ମୟୂରଭଞ୍ଜରେ ହାତୀ ଆତଙ୍କ: ଆକ୍ରମଣରେ ଦୁଇ ମୃତ, ତିନି ଗୁରୁତର

ମୋରଡ଼ା,୨୪।୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ନିର୍ବାଚନମଣ୍ଡଳୀରେ ହାତୀ ଉପଦ୍ର ଜାରି ରହିଥିବା ବେଳେ ବିଭିନ୍ନ ସ୍ଥାନରେ ହାତୀ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁରୁତର ଆହତ ହୋଇଛନ୍ତି।

ମୋରଡ଼ା ବ୍ଲକ ତଥା ରାସଗୋବିନ୍ଦପୁର ରେଞ୍ଜ ଅଧୀନ ଉଲିଡ଼ିହି ଗ୍ରାମରେ ହାତୀ ଆକ୍ରମଣରେ ଜଣଙ୍କ ମୃତ୍ର ଘଟିଛି। ସେ ହେଲେ ଗ୍ରାମର ସାକ୍ର ହେମ୍ବ୍ରମ(୫୮)। ମିଳିଥିବା ସୂଚନା ମୁତାବକ, ମଙ୍ଗଳବାର ଭୋର୍‌ରେ ସେ ଘର ବାହାରେ ଝାଡୁ ମାରୁଥିବା ବେଳେ ଏକ ଦନ୍ତାହାତୀ ତାଙ୍କୁ ଆକ୍ରମଣ କରିଥିଲା। ଫଳରେ ଘଟଣାସ୍ଥଳରେ ସାକ୍ରଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ଘଟଣାସ୍ଥଳରେ ବନବିଭାଗ କର୍ମଚାରୀ, ଚିତ୍ରଡା ଫାଣ୍ଡି ଅଧିକାରୀ ନିରଞ୍ଜନ ସୋରେନ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହିତ ତଦନ୍ତ ଜାରି ରଖିଛନ୍ତି ।

ସେହିପରି ମୋରଡ଼ା ବ୍ଲକ ତଥା ଦେଉଳି ରେଞ୍ଜ ଅଧୀନ ସନପୁରିଆ ଗ୍ରାମର ରଘୁନାଥ ହେମ୍ବ୍ରମ ଘର ପିଣ୍ଡାରେ ଶୋଇଥିବା ବେଳେ ଏକ ଦନ୍ତା ହାତୀ ଆକ୍ରମଣ କରିଥିଲା l ତେବେ ଭୟରେ ରଘୁନାଥ ଦୌଡ଼ି ପଳାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ହାତୀ କବଳରୁ ବର୍ତ୍ତିପାରି ନ ଥିଲେ l ହାତୀଟି ରଘୁନାଥଙ୍କୁ ଦଳି ଦେବାରୁ ଗୁରୁତର ଆହତ ହୋଇଥିଲେ l ତେବେ ବନବିଭାଗ ଗାଡିରେ ରଘୁନାଥଙ୍କୁ ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲକୁ ପଠାଯାଇଥିଲେ ମଧ୍ୟ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା।

ତେବେ ଏତିକିରେ ହାତୀ ଉପଦ୍ରବ ଥମି ନ ଥିଲା। ହାତୀ ଆକ୍ରମଣରେ ପୁଣି ୩ଜଣ ଗୁରୁତର ଆହତ ହୋଇଛନ୍ତି l ସୂଚନା ଅନୁଯାୟୀ, ମଙ୍ଗଳବାର ସକାଳ ୫ଟା ସମୟରେ ଉଲିଡିହି ଗ୍ରାମର ସୁଗା ମହାନ୍ତ ମୋରଡ଼ା ବ୍ଲକ ତଥା ବେତନଟି ରେଞ୍ଜ ଅଧୀନ ଅସ୍ତିଆ ରବର ପ୍ଲାଣ୍ଟକୁ ଛତୁ ଗୋଟାଇବା ପାଇଁ ଯାଇଥିବା ବେଳେ ହାତୀ ଆକ୍ରମଣ କରିଥିଲା। ଫଳରେ ସେ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ବାରମାଇଲସ୍ଥିତ କିଷାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ଅନ୍ୟପକ୍ଷେ ମୋରଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଶୁଳିଆପଦା ବ୍ଲକ ଅଧୀନ ତାଡିକି ଏବଂ ପୋଖରୀଆ ଗ୍ରାମର ସର୍ବେଶ୍ୱର ସିଂ ଓ ଲୁସକି ସୋରେନ ହାତୀ ଆକ୍ରମଣରେ ଗୁରୁତର ଆହତ ହୋଇଛନ୍ତି । ତେବେ ଏହିସବୁ ଉପଦ୍ରବ ଝାଡ଼ଖଣ୍ଡୀ ହାତୀ ଘଟାଇଥିବା ଜଣାପଡିଛି। ବର୍ତ୍ତମାନ ହାତୀଟି ବେତନଟି ରେଞ୍ଜ ଅଞ୍ଚଳରେ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ୪୫ କିଲୋଗ୍ରାମ ଗଞ୍ଜେଇ ଜବତ, ୩ ଜଣଙ୍କୁ ବାନ୍ଧିଲା…

ମୋହନା, ୩।୭ (ମନ୍ମଥ ମିଶ୍ର): ଗଜପତି ଜିଲାର ଅଡବା ପୋଲିସ ପକ୍ଷରୁ ଜାଙ୍ଗୁଡ଼ି ଓ ଖାରିଗୁଡ଼ା ନିକଟରେ ପାଟ୍ରୋଲିଂ କରାଯିବା ସହ କଡ଼ାକଡ଼ି ଯାଞ୍ଚ କରାଯାଇଥିଲା। ଏହି…

T20 ବିଶ୍ୱକପ ଫାଇନାଲରେ ପହଞ୍ଚିବା ପରେ ଭାବପ୍ରବଣ ହୋଇଗଲେ ବିଶ୍ୱର ସବୁଠାରୁ ସୁନ୍ଦରୀ କ୍ରିକେଟର

ନୂଆଦିଲ୍ଲୀ,୩।୭: ଚଳିତ ମହିଳା T20 ବିଶ୍ୱକପରେ ଇଂଲଣ୍ଡ ଦ୍ୱିତୀୟ ଫାଇନାଲିଷ୍ଟ ହୋଇଛି। ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ସେମିଫାଇନାଲ ଗତ ଗୁରୁବାର (ଜୁଲାଇ ୨) ଲଣ୍ଡନର କେନିଂଟନ ଓଭାଲରେ ଇଂଲଣ୍ଡ…

ନ୍ୟାଶନାଲ ପେନକାକ୍ ସ୍ପୋର୍ଟ ଚାମ୍ପିୟନଶିପ୍‌ରେ ଶିବ ପ୍ରସାଦ ଜେନାଙ୍କୁ ସ୍ୱର୍ଣ୍ଣ ପଦକ

ଗଞ୍ଜାମ,୩।୭ (ବିଦ୍ୟାଧର ସାହୁ): ମହାରାଷ୍ଟ୍ରର ନାସିକଠାରେ ଆୟୋଜିତ ନ୍ୟାଶନାଲ ପେନକାକ୍ ସ୍ପୋଟ୍ସ ଚାମ୍ପିୟନଶିପ୍‌ରେ ସବ୍-ଜୁନିୟର ବର୍ଗରେ ଶିବ ପ୍ରସାଦ ଜେନା (୧୪) ସ୍ୱର୍ଣ୍ଣ ପଦକ ହାସଲ କରି…

ଟିମ ଇଣ୍ଡିଆ ଜର୍ସି ପିନ୍ଧି ପଡ଼ିଆକୁ ଓହ୍ଲାଇଥିଲେ ସଚିନ ତେନ୍ଦୁଲକର! ‘ନମ୍ବର ୧୦’ ଦେଖି ପ୍ରଶଂସକଙ୍କ ମଧ୍ୟରେ ଖେଳିଗଲା…

ନୂଆଦିଲ୍ଲୀ,୩।୭: ସଚିନ ତେନ୍ଦୁଲକର ନୀଳ ୧୦ ନମ୍ବର ଜର୍ସି ପିନ୍ଧି ପଡ଼ିଆକୁ ପାଦ ଦେଇଥିଲେ। ଏହି ଚିତ୍ରଗୁଡ଼ିକ ଦେଖି ପ୍ରଶଂସକଙ୍କ ମଧ୍ୟରେ ତୁରନ୍ତ ଏକ ସ୍ମୃତିର ଭାବନା…

ଭିବିଜୀ-ରାମଜୀ ଯୋଜନାର ଶୁଭାରମ୍ଭ: ଗ୍ରାମୀଣ ରୋଜଗାର ନୂଆ ଗ୍ୟାରେଣ୍ଟି

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାସ୍ତରୀୟ ଜନସମ୍ମିଳନୀ ଓ ଭିବିଜୀ-ରାମଜୀ ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଞ୍ଜାମ…

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…

ଜୟପୁର ଏସ୍‌ଡିଆଇପିଆରଙ୍କୁ ମିଳିଲା ନୂଆ ଦାୟିତ୍ୱ

କୋରାପୁଟ,୩ା୭(ଅମିତାଭ ବେହେରା): ଜୟପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଯଶୋଦା ଗାଦବାଙ୍କୁ କୋରାପୁଟ ଜିଲାର ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆରଓ) ଭାବେ…

ଝାଡ଼ଖଣ୍ଡର ଅର୍ଥମନ୍ତ୍ରୀ ଛାଡିଲେ ସରକାରୀ ସୁରକ୍ଷା, ୧୬ ସୁରକ୍ଷାକର୍ମୀ, ୩ଟି ଗାଡ଼ି ଫେରାଇ ଦେଲେ

ରାଞ୍ଚି,୩।୭: ଅର୍ଥମନ୍ତ୍ରୀ ରାଧା କୃଷ୍ଣ କିଶୋର ତାଙ୍କ ଆବଶ୍ୟକତାକୁ ଅଣଦେଖା କରିବା ପାଇଁ ପୋଲିସ ମୁଖ୍ୟାଳୟ ଉପରେ ଅସନ୍ତୁଷ୍ଟ। ଯଦିଓ ସେ ସ୍ପଷ୍ଟ ଭାବରେ ତାଙ୍କର ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri