Posted inUncategorized

ହାତୀ ଆତଙ୍କ, ବ୍ୟାପକ ଫସଲ ନଷ୍ଟ

ଡେରାବିଶ, ୨୮।୧୦(ସ୍ବ.ପ୍ର.): ଡେରାବିଶ ବ୍ଲକ ଅଞ୍ଚଳରେ ବୁଧବାର ଏକ ବଣୁଆ ହାତୀ ଆତଙ୍କ ସୃଷ୍ଟି କରିଥିଲା। ସକାଳେ ହାତୀଟି ଲକ୍ଷ୍ମୀନାରାୟଣପୁର ପଞ୍ଚାୟତ ବଳଭଦ୍ରପୁର ଗ୍ରାମ ଦେଇ ହରିଦାସପୁର-ପାରାଦ୍ୱୀପ ରେଳପଥ ନିକଟରେ ବୁଲୁଥିବା ଦେଖିବାକୁ ମିଳିଥିଲା। ଏହି ସମୟରେ ଏକ ମାଲ୍‌ ବୋଝେଇ ଟ୍ରେନ ଗତି କରିବାରୁ ହାତୀଟି ରେଳପଥରୁ ତଳକୁ ଓହ୍ଲାଇ ନୂଆହାଟ ପାଟରେ ପଶିଯାଇଥିଲା। ଖବର ପାଇ ବନବିଭାଗ କର୍ମଚାରୀମାନେ ବାଣଫୁଟାଇ ହାତୀକୁ ଘଉଡାଇବାକୁ ଚେଷ୍ଟା କରିଥିଲେ। ମାତ୍ର ହାତୀଟି ମାଧ୍ୟାହ୍ନରେ ୫୩ନଂ. ଜାତୀୟ ରାଜପଥର ଲକ୍ଷ୍ମୀନାରାୟଣପୁର ଛକ ନିକଟରେ ରାସ୍ତା ଅତିକ୍ରମ କରି ଜନବସତି ଆଡକୁ ମୁହଁାଇଥିଲା। ବନ ବିଭାଗ କର୍ମଚାରୀ ଓ ଡେରାବିଶ ଥାନା ପୋଲିସ ସମେତ ଜନସାଧାରଣଙ୍କ ହୋହାଲ୍ଲା ଯୋଗୁ ହାତୀଟି ପୁନର୍ବାର ନରୁଆ ପାଟ ଭିତରେ ପଶି ଡେରାବିଶ ବଜାର ଅଭିମୁଖେ ଯିବାକୁ ଉଦ୍ୟମ କରିଥିଲା। ପରେ ହାତୀଟି ଗତିପଥ ବଦଳାଇ ପ୍ରଥମେ ବାଲିଆ, ମୁଲଣାପାଟଣା ପାଟରେ ଥିବା ଧାନକ୍ଷେତରେ ପଶି ବାଲିଆ ପଞ୍ଚାୟତ ଅଧୀନ ଓଉଖଣ୍ଡ ଓ ଅରିଓ ପାଟ ଭିତରେ ପ୍ରବେଶ କରିଥିଲା। ସେଠାରେ ହାତୀକୁ ଘଉଡାଇବା ଫଳରେ ଅପରାହ୍ନରେ ହାତୀଟି ମାହାଙ୍ଗା ନିର୍ବାଚନ ମଣ୍ଡଳୀ ଅଧୀନ ବନ୍ତଳା ଓ ରାମରାଙ୍ଗ ଅଞ୍ଚଳକୁ ପ୍ରବେଶ କରିଥିଲା। ହାତୀଟି ବ୍ୟାପକ ଧାନ ଫସଲ ନଷ୍ଟ କରିଥିବା ଖବର ମିଳିଛି। କ୍ଷତିଗସ୍ତ ଚାଷୀଙ୍କୁ କ୍ଷତିପୂରଣ ଦେବାକୁ ସାମାଜିକ କର୍ମୀ ମହେନ୍ଦ୍ର କୁମାର ସିଂହ ଓ ସାହାଜାହାନ ଖାଁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୪ ନଦୀରେ ପାଣି ନାହିଁ

ନୂଆଦିଲ୍ଲୀ,୮ା୪:ଦକ୍ଷିଣ ଓଡ଼ିଶାରେ ପ୍ରବାହିତ ୪ଟି ନଦୀ ଏବେ ଶୁଖିଲା ପଡ଼ିଥିବା କେନ୍ଦ୍ରୀୟ ଜଳ ଆୟୋଗ (ସିଡବ୍ଲ୍ୟୁସି)ଙ୍କ ତଥ୍ୟରୁ ଜଣାପଡ଼ିଛି। ଗ୍ରୀଷ୍ମ ଆରମ୍ଭରୁ ରାଜ୍ୟରେ ତାପମାତ୍ରା ଅସହ୍ୟ...

ଚଳିତ ଆର୍ଥିକବର୍ଷର କାରବାର ଶେଷ, ସେନ୍‌ସେକ୍ସ ୭୪,୦୦୦ ନିକଟବର୍ତ୍ତୀ

ନୂଆଦିଲ୍ଲୀ,୨୯।୩: ଚଳିତ ଆର୍ଥିକ ବର୍ଷର ଅବଧି ଶେଷ ପୂର୍ବରୁ ଘରୋଇ ଶେୟାର ବଜାରର କାରବାର ଗୁରୁବାର ଶେଷ ହୋଇଛି। ବିଶେଷକରି ୨୦୨୩-୨୪ ଆର୍ଥିକ ବର୍ଷ (...

କେଜରିଓ୍ବାଲ କିଙ୍ଗପିନ, ସିସୋଡିଆ ମୁଖ୍ୟ ଷଡଯନ୍ତ୍ରକାରୀ: ଇଡି

ନୂଆଦିଲ୍ଲୀ,୨୨।୩: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗୁରୁବାର (୨୧ ମାର୍ଚ୍ଚ ୨୦୨୪) ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି। ମଦ ନୀତିରେ...

୨୦ ଲକ୍ଷ ଟଙ୍କା ହଡ଼ପ କରିନେଲେ ବିଇଓ

ଦାରିଙ୍ଗବାଡି,୨୦।୩(ଅରୁଣ ସାହୁ): ଶିକ୍ଷକ ନ୍ୟାଶନାଲ ପେନସନ ସିଷ୍ଟମର ୨୦ ଲକ୍ଷ ହଡପ କରି ବିଇଓ ରସାନନ୍ଦ କର ଏବେ ଭିଜିଲାନ୍ସ ମାମଲାରେ ଛନ୍ଦି ହୋଇଯାଇଛନ୍ତି। ଦାରିଙ୍ଗବାଡି...

ନିଜେ ନିଜର ମଜା ଉଡାଇଲେ ଅଶ୍ୱିନ, କହିଲେ-ଏତେ ବର୍ଷ ପରେ ବି ସୁଧାର ନାହିଁ…

ନୂଆଦିଲ୍ଲୀ,୧୩।୩: ନିକଟରେ ଭାରତୀୟ ଟିମ୍‌ର ଷ୍ଟାର ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ନିଜର ୫୦୦ ଉଇକେଟ ପୂରଣ ସହ ୧୦୦ତମ ଟେଷ୍ଟ ଖେଳିବାର ଗୌରବ ହାସଲ କରିଛନ୍ତି।...

ଧର୍ମଶାଳାରେ ଡେବ୍ୟୁ କରିବେ ୮ ଖେଳାଳି 

ନୂଆଦିଲ୍ଲୀ,୫।୩: ଧର୍ମଶାଳାର ଏଚ୍‌ପିସିଏ ଷ୍ଟାଡିୟମରେ ମାର୍ଚ୍ଚ ୭ରୁ ଭାରତ-ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜର ଅନ୍ତିମ ମୁକାବିଲା ଖେଲାଯିବ। ଏହି ମ୍ୟାଚ୍‌ରେ ବିଜେତା...

ପଓ୍ବନ୍‌ ସିଂଙ୍କ ପରେ ନିର୍ବାଚନରୁ ଓହରିଲେ ଉପେନ୍ଦ୍ର ସିଂ ରାଓ୍ବତ୍‌

ନୂଆଦିଲ୍ଲୀ,୪।୩ : ଆଗାମୀ ଲୋକ ସଭା ନିର୍ବାଚନ ପାଇଁ ଭାଜପା ୧୯୫ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିବାର ଦୁଇଦିନ ମଧ୍ୟରେ ୨ ଜଣ ପ୍ରାର୍ଥୀ ନିର୍ବାଚନ...

ଭାଜପା-ବିଜେଡି ବାହାଘର

ଛେଣ୍ଡିପଦା,୩।୩ (ଅଜିତ ଧଳ): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କୋଶଳାସ୍ଥିତ ମା’ ରାମଚଣ୍ଡୀଙ୍କ ପୀଠ ସମ୍ମୁଖରେ ବ୍ଲକ କଂଗ୍ରେସ ପକ୍ଷରୁ ଶନିବାର ଭାଜପା ଓ ବିଜେଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri