ସହରରେ ବୁଲିଲା ଦନ୍ତା

କୁଆଁରମୁଣ୍ଡା,୨୯।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ସହର ଭିତରକୁ ଶୁକ୍ରବାର ଏକ ଦନ୍ତା ହାତୀ ପଶି ଆସିଥିଲା। ବୀରମିତ୍ରପୁର ବନ ରେଞ୍ଜ ଅଧିକାରୀ ଦୁର୍ଯ୍ୟୋଧନ ଜେରାଇ ଉପସ୍ଥିତ ରହି ବନ କର୍ମଚାରୀଙ୍କ ସହାୟତାରେ ହାତୀକୁ ଘଉଡାଇଥିଲେ। ଫଳରେ ହାତୀଟି ଜଲଙ୍ଗବିରା ଜଙ୍ଗଲ ଆଡକୁ ପଲାଇ ଥିବା ସୂଚନା ମିଳିଛି।

ହାତୀଟି ପ୍ରଥମେ ଘଘାରି ଜଙ୍ଗଲରୁ ବାହାରି ଅନ୍ଧାରୀ ରୋଡରେ ଥିବା ଜାଗୃତି ହାଇସ୍କୁଲ, ଶ୍ରମଶକ୍ତି କଲେଜ, ତହସିଲ ଅଫିସ ହୋଇ ବୀରମିତ୍ରପୁର ସହରରେ ପଶିଥିଲା। ଏହି ସମୟରେ ୧୪୩ ନମ୍ବର ଜାତୀୟ ରାଜପଥ ପାର ହୋଇ କୁନାଦେଓ ଘର ଛକ ହୋଇ ଜଲଙ୍ଗବିରା ପଞ୍ଚାୟତ ଅଞ୍ଚଳକୁ ପ୍ରବେଶ କରିଥିଲା। ସେଠାରୁ ବନ କର୍ମଚାରୀ ଘଉଡାଇବା ପରେ ହାତୀଟି ନିକଟସ୍ଥ ଜଲଙ୍ଗବିରା ପାହାଡ଼ରେ ଅଞ୍ଚଳକୁ ଚାଲିଯାଇଥିଲା। ହାତୀ ସହର ମଧ୍ୟ ଦେଇ ଯିବା ବେଳେ ବନ ବିଭାଗ କର୍ମଚାରୀ ମାଇକ୍‌ ଯୋଗେ ଲୋକମାନଙ୍କୁ ବାହାରକୁ ନ ବାହାରିବାକୁ ସତର୍କ କରାଇଥିଲେ। ହେଲେ ହାତୀଟି କୌଣସି କ୍ଷତି ନ ଘଟାଇ ସୁନା ପିଲା ଭଳି ସହର ଅତିକ୍ରମ କରିଥିବା ବୀରମିତ୍ରପୁର ସହରରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚ ଚାମେଲି ଓଝାଙ୍କ ଘଟଣା: ମନ୍ତ୍ରୀ କହିଲେ ରିପୋର୍ଟ ଆସିଲେ…

ଭୁବନେଶ୍ୱର,୧୪ା୬: ରାଜ୍ୟ ରାଜନୀତିରେ ଚର୍ଚ୍ଚାରେ ରହିଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ଘଟଣାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ…

ବିଜେଡିରେ ସାମିଲ ହେଲେ ଭାଜପା-କଂଗ୍ରେସର ୫୦ରୁ ଊର୍ଦ୍ଧ୍ୱ କର୍ମୀ

ଥୁଆମୂଳ ରାମପୁର,୧୪ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ଖଣ୍ଡୁଆଳ ଖେଳ ପଡ଼ିଆଠାରେ ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଏକ ଦିନିକିଆ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ…

ରଜରେ ରକ୍ତପାତ: ଜନ୍ମକଲା ମା’କୁ ବୀଭତ୍ସ ଭାବେ ହତ୍ୟା କଲା ପୁଅ

ବନ୍ତ, ୧୪।୬ (କିଶୋର କୁମାର ସେଠୀ): ଭଦ୍ରକ ଜିଲାର ବନ୍ତ ଥାନା ଅଞ୍ଚଳରେ ରଜ ପର୍ବ ଅବସରରେ ଘଟିଛି ଏକ ହୃଦୟବିଦାରକ ଘଟଣା। ପାରିବାରିକ କଳହକୁ କେନ୍ଦ୍ର…

ଇରାନରେ ଆରାଘଚିଙ୍କ ବିରୋଧରେ ବିଶାଳ ପ୍ରତିବାଦ; ନିଜ ବିଦେଶ ମନ୍ତ୍ରୀଙ୍କ ବିରୋଧରେ ବିଦ୍ରୋହ କଲେଣି ଲୋକେ

ତେହରାନ,୧୪।୬: ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ଖୁବ ଶୀଘ୍ର ହେବା ପରି ମନେ ହେଉଛି; ତଥାପି, ଇରାନ ଭିତରେ ବୈଦେଶିକ ମନ୍ତ୍ରୀ ସୟଦ…

ଆକ୍ସନମୋଡାରେ ଆନନ୍ଦପୁର ଉପଖଣ୍ଡ ପୋଲିସ: ଚଢ଼ାଉ କରି ୬୯ ଲିଟର ନାମୀଦାମୀ ବିଦେଶୀ ବ୍ରାଣ୍ଡ ଜବତ

 ହାଟଡିହୀ/ଆନନ୍ଦପୁର, ୧୪/୦୬ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): ବେଆଇନ ଭାବେ ବିଦେଶୀ ମଦ ଗଚ୍ଛିତ ରଖି ବିକ୍ରି କରାଯାଉଥିବା ସମୟରେ କେନ୍ଦୁଝର ଜିଲାର  ଆନନ୍ଦପୁର ଉପଖଣ୍ଡ ପୋଲିସ…

ଧୂଷୁରୀ ବଜାରର ଦୁର୍ଦ୍ଦଶା ଥମୁନି, ଯାତାୟାତ ପାଇଁ ସଙ୍କୁଚିତ ହୋଇପଡୁଛି ରାସ୍ତା

ତିହିଡ଼ି,୧୪ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ କେବଳ ଏକ ସ୍ଥାନର ନାମ ନୁହେଁ, ଏହା ଏକ ଗର୍ବ ଓ ଗୌରବର ମାଟି। ସ୍ବାଧୀନତା ସଂଗ୍ରାମୀଙ୍କ ତ୍ୟାଗ, ବହୁ…

ବକ୍ସ କଣ୍ଡୁଇଟ୍‌ ଅଧୁରା, କେନାଲକୁ ବାଲିବସ୍ତା ଭରସା: ତଳିମୁଣ୍ଡ ଚାଷୀମାନଙ୍କ ବଢ଼ିଲା ଚିନ୍ତା

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ସରକାର ବଦଳିବା ପରେ ବିକଶିତ ବରଗଡ଼ ଲକ୍ଷ୍ୟ ନେଇ ଡ୍ରେନ ନିର୍ମାଣଠାରୁ ଆରମ୍ଭ କରି ରାସ୍ତା ପ୍ରଶସ୍ତୀକରଣ, ଆଲୋକୀକରଣ, ଧନୁଯାତ୍ରାର ସ୍ଥାୟୀ ମଞ୍ଚ ଓ…

ରଜ କୁଇନ୍ ପ୍ରତିଯୋଗିତା: ଘୁମୁସରର ପ୍ରତିଭାକୁ ଖୋଜି ବାହାର କରିବା ଲକ୍ଷ୍ୟ…

ଭଞ୍ଜନଗର,୧୪।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପାତ୍ର କଲୋନୀସ୍ଥିତ ଶ୍ରୀଜଗନ୍ନାଥ ବ୍ୟାଙ୍କ୍ୱେଟ୍ ହଲ୍ ଆଣ୍ଡ ରିସର୍ଟରେ ତିନି ଦିନିଆ ‘ରଜ କୁଇନ୍ ପ୍ରତିଯୋଗିତା’ ରବିବାର ଉଦ୍‌ଘାଟିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri