ଘରୁ ଘୋଷାଡି ଆଣି ଦଳିଦେଲେ ହାତୀ , ମୃତକଙ୍କ ପରିବାରକୁ ସହାୟତା ପାଇଁ ନିର୍ଦ୍ଦେଶ ଦେଲେ ବିଧାୟକ

ଭଞ୍ଜନଗର,୨୫।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୂଜାଗଡ ରେଞ୍ଜ ବେଲାଟୁଣି ଗ୍ରାମର ବିକ୍ରମ ନାୟକଙ୍କୁ (୪୦)ଙ୍କୁ ଶୁକ୍ରବାର ରାତିରେ ହାତୀପଲ ଘରୁ ଘୋଷାଡି ଆଣି ବିଲରେ ଦଳି ଚକଟି ମାରିଦେଇଛନ୍ତି। ଏହି ଘଟଣା ସମ୍ପୃକ୍ତ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ଖବରପାଇ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ତୁରନ୍ତ ଆବଶ୍ୟକ ପଦକ୍ଷେପ ନେବାକୁ ଡିଏଫଓ ହିମାଂଶୁ ଶେଖର ମହାନ୍ତିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ସରକାରଙ୍କ ନୀତି ନିୟମ ଅନୁସାରେ ଆର୍ଥିକ ସହାୟତା ଯୋଗାଇ ଦେବାପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନା ଯୋଗ୍ୟ ଯେ, ହାତୀପଲ ଗତକାଲି ରାତିରେ ମୂଜାଗଡ ଅଞ୍ଚଳରେ ବ୍ୟାପକ ଫସଲ କ୍ଷୟକ୍ଷତି କରିଥିଲେ। ଏହାପରେ ବେଲାଟୁଣି ଅଞ୍ଚଳ ଆଡ଼େ ହାତୀପଲ ଯାଇ ଫସଲ କ୍ଷତି କରିଥିଲେ। ଏହି ସମୟରେ ହାତୀପଲ ବିକ୍ରମ ନାୟକଙ୍କୁ ଘରୁ ଘୋଷାଡି ଆଣି ମାରି ଦେଇଥିବା ଅଭିଯୋଗ ହୋଇଛି।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ, ନବୀନଙ୍କ ଉପସ୍ଥିତିରେ ବିଜେଡିରେ ମିଶିଲେ ସୁଜାତା

ଭୁବନେଶ୍ବର,୨୫ା୬: ବିଜେଡିରେ ମିଶିଲେ କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ସ୍ତ୍ରୀ ତଥା ପୂର୍ବତନ ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ । ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଗୁରୁବାର ବିଧିବଦ୍ଧ ଭାବେ ସେ…

ପିଲାଙ୍କୁ ମିଳିବ ସ୍କୁଲ ବ୍ୟାଗ୍‌, ଏହି ଶ୍ରେଣୀରୁ…

ଭୁବନେଶ୍ୱର,୨୫ା୬: ଛାତ୍ରୀଛାତ୍ରଙ୍କୁ ମିଳିବ ମାଗଣା ନୂଆ ସ୍କୁଲ ବ୍ୟାଗ୍‌। ଶିଶୁ ବାଟିକାରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ଏହି ବ୍ୟାଗ୍‌ ମିଳିବ। ଶୀଘ୍ର ବଣ୍ଟନ କରିବାକୁ ଡିଇଓ…

ଦାବି ପୂରଣ ନ ହେଲେ ଜୁଲାଇ ୧ରୁ ସାମୂହିକ ଛୁଟି: ଚେତାବନୀ ଦେଲା ରାଜ୍ୟ ରାଜସ୍ବ କ୍ଷେତ୍ର ଅଧିକାରୀ ସଂଘ

ନବରଙ୍ଗପୁର,୨୫।୬(ସଦାଶିବ ପ୍ରହରାଜ): ଓଡ଼ିଶାର ରାଜସ୍ବ ପ୍ରଶାସନର ମେରୁଦଣ୍ଡ ଆର୍‌ଆଇ, ଏଆର୍‌ଆଇ, ରେଭିନ୍ୟୁ ସୁପରଭାଇଜରମାନେ ୨୨ ତାରିଖରୁ ମିଶନ୍‌ ସ୍ବାଭିମାନ ଅଧୀନରେ ବ୍ୟାପକ ପ୍ରତିବାଦ ଆରମ୍ଭ କରିଛନ୍ତି। ଏନେଇ…

ଜନ ସଂପର୍କ ଅଭିଯାନ, ମୋହନ ସରକାରଙ୍କ ଉପଲବ୍ଧି-ଲକ୍ଷ୍ୟ ବଖାଣିଲେ ଏମପି

ପାଟଣା,୨୫ା୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ମୁଖ୍ୟାଳୟ ସଂରା ପଶି ଲକ୍ଷ୍ମୀ ପଣ୍ଡପରେ ଗୁରୁବାର କେନ୍ଦୁଝର ଏମପି ଅନନ୍ତ ନାୟକ ନିର୍ବାଚନ ମଣ୍ଡଳୀର ବରିଷ୍ଠ…

ଗ୍ରାହକଙ୍କ ପାଇଁ ଖୁସି ଖବର!ହଜାର ହଜାର ଟଙ୍କା ଶସ୍ତା ହେଲା ସୁନା, କିଣିବା ପୂର୍ବରୁ ଜାଣନ୍ତୁ ରେଟ୍

ନୂଆଦିଲ୍ଲୀ,୨୫।୬: ଗୁରୁବାର ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଏବଂ ରୁପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି। ସୁନା ମୂଲ୍ୟ ପ୍ରାୟ ୧,୪୫୦–୧,୯୦୦…

ଭଞ୍ଜନଗର ଅଞ୍ଚଳରେ ବଢୁଛି ଗୋ’ ଚାଲାଣ, ପାଟ୍ରୋଲିଂ ସମୟରେ ୪ ଜଣଙ୍କୁ ଧରିଲେ ଏଏସ୍‌ଆଇ

ଭଞ୍ଜନଗର,୨୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବେନିୟମ ଭାବେ ଗୋ’ ଚାଲାଣ ଦିନକୁ ଦିନ  ବଢୁଛି। ବିଭିନ୍ନ ସମୟରେ ଜିଲାର ବିଭିନ୍ନ ଗାଈହାଟ ଦେଇ ଜିଲା…

କେସିଙ୍ଗା ନିର୍ବାଚନ ମଣ୍ଡଳୀ ଫେରାଇ ଆଣିବାକୁ ଜୋର୍‌ ଧରିଲା ଦାବି, ସହରରେ ଲାଗିଲା ପୋଷ୍ଟର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ନିର୍ବାଚନ ମଣ୍ଡଳୀ ଭାବରେ ପରିଚିତ କେସିଙ୍ଗା ନିର୍ବାଚନ ମଣ୍ଡଳୀ ଜିଲାର ଏକ ମାତ୍ର ମୁଖ୍ୟ ନିର୍ବାଚନ ମଣ୍ଡଳୀ ଥିଲା। ଗତ…

ଦୁର୍ଘଟଣା ଘଟାଇ ଫେରାର ହୋଇଯିବାବେଳେ ଡ୍ରାଇଭର ହେଲେ ଦୁର୍ଘଟଣାର ଶିକାର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ଖଜୁରପଡ଼ା ଛକ ନିକଟରେ ବୁଧବାର ରାତିରେ ଏକ ଦୁର୍ଘଟଣା ଘଟିଛି। ସୂଚନାନୁଯାୟୀ, ଖଜୁରୀପଡ଼ା ଛକରେ ଅବସ୍ଥିତ ଅରିହନ୍ତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri