ଜି.ଉଦୟଗିରିର ପଦାସାହିରେ ହାତୀ ଆତଙ୍କ; ଘର ଭାଙ୍ଗି ଧାନ ଚାଉଳ ଖାଇଗଲେ

ଜି.ଉଦୟଗିରି,୨୪ା୧୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ଜି.ଉଦୟଗିରି ଅଞ୍ଚଳରେ ପୁଣି ଥରେ ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ସ୍ଥାନୀୟ ପଦାସାହି ଗ୍ରାମରେ ରବିବାର ରାତିରେ ଏକ ଦନ୍ତା ହାତୀ ପଶି ଆସିଥିଲା। ହାତୀଟି ଦେବକୀ ନାୟକଙ୍କ ଘର ଭାଙ୍ଗି ଦେବା ସହ ଘରେ ଥିବା ଧାନ ଚାଉଳ ଖାଇ ଦେଇଛି ଏବଂ ଆସବାବପତ୍ର ନଷ୍ଟ କରିଛି ବୋଲି ପୀଡ଼ିତା ମହିଳା ଜଣକ କହିଛନ୍ତି।

କିଛି ଦିନ ବ୍ୟବଧାନରେ ଜନବସତି ଅଞ୍ଚଳକୁ ହାତୀ ଆସିବା ଫଳରେ ଗ୍ରାମବାସୀଙ୍କ ମଧ୍ୟରେ ପ୍ରବଳ ଭୟର ବାତାବରଣ ସୃଷ୍ଟି ହୋଇଛି, ଫଳରେ ଲୋକମାନେ ରାତିସାରା ଉଜାଗର ରହୁଛନ୍ତି।

କିଛି ମାସ ପୂର୍ବରୁ ପଦାସାହି ଗ୍ରାମ ନିକଟସ୍ଥ ପାଜିମାହା ଠାରେ ହାତୀ ଆକ୍ରମଣରେ ଜଣଙ୍କର ଖଣ୍ଡ ବିଖଣ୍ଡିତ ମୃତଦେହ ମିଳିଥିଲା, ଯାହା ଲୋକଙ୍କ ଭୟକୁ ଆହୁରି ବଢ଼ାଇ ଦେଇଛି।
ସ୍ଥାନୀୟ ବନ ଅଧିକାରୀ ପ୍ରଶାନ୍ତ କୁମାର ସାହୁ ସୂଚନା ଦେଇଛନ୍ତି ଯେ, ବନ ବିଭାଗ ତରଫରୁ ଉକ୍ତ ହାତୀକୁ ଘଉଡ଼ାଇବା ପାଇଁ ଉଦ୍ୟମ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri