ରୁପାବଳିଆରେ ହାତୀ ଆତଙ୍କ

ଢେଙ୍କାନାଳ ଅଫିସ, ୪।୭ – କିଛି ଦିନର ବ୍ୟବଧାନ ପରେ ଢେଙ୍କାନାଳ ଜିଲାରେ ପୁଣିଥରେ ହାତୀ ଉପଦ୍ରବ ଆରମ୍ଭ ହୋଇଛି। ଷଡ଼ଙ୍ଗୀ ରେଞ୍ଜ୍‌ ଯୋରନ୍ଦା ସେକ୍ସନ ଅଧୀନ ରୁପାବଳିଆ ଜଙ୍ଗଲ ତଳି ଅଞ୍ଚଳରେ ୫ଦିନ ହେଲା ଏକ ହାତୀପଲ ଆତଙ୍କ ସୃଷ୍ଟି କରି ଚାଲିଛନ୍ତି। ସେମାନଙ୍କ ଉପଦ୍ରବରେ ବ୍ୟାପକ ଫସଲ ନଷ୍ଟ ହୋଇଥିବାବେଳେ ଚାଷୀମାନେ ଚିନ୍ତାରେ ପଡିଛନ୍ତି। ଅଞ୍ଚଳବାସୀଙ୍କ କହିବା କଥା, ଗୋଟିଏ ପଲରେ ୫ ହାତୀ କିଛିଦିନ ହେଲା ଗ୍ରାମ ନିକଟବର୍ତ୍ତୀ ଅଞ୍ଚଳରେ ଚଲାବୁଲା କରୁଛନ୍ତି। ସେଥିରୁ ଗୋଟିଏ ହାତୀ ମହାପଦା ଗ୍ରାମର ହିମାଦ୍ରୀ ନାଥଙ୍କ ୧ ଏକର ଜମିରେ ହୋଇଥିବା ପରିବା ଫସଲ ନଷ୍ଟ କରିଦେଇଛି। ବନ କର୍ମଚାରୀ ପହଞ୍ଚତ୍ ହାତୀ ଘଉଡ଼ାଇବାକୁ ଉଦ୍ୟମ ଜାରି ରଖିଛନ୍ତି। ଏ ସଂକ୍ରାନ୍ତରେ ରେଞ୍ଜର ଗୌତମ ପ୍ରଧାନ କୁହନ୍ତି, ଯୋରନ୍ଦା ସେକ୍ସନର ବନ କର୍ମଚାରୀ ଉପଦ୍ରୁତ ଅଞ୍ଚଳକୁ ଯାଇ ହାତୀଙ୍କୁ ଘଉଡ଼ାଇବା ଜାରି ରଖିଛନ୍ତି। କ୍ଷତିଗ୍ରସ୍ତ ଚାଷୀ ଅଭିଯୋଗ କଲେ ତଦନୁଯାୟୀ ରିପୋର୍ଟକୁ ଡିଭିଜନ କାର୍ଯ୍ୟାଳୟକୁ ପଠାଇ ଦିଆଯିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୫ତମ ବାର୍ଷିକ ଉତ୍ସବ ପାଳିଲା କେସିଙ୍ଗା ମହାବିଦ୍ୟାଳୟ, ଛାତ୍ରୀଛାତ୍ରମାନଙ୍କୁ କର୍ମଯୋଗୀ ହେବାକୁ…

କେସିଙ୍ଗା, ୧୫।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ୪୫ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଶନିବାର ଅନୁଷ୍ଠିତ ଏହି ଉତ୍ସବରେ ଅଧ୍ୟକ୍ଷ ସୁଶାନ୍ତ…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri