ଜମନକିରା ବ୍ଲକରେ ହାତୀ ଉପଦ୍ରବ: ଏକର ଏକର ଧାନ କ୍ଷେତ ଉଜୁଡ଼ିଲା, ଚିନ୍ତାରେ ଚାଷୀକୂଳ

ଜମନକିରା,୪।୯(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ବ୍ଲକ ଅଞ୍ଚଳରେ ହାତୀପଲଙ୍କ ଉପଦ୍ରବ ଏବେ ଚରମ ସୀମାରେ ପହଞ୍ଚିଛି । ବିଶେଷ କରି ବଡ଼ରମା ବନ୍ୟପ୍ରାଣୀ ରେଞ୍ଜ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ହାତୀଙ୍କ ଉପଦ୍ରବ ଯୋଗୁଁ ଚାଷୀମାନଙ୍କ ଶ୍ରମ ଓ ସମ୍ବଳ ଧୂଳିସାତ ହେବାକୁ ବସିଛି । କେବଳ ଗୋଟିଏ ଗାଁ ନୁହେଁ, ବରଂ ବଡ଼ରମା, କୁଲୁଣ୍ଡି ଓ ଖର୍ସନମାଲ ଭଳି ଏକାଧିକ ପଞ୍ଚାୟତରେ କିଛି ହାତୀପଲ କ୍ରମାଗତ ଭାବେ ଉତ୍ପାତ ଜାରି ରଖି ଏକର ଏକର ଧାନ ଚାଷ ଫସଲ ନଷ୍ଟ କରୁଛନ୍ତି । ଫଳରେ ସମଗ୍ର ଅଞ୍ଚଳରେ ଏବେ ଘୋର ଆତଙ୍କ ଖେଳିଯାଇଛି।

ସନ୍ଧ୍ୟା ହେଲେ ଗାଁ ମୁହାଁ ହେଉଛନ୍ତି ହାତୀ ପଲ । ସ୍ଥାନୀୟ ଲୋକଙ୍କ ସୂଚନା ଅନୁସାରେ ସନ୍ଧ୍ୟା ନଇଁବା ମାତ୍ରେ ନିକଟସ୍ଥ ଜଙ୍ଗଲରୁ ହାତୀପଲ ବାହାରି ଚାଷଜମି ଏବଂ ଜନବସତି ଆଡ଼କୁ ମାଡ଼ି ଆସୁଛନ୍ତି । ରୁଆ ଓ ବୁଣା ଧାନ କିଆରିରେ ପଶି ଧାନ ଖାଇବା ସହିତ ପାଦରେ ଦଳିଚକଟି ସମ୍ପୂର୍ଣ୍ଣ ନଷ୍ଟ କରିଦେଉଛନ୍ତି । ଏଭଳି କ୍ଷୟକ୍ଷତିର ଏକ ଝଲକ ଦେଖିବାକୁ ମିଳିଛି ବିଶ୍ୱାଲପାଲି ଗାଁରେ। ଗ୍ରାମର ଚାଷୀ ଲିଙ୍ଗରାଜ ସିଂଙ୍କ ପ୍ରାୟ ୧ ଏକର ଜମିର ଧାନ ଫସଲକୁ ହାତୀପଲ ଗତ ରାତିରେ ସମ୍ପୂର୍ଣ୍ଣ ମାଟିରେ ମିଶାଇ ଦେଇଛନ୍ତି। ଏହାସହ ଅଶୋକ ସିଂଙ୍କ ୧ ଏକର, ବିରବଲ ସିଂଙ୍କ ୫୨ ଡିସିମିଲ୍, ସୁନ୍ଦର ସିଂଙ୍କ ଅଧା ଏକର ଏବଂ ଚିତ୍ତରଞ୍ଜନ ସାହୁଙ୍କ ଅଧା ଏକର ଚାଷଜମିର ଫସଲ ଉଜୁଡ଼ି ଯାଇଛି । ବଡ଼ରମା ଗ୍ରାମର ଚାଷୀ ପର୍ଶୁରାମ ପଟେଲଙ୍କ ପ୍ରାୟ ୧ ଏକର ଜମିରେ ଥିବା ଧାନ ଫସଲକୁ ହାତୀପଲ ଦଳି ନଷ୍ଟ କରିଛନ୍ତି । ବଡରମା ବନାଞ୍ଚଳ ପାଖାପାଖି ଥିବା କୁଲୁଣ୍ଡି ଓ ଖର୍ସାନମାଲ ଦୁଇ ପଞ୍ଚାୟତର ବିଭିନ୍ନ ଗ୍ରାମରେ ମଧ୍ୟ ହାତୀପଲ ବ୍ୟାପକ ଉପଦ୍ରବ ଚଳାଇ ଅନେକ ଚାଷୀଙ୍କ ଧାନ କିଆରି ନଷ୍ଟ କରିଦେଇଛନ୍ତି । ଚାଷୀଙ୍କ ମଧ୍ୟରେ ଭୟ ଓ କ୍ଷତିପୂରଣ ଦାବି
କଷ୍ଟାର୍ଜିତ ଫସଲ ଅମଳ ହେବା ପୂର୍ବରୁ ଆଖି ଆଗରେ ନଷ୍ଟ ହୋଇଯାଉଥିବା ଦେଖି ଚାଷୀମାନେ ଭାଙ୍ଗି ପଡ଼ିଛନ୍ତି।

ହାତୀ ଆକ୍ରମଣ ଭୟରେ ରାତିରେ କ୍ଷେତକୁ ଯାଇ ପହରା ଦେବା କିମ୍ବା ଫସଲ ଜଗିବା ମଧ୍ୟ ଅସମ୍ଭବ ହୋଇପଡ଼ିଛି । ବନ ବିଭାଗ ତୁରନ୍ତ ସ୍ୱତନ୍ତ୍ର ସ୍କ୍ୱାଡ୍ ନିୟୋଜିତ କରି ହାତୀପଲଙ୍କ ଗତିବିଧି ଉପରେ କଡ଼ା ନଜର ରଖିବା ସହ ସେମାନଙ୍କୁ ଜଙ୍ଗଲକୁ ଘଉଡ଼ାଇବା ପାଇଁ ପଦକ୍ଷେପ ନେବାକୁ ଗ୍ରାମବାସୀ ଦାବି କରିଛନ୍ତି । ଏଥିସହିତ ନଷ୍ଟ ହୋଇଥିବା ଫସଲର କ୍ଷୟକ୍ଷତି ତୁରନ୍ତ ଆକଳନ କରି ପ୍ରଭାବିତ ଚାଷୀଙ୍କୁ ସରକାରୀ ନିୟମ ଅନୁଯାୟୀ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ କରିବାକୁ ଜୋରଦାର ଦାବି ହେଉଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟ୍ୟାକ୍ସ ଟାଣୁଛି ଟୋଲପ୍ଲାଜା, ଜୀବନ ନେଉଛି ରାଜପଥ: ନୀରବଦ୍ରଷ୍ଟା ସାଜିଛି ଏନ୍‌ଏଚ୍‌ଏଆଇ

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ୪ଲେନ୍‌ ବିଶିଷ୍ଟ ୫୩ ନମ୍ବର ଜାତୀୟ ରାଜପଥ ବେହାଲ୍‌ ହୋଇପଡ଼ିଛି। ରାଜପଥର ବିଭିନ୍ନ ସ୍ଥାନରେ ଖାଲଖମା ପୂରି ରହିଛି।…

୧୮ଦିନ ହେଲା ଘରକୁ ଫେରିନାହାନ୍ତି ଜୟଲାଲ: ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଯାଇଥିଲେ ଛତିଶଗଡ଼

ନୂଆପଡ଼ା,୪ା୯ (ମକାରୁ ବେମାଲ):ଜଣେ ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଛତିଶଗଡ଼ର ଦୁର୍ଗ ଅଞ୍ଚଳକୁ ଯାଇଥିବା ନୂଆପଡା ଜିଲାର ଜଣେ ଯୁବକ ୧୮ଦିନ ହେଲା ଘରକୁ ଫେରିନାହାନ୍ତି। ଏହାକୁ…

ଇସ୍ରୋର ଆଉ ଏକ ବଡ଼ ସଫଳତା, ଲଞ୍ଚ ହେଲା EOS-05 ସାଟେଲାଇଟ୍

ନୂଆଦିଲ୍ଲୀ,୪ା୯: ଭାରତୀୟ ଅନ୍ତରୀକ୍ଷ ଗବେଷଣା ସଂସ୍ଥା (ଇସ୍ରୋ) ଅନ୍ତରୀକ୍ଷ କ୍ଷେତ୍ରରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ସ୍ପେସ୍ ସେଣ୍ଟରର…

କଳାହାଣ୍ଡି ଜିଲାରେ ଶିକ୍ଷାର ବିକଳ ଚିତ୍ର: ୩୮୨୦ ଡ୍ରପ୍‌ଆଉଟ ଛାତ୍ରୀଛାତ୍ର

ଭବାନୀପାଟଣା, ୪ା୯(ଉତ୍ତମ କୁମାର ଦାଶ):ଶିକ୍ଷାର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାଗଣାରେ ଛାତ୍ରୀଛାତ୍ରଙ୍କୁ ବହି,…

ବର୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ…

ଭୁବନେଶ୍ୱର,୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଫଳରେ ରାଜ୍ୟକୁ ଏବେ ଲଘୁଚାପ…

ମିଳୁନି ମୌଳିକ ସୁବିଧା, ଚଟାଣରେ ବସି ପଢ଼ୁଛନ୍ତି ପିଲା: ୪୬ ଛାତ୍ରୀଛାତ୍ରଙ୍କ ପାଇଁ ୨ ଶିକ୍ଷକ

ଗଞ୍ଜାମ, ୪ା୯ (ଅନାଥ ତରାଇ):ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ ପ୍ରବେଶ ପଥ ନିକଟରେ ଥିବା ପୁଇଁତୋଳା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦୀର୍ଘଦିନ ଧରି ଭିତ୍ତିଭୂମି ଅଭାବ…

ଇରାନ୍‌କୁ ଆର୍ଥିକ ଫାଇଦା ପହଞ୍ଚାଇଲେ ପରିଣାମ ଭୋଗିବ: ଆମେରିକା

ୱାଶିଂଟନ୍‌,୪।୯ (ପି.ଟି.): କିର୍‌ଗିଜସ୍ଥାନର ବିଶ୍‌କେକ୍‌ଠାରେ ଅନୁଷ୍ଠିତ ସାଂଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ସମ୍ମିଳନୀ ଅବସରରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଇରାନ୍‌ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ୍‌ଙ୍କ…

ମନ୍ଧାନାଙ୍କ ରେକର୍ଡ ଶତକ: ଭାରତର ଲଗାତର ଦ୍ୱିତୀୟ ବିଜୟ

ଦୁବାଇ,୩ା୯: ସ୍ମୃତି ମନ୍ଧାନାଙ୍କ ରେକର୍ଡ ଶତକ ବଳରେ ମହିଳା ଏସିଆ କପ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୧୩୭ ରନର ବଡ଼ ବ୍ୟବଧାନରେ ହଂକଂ, ଚାଇନାକୁ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri