ଟିଟିଲାଗଡ଼ ସହରରେ ହାତୀ ଆତଙ୍କ: ରେଳ ଧାରଣା ନିକଟରେ ଥିବା ବୁଦାମୂଳ ଭିତରକୁ ପଶି…

ଟିଟିଲାଗଡ଼, ୧/୯ (ସଞ୍ଜୟ କୁମାର ବେହେରା): ବଲାଙ୍ଗୀର ଜିଲା  ଟିଟିଲାଗଡ଼ ସହରରେ ହାତୀ ଆତଙ୍କ ଦେଖାଦେଇଛି। ସୋମବାର ସକାଳୁ ଟିଟିଲାଗଡ଼ ସହରର ମାଳଗୋଦାମପଡ଼ା ନିକଟସ୍ଥ ରେଳ ଲାଇନ କଡ଼ରେ ଏକ ହାତୀ ଥିବା ଦେଖିବାକୁ ମିଳିଥିଲା। ଟିଟିଲାଗଡ଼ ରେଳୱେ ରନିଂ ରୁମ୍‌ ଓ ରେଳୱେ ବିଭାଗର ସହାୟକ ଦୂରସଞ୍ଚାର ଯନ୍ତ୍ରୀ କାର୍ଯ୍ୟାଳୟ ସମ୍ମୁଖରେ ହାତୀଟି ରହିଥିବା ବେଳେ ପରେ ରେଳ ଧାରଣା ନିକଟରେ ଥିବା ବୁଦାମୂଳ ଭିତରକୁ ପଶିଯାଇଥିଲା।

ଘଟଣାସ୍ଥଳରେ ଟିଟିଲାଗଡ଼ ବନ ବିଭାଗ, ଟିଟିଲାଗଡ଼ ପୋଲିସ, ଆର୍‌ପିଏଫ୍‌ ଓ ଜିଆର୍‌ପି ବିଭାଗର କର୍ମଚାରୀଙ୍କ ସମେତ ବନ ବିଭାଗର ସ୍ୱତନ୍ତ୍ର ହାତୀ ଉଦ୍ଧାରକାରୀ ଦଳ ପହଞ୍ଚିଛନ୍ତି। ଟିମ୍‌ ପକ୍ଷରୁ ହାତୀର ଗତିବିଧି ଉପରେ ନଜର ରଖାଯାଇଛି।

ସୂଚନାଯୋଗ୍ୟ, ଗତକାଲି ଏକ ହାତୀପଲ ଟିଟିଲାଗଡ଼ ସହର ନିକଟସ୍ଥ ବୁର୍ଡିପଡ଼ା ଗାଁ ଜଙ୍ଗଲରେ ରହିଥିଲା। ଉକ୍ତ ହାତୀପଲରୁ ଗୋଟିଏ ହାତୀ ଗୋଷ୍ଠୀରୁ ଅଲଗା ହୋଇ ଟିଟିଲାଗଡ଼ ସହର ଭିତରକୁ ପ୍ରବେଶ କରିଥିବା ଜଣାପଡ଼ିଛି। ହାତୀଟି ଆକାରରେ ସାମାନ୍ୟ ଛୋଟ ଥିବା ଦେଖିବାକୁ ମିଳିଛି।

ଏହି ସମୟରେ ହାତୀକୁ ଘଉଡ଼ାଇବାକୁ ଯାଇ ଟିଟିଲାଗଡ଼ ସହରର ସର୍ଗିଗୁଡ଼ା ଅଞ୍ଚଳର ସୁଧୀର ସାହୁ ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ଯୁବକମାନେ ତାଙ୍କୁ ହାତୀ କବଳରୁ ଉଦ୍ଧାର କରି ଚିକିତ୍ସା ପାଇଁ ଟିଟିଲାଗଡ଼ ମୁଖ୍ୟ ଡାକ୍ତରଖାନାକୁ ପଠାଇଥିଲେ।ବନ ବିଭାଗ ପକ୍ଷରୁ କୁହାଯାଇଛି ଯେ, ହାତୀକୁ ଘଉଡ଼ାଇବା ପାଇଁ ଲୋକମାନଙ୍କୁ ବାରଣ କରାଯାଇଥିଲା। ତେବେ ଏହାକୁ ଅମାନ୍ୟ କରି ଯୁବକ ଜଣକ ହାତୀ ନିକଟକୁ ଯାଇଥିବାରୁ ଏଭଳି ଅଘଟଣ ଘଟିଛି।ହାତୀକୁ ଘଉଡ଼ାଇବା ପାଇଁ କେହି ତା’ ନିକଟକୁ ନ ଯିବାକୁ ବନ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି। ଏଥିସହ ଡାକଯନ୍ତ୍ର ମାଧ୍ୟମରେ ସ୍ଥାନୀୟ ଲୋକଙ୍କୁ ସଚେତନ କରାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨.୬୦ କୋଟି ସରକାରୀ ପାଣ୍ଠି ଆତ୍ମସାତ ମାମଲା, ୬ମାସ ପରେ ଫେରାର ବନ ସହାୟକ ବାବୁଲୁ ଗିରଫ

ଭବାନୀପାଟଣା,୨୫।୧୦(ଉତ୍ତମ କୁମାର ଦାଶ): ସରକାରୀ ପାଣ୍ଠି ଆତ୍ମସାତ ମାମଲାରେ ଓଡ଼ିଶା ଭିଜିଲାନ୍ସକୁ ମିଳିଛି ଏକ ବଡ଼ ସଫଳତା। ନୂଆପଡା ଜିଲା ସୁନାବେଡ଼ା ବନ୍ୟପ୍ରାଣୀ ବନଖଣ୍ଡ ଡିଏଫ୍ଓ କାର୍ଯ୍ୟାଳୟର…

ତୁଡୁକିବାଡିରେ ଗଜଲଷ୍ମୀ ପୂଜା; କଳସ ଯାତ୍ରାରେ ଶତାଧିକ ଶ୍ରଦ୍ଧାଳୁ ସାମିଲ

ଦାରିଙ୍ଗବାଡି,୨୫।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ତୁଡୁକିବାଡି ସାହିରେ ରବିବାର ଠାରୁ ଗଜଲଷ୍ମୀ ପୂଜା ଆରମ୍ଭ ହୋଇଯାଇଛି । ଏଥିପାଇଁ ଶନିବାର ଶିବମନ୍ଦିର ପ୍ରାଙ୍ଗଣରେ ଥିବା…

ସୁନା-ରୂପା ଅଳଙ୍କାରରେ ଝଲସୁଛନ୍ତି ମା’ ଗଜଲକ୍ଷ୍ମୀ, ପୁରୁଷୋତ୍ତମପୁରରେ ମୁଖ୍ୟ ଆକର୍ଷଣ ଓଡିଆ ଅସ୍ମିତା….

ପୁରୁଷୋତ୍ତମପୁର,୨୫।୧୦(ସବିତା ମିଶ୍ର): ପବିତ୍ର କୁମାର ପୂର୍ଣ୍ଣିମା ଓ ମା’ଗଜଲକ୍ଷ୍ମୀଙ୍କ ପୂଜା ଲାଗି ଗଞ୍ଜାମ ଜିଲାର ଭାଇଚାରାର ସହର ପୁରୁଷୋତ୍ତମପୁର ଚଳଚଞ୍ଚଳ ହୋଇ ଉଠିଛି । ସୁନା ରୂପାର…

ସମ୍ଭାବ୍ୟ ବାତ୍ୟା ପାଇଁ ସମୁଦ୍ର ଅଶାନ୍ତ, ଜେଟିରେ ଲାଗିଲା ଆନ୍ଧ୍ର ଟ୍ରଲର

ଛତ୍ରପୁର,୨୫ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସମ୍ଭାବ୍ୟ ବାତ୍ୟାକୁ ନେଇ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଭୀର ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ମାଛଧରା ଦୁଇ ଟ୍ରଲର ଆର୍ଯ୍ୟପଲ୍ଲୀ ଜେଟିରେ ସୁରକ୍ଷିତ…

ଖୋର୍ଦ୍ଧା ଜିଲାର ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ମୁଖ୍ୟାଳୟ ଛାଡ଼ିଲେ ହେବ କାର୍ଯ୍ୟାନୁଷ୍ଠାନ

ଖୋର୍ଦ୍ଧା,୨୫ା୧୦(ପ୍ରଭାତ ପାଣିଗ୍ରାହୀ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସମ୍ଭାବ୍ୟ ବାତ୍ୟା ଓ ପ୍ରଶାସନିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲାର ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି…

କ୍ରିକେଟ୍‌ ଜଗତରେ ଶୋକର ଛାୟା, ୧୮ ବର୍ଷରେ ଯୁବ କ୍ରିକେଟରଙ୍କ ପରଲୋକ

ଢ଼ାକା,୨୫।୧୦: ବାଂଲାଦେଶ କ୍ରିକେଟ୍‌ ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ଯୁବ କ୍ରିକେଟର ମେହେଦୀ ହାସନ ହୃଦୟଙ୍କର ପରଲୋକ ହୋଇଛି । ସେ ଗତ…

ଘର ତାଲା ଭାଙ୍ଗି ଦୁର୍ବୃତ୍ତ ଲୁଟି ନେଲେ ୨୦ ଭରି ସୁନା ଅଳଙ୍କାର ସହ ସ୍କୁଟି

ଦିଗପହଣ୍ଡି,୨୫ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧ ନଂ ଓ୍ବାର୍ଡ ପୁଞ୍ଜିକୟଁା ଛକ ବିଷଧର ନଗରରେ ରହୁଥିବା ପ୍ରଧାନଶିକ୍ଷକ ପଦ୍ମନ ଶବରଙ୍କ ଘର ଗ୍ରୀଲ୍‌…

ପ୍ରାକୃତିକ ବିପର୍ଯ୍ୟୟରେ ମହିଳାଙ୍କ ସୁରକ୍ଷା ଓ ଅନ୍ତର୍ଭୁକ୍ତୀକରଣ ଉପରେ କର୍ମଶାଳା

ଭଞ୍ଜନଗର, ୨୫ା୧୦ (ବାବୁଲା ପ୍ରଧାନ): ପ୍ରାକୃତିକ ବିପର୍ଯ୍ୟୟ ସମୟରେ ମହିଳାଙ୍କ ସୁରକ୍ଷା ଓ ସେମାନଙ୍କ ଅନ୍ତର୍ଭୁକ୍ତୀକରଣକୁ ଗୁରୁତ୍ୱ ଦେବା ଉଦ୍ଦେଶ୍ୟରେ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?