ନରସିଂହପୁରରେ ଦନ୍ତାକୁ ଗୁଳିମାଡ଼ ଘଟଣା: ହାଇକୋର୍ଟରେ ମାମଲା ରୁଜୁ

କଟକ ଅଫିସ,୯।୬: ନରସିଂହପୁରରେ ହାତୀକୁ ଗୁଳିମାଡ଼ ଘଟଣାକୁ ନେଇ ହାଇକୋର୍ଟରେ ମାମଲା ରୁଜୁ ହୋଇଛି । ଆଇନରେ ଶିକାରୀଙ୍କୁ କଠୋର ଦଣ୍ଡ ଦେବାର ବ୍ୟବସ୍ଥା ନ ଥିବାରୁ ଦିନକୁ ଦିନ ହାତୀ ଶିକାର ବଢି ଚାଲିଛି । ତେଣୁ ହାତୀଙ୍କ ସୁରକ୍ଷା ପାଇଁ ଆସାମ ଭଳି ଓଡ଼ିଶାରେ କଠୋର ଆଇନ ପାଇଁ ସାନି ବିଜ୍ଞପ୍ତି ଜାରି କରାଯାଉ ବୋଲି ପ୍ରାର୍ଥନା କରି କଟକର ସାମାଜିକ କର୍ମୀ ଗୀତା ରାଉତ ଏହି ମାମଲା ରୁଜୁ କରିଛନ୍ତି।

ଓଡ଼ିଶାରେ ହାତୀଙ୍କର ଶିକାର ନଚେତ ରେଳଲାଇନ୍‌ ଧାରଣାରେ କଟି ମୃତ୍ୟୁ ଭଳି ଅଘଟଣ ନିତିଦିନିଆରେ ପରିଣତ ହୋଇଛି । ଯଦି ବନ୍ୟପ୍ରାଣୀ ସୁରକ୍ଷା ଆଇନ-୧୯୭୨କୁ କଠୋର କରା ନ ଯାଏ ତାହେଲେ ହାତୀ ଶିକାର ହ୍ରାସ ପାଇବ ନାହିଁ । ଆସାମରେ ହାତୀ ଶିକାରକୁ ରୋକିବ ପାଇଁ ସେଠାକାର ସରକାର ୨୦୧୦ ଅକ୍ଟୋବର ୨୦ ଏକ ସଂଶୋଧିତ ବିଜ୍ଞପ୍ତି ଜରିଆରେ କଠୋର ଆଇନ ଲାଗୁ କରିଛନ୍ତି । ଯେଉଁଥିରେ ଜରିମାନା ଓ ଜେଲ ଦଣ୍ଡକୁ ଅଧିକ ପ୍ରଭାବଶାଳୀ କରାଯାଇଛି । ଏପରିକି ପୁନର୍ବାର ସମାନ ଅପରାଧ କରୁଥିବା ଅଭିଯୁକ୍ତମାନଙ୍କୁ ଆଜୀବନ ଜେଲ ଦଣ୍ଡ ମଧ୍ୟ ଦିଆଯିବାର ବ୍ୟବସ୍ଥା ରହିଛି । କେବଳ ସେତିକି ନୁହେଁ, ଆସାମର ପ୍ରତି ନିମ୍ନ ଅଦାଲତରେ ବନ୍ୟପ୍ରାଣୀ ସଂକ୍ରାନ୍ତ ସମସ୍ତ ମାମଲାରେ ପ୍ରାଥମିକତା ଭିତ୍ତିରେ ଶୁଣାଣି କରାଯାଉଛି । ସେହି ଆଧାରରେ ପଦକ୍ଷେପ ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବାକୁ ଆବେଦନକାରିଣୀ ଗୀତା ତାଙ୍କ ପିଟିସନ୍‌ରେ ଉଲ୍ଲେଖ କରିଛନ୍ତି।

ପ୍ରକାଶ ଯେ, ଆଠଗଡ ବନଖଣ୍ଡ ଅନ୍ତର୍ଗତ ନରସିଂହପୁର ପୂର୍ବ ବନାଞ୍ଚଳ ଜୟପୁର ସେକ୍ସନରେ ଗୁଳି ମାଡ଼ ପରେ ଏକ ଦନ୍ତା ଜଙ୍ଗଲ ଭିତରେ ଥିବା ନାଳରେ ପଡ଼ି ରହିଥିଲା। ନାଳରୁ ଉଠିବାକୁ ଚେଷ୍ଟା କରୁଥିଲେ ହେଁ ହାତୀଟି ନାଳରୁ ଉଠି ପାରୁ ନ ଥିଲା। ଏନେଇ ବଡ଼ମ୍ବା ବିଧାୟକ ଦେବୀ ପ୍ରସାଦ ମିଶ୍ର ଫେସବୁକ୍ରେ ପୋଷ୍ଟ କରିଥିଲେ। ଦନ୍ତାର ତୁରନ୍ତ ଚିକିତ୍ସା ପାଇଁ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ ଅମାତଙ୍କୁ ଅନୁରୋଧ କରି ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସାପ ଲାଞ୍ଜକୁ ଧରି ଦଉଡ଼ି ପରି ଘୂରାଉଥିଲେ ଯୁବକ, ହଠାତ୍‌ ଘଟିଲା ଏମିତି…

ସାପର ନାଁ ଶୁଣିଲେ ସମସ୍ତଙ୍କୁ ଡର ଲାଗେ। ଏହାର ନାଁ ଶୁଣିଲେ ସବୁଠାରୁ ସାହସୀ ମଣିଷ ମଧ୍ୟ ଭୟରେ ଥରି ଉଠେ। ଯଦି ଜଣେ ଯୁବକ ସେହି…

‘ପାଗଳ ଟ୍ରମ୍ପଙ୍କ ଆକ୍ରମଣ ବନ୍ଦ କର’: କାହାକୁ ଏମିତି କହିଲେ ପୂର୍ବତନ UN ପରମାଣୁ ନୀରିକ୍ଷଣ ମୁଖ୍ୟ

ଓ୍ବାଶିଂଟନ,୫।୪: ଜାତିସଂଘର ପରମାଣୁ ପ୍ରତ୍ୟକ୍ଷ ସଂସ୍ଥାର ପୂର୍ବତନ ମୁଖ୍ୟ ଶନିବାର ଉପସାଗରୀୟ ରାଷ୍ଟ୍ରଗୁଡ଼ିକୁ ମଧ୍ୟପ୍ରାଚ୍ୟକୁ ଅଗ୍ନିଗୋଲାରେ ପରିଣତ କରିବାରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ରୋକିବା ପାଇଁ ଅନୁରୋଧ କରିଛନ୍ତି।…

ବୁଶେହର ପରମାଣୁ କେନ୍ଦ୍ର ଉପରେ ଆକ୍ରମଣ ପରେ ଇରାନର ବଡ଼ ଚେତାବନୀ, କହିଲା ଧ୍ୱଂସ ହୋଇଯିବ ଉପସାଗରୀୟ ରାଷ୍ଟ୍ର

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ଉଭୟ ପକ୍ଷରୁ ପରସ୍ପରର ସ୍ଥିତି ଉପରେ ନିରନ୍ତର ଆକ୍ରମଣ ଜାରି ରହିଛି।…

ଧରିତ୍ରୀର ବଡ଼ ପ୍ରଭାବ: ୭୭ ବର୍ଷର ଅନ୍ଧାର ଚିରି ପହଞ୍ଚିଲା ପ୍ରଶାସନ, ବିକାଶ ଆଶାରେ କେନ୍ଦୁଗୁଡ଼ା-କନ୍ଦାଗୁଡ଼ା

ଥୁଆମୁଳ ରାମପୁର,୫।୪(ଦୁର୍ଗା କୀର୍ତ୍ତି): ସାମ୍ବାଦିକତା ଯେତେବେଳେ ସମାଜର ଅନ୍ତିମ ପାହାଚରେ ଥିବା ମଣିଷର ସ୍ୱର ସାଜେ, ସେତେବେଳେ ପ୍ରଶାସନ ମୁଣ୍ଡ ନୁଆଁଇବାକୁ ବାଧ୍ୟ ହୁଏ। ଏହାର ଏକ…

ସମ୍ବଲପୁରର ଗୌରବକୁ ଲୋକଲୋଚନକୁ ଆଣିବା ପାଇଁ ପ୍ରୟାସ

ସମ୍ବଲପୁର,୫।୪(ପ୍ରମୋଦ ବହିଦାର): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଚାଲିଥିବା ‘ଓଡ଼ିଆ ପକ୍ଷ’ ପାଳନ ଅବସରରେ ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ ଏକ…

ଯୁଦ୍ଧ ମଧ୍ୟରେ ଭିଡ଼ିଓ ଜାରି କରି ବଡ଼ ଦାବି କଲେ ଟ୍ରମ୍ପ, କହିଲେ ‘ଜୀବିତ ନାହାଁନ୍ତି ଇରାନର ଟପ କମାଣ୍ଡର’

ଓ୍ବାଶିଂଟନ,୫।୪: ମଧ୍ୟପ୍ରାଚ୍ୟରେ ବଢୁଥିବା ସଂଘର୍ଷ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ ତେହରାନ ବିରୁଦ୍ଧରେ କରାଯାଇଥିବା ଏକ ବଡ଼ ଆକ୍ରମଣରେ ଇରାନର ଅନେକ…

ଦ୍ୱିତୀୟ F-15E ପାଇଲଟଙ୍କୁ ଉଦ୍ଧାର କଲା ଆମେରିକା, ଟ୍ରମ୍ପ କହିଲେ ଆମେ ଆମର ଯୋଦ୍ଧାଙ୍କୁ…

ଓ୍ବାଶିଂଟନ,୫।୪: ଗ୍ରାଉଣ୍ଡ ଅପରେଶନ ସମୟରେ ଆମେରିକା ଏହାର ଦ୍ୱିତୀୟ ପାଇଲଟଙ୍କୁ ଠାବ କରିଛି । ଦେଶରେ ସାମରିକ ଅଭିଯାନ ସମୟରେ ଇରାନ ଦ୍ୱାରା ଏକ ଆମେରିକୀୟ F-15E…

କେନ୍ଦୁଘାଟିରେ ଓଲଟିଲା କୋଳଥ ବୋଝେଇ ଟ୍ରକ୍‌: ଡ୍ରାଇଭର ଗୁରୁତର 

ମୋହନା,୫।୪(ମନ୍ମଥ ମିଶ୍ର):ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲିଲିଗଡ଼ ନିକଟ କେନ୍ଦୁଘାଟି ବୁଲାଣିରେ ଦୁର୍ଘଟଣା ଘଟିଛି। ସୂଚନା ପ୍ରକାରେ ବ୍ରହ୍ମପୁରଠାରୁ ଏକ କୋଳଥ ବୋଝେଇ ଟ୍ରକ ଜୟପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri