୟ ୫୦ ଭରଣ ଧାନ ଫସଲ ନଷ୍ଟ ହୋଇଛି। ଏହି ହାତୀପଲ ନୟାଗଡ଼ ଜଙ୍ଗଲରୁ ଆସିଥିବା କୁହାଯାଇଛି। ଏଥିରେ ୧୭ଟି ହାତୀ ଅଛନ୍ତି। ଗୁରୁବାର ଏବଂ ଶୁକ୍ରବାର ରାତିରେ ହାତୀପଲ ଗ୍ରାମାଞ୍ଚଳ ଅଭିମୁଖୀ ହୋଇ କରସିଙ୍ଗି ନିକଟ ନାକିଘାଇ ଓ ବଞ୍ଜର ଆଖପାଖ ବିଲରେ ପଶି ଧାନ ଖାଇବା ସହ ଦଳିଚକଟି ନଷ୍ଟ କରିଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଗ୍ରାମବାସୀ ହାତୀପଲକୁ ଘଉଡାଇବା ପାଇଁ ଚେଷ୍ଟା କଲେ ମଧ୍ୟ ସେମାନେ ଯାଇ ନ ଥିଲେ। ଖବର ପାଇ ଦକ୍ଷିଣ ଘୁମୁସର ବନଖଣ୍ଡ ଅଧିକାରୀ ସତ୍ୟନାରାୟଣ ବେହୁରା ଘଟଣାସ୍ଥଳରେ ପହଞ୍ଚତ୍ ରାତି ପାଟ୍ରୋଲିଂକୁ କଡ଼ାକଡି କରିବା ପାଇଁ ବନକର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ଶୁକ୍ରବାର ରାତିରେ ବନକର୍ମଚାରୀମାନଙ୍କୁ ଦେଖିବାକୁ ମିଳି ନ ଥିଲା ବୋଲି ଚାଷୀମାନେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri