୪ ଛେଳିକୁ ଦଳିଦେଲା ଦନ୍ତାହାତୀ

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ) ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ମୁଜାଗଡ ରେଞ୍ଜର ଢଉମୁଣ୍ଡିଆରେ ଦନ୍ତାହାତୀ ଉପଦ୍ରବ ଦେଖିବାକୁ ମିଳିଛି। ରବିବାର ଏକ ଦନ୍ତାହାତୀ ଆକ୍ରମଣରେ ବୁଧିଆ ଗୌଡ ଓ ଦଣ୍ଡାସି ପାତ୍ରଙ୍କ ଘରେ ବନ୍ଧା ହୋଇଥିବା ୪ଟି ଛେଳିର ମୃତ୍ୟୁ ଘଟିଛି। ଖବରପାଇ ବନପାଳ ଅନୁପ ବିଷୋୟୀ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

କ୍ଷତିଗ୍ରସ୍ତ ଚାଷୀଙ୍କୁ ସରକାରୀ ନିୟମ ଅନୁସାରେ ସହାୟତା ପ୍ରଦାନ କରାଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି। ଭିଏଏସ୍‌ ଡା. ନିଶିକାନ୍ତ ବଳ ଘଟଣାସ୍ଥଳରେ ପହଞ୍ଚି ଛେଳିଗୁଡିକର ବ୍ୟବଚ୍ଛେଦ କରିଥିଲେ। ସୂଚନାଯୋଗ୍ୟ, ଦନ୍ତା ହାତୀଟି ୪ ମାସରୁ ଊଦ୍ଧର୍‌ବ ହେଲା ଅଞ୍ଚଳରେ ଆତଙ୍କ ଖେଳାଉଛି। ଏହାକୁ ନେଇ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି। ତେବେ ବନ କର୍ମଚାରୀ ହାତୀକୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଗଜ କଲମରେ ସୀମିତ ‘ଜଙ୍ଗଲ ଅଧିକାର’: ସେମେଳପଦର ଗ୍ରାମବାସୀଙ୍କୁ ମିଳୁନି ହକ୍, ପ୍ରଶାସନିକ ଅବହେଳାରୁ ବଢୁଛି ଅସନ୍ତୋଷ

ଥୁଆମୂଳ ରାମପୁର, ୬ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କର୍ଲାପାଟ ପଞ୍ଚାୟତର ସେମେଳପଦର ଗ୍ରାମରେ ଜଙ୍ଗଲ ଅଧିକାର ଆଇନ କେବଳ ପ୍ରହସନ…

କୁଟ୍ରୁମାଳି ଜନଶୁଣାଣି ସ୍ଥଗିତ: “ମା’-ମାଟି-ମାଳି” ରକ୍ଷା ପାଇଁ କଳାହାଣ୍ଡି ଓ ରାୟଗଡ଼ାରେ ଗର୍ଜୁଛି ଆନ୍ଦୋଳନ

ଥୁଆମୂଳ ରାମପୁର, ୬।୫ (ଦୁର୍ଗା କୀର୍ତ୍ତି): କୁଟ୍ରୁମାଳି ବକ୍ସାଇଟ୍ ଖଣି ପ୍ରକଳ୍ପକୁ ନେଇ କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାର ଖଣି ପ୍ରଭାବିତ ଅଞ୍ଚଳରେ ତୀବ୍ର ଜନଅସନ୍ତୋଷ ଦେଖାଦେଇଛି।…

ବ୍ରହ୍ମପୁରରୁ ଚୋରି ହୋଇଯାଇଥିଲା ବାଇକ, ଦେଢବର୍ଷ ପରେ ମାଲିକଙ୍କୁ ଫେରାଇଲା କେ. ନୂଆଗାଁ ପୋଲିସ

ଦିଗପହଣ୍ଡି,୬।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ପୋଲିସକୁ ରାସ୍ତାକଡ ରୁ ମିଳିଥିବା ହୋଣ୍ଡା ୟୁନିକର୍ଣ୍ଣ ବାଇକ (ନଂ. ଓଡ଼ି୦୭ ଏଜି – ୪୨୫୦) କୁ…

ଜାତୀୟ ରାଜପଥ ଉପରେ ହାଇଓ୍ବା ଚଢ଼ାଇ କରିଥିଲେ ହତ୍ୟା, ଅଭିଯୁକ୍ତଙ୍କୁ ବାନ୍ଧିଲା…

ଦେବଗଡ଼,୬।୫(ଶଶାଙ୍କ ଶେଖର ଝାଙ୍କର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦେବଗଡ଼ ଥାନା ଚଟିବରଘାଟ ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ ଉପରେ ହାଇୱାରେ ଧକ୍କା ଦେଇ ସ୍କୁଟି…

ସବ୍‌ସିଡି ପାଇଁ ୩୦ହଜାର ଲାଞ୍ଚ ନେଉଥିଲେ ଡିଆର୍‌ପି, ମାଡିବସିଲା ଭିଜିଲାନ୍ସ

ବରଗଡ଼,୬।୫(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ ସୂକ୍ଷ୍ମ ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ଔପଚାରିକରଣ ଯୋଜନା(ପିଏମ୍‌ଏଫ୍‌ଏମ୍‌ଇ)ରେ ଦିଆଯାଉଥିବା ଋଣର ରିହାତି (ସବ୍‌ସିଡି) ରିଲିଜ୍‌ ପାଇଁ ଲାଞ୍ଚ ନେବା ବରଗଡ଼ ଜିଲା ଶିଳ୍ପକେନ୍ଦ୍ର…

କିଏ ସେ ଅଗ୍ନିମିତ୍ରା ପଲ? ଦିଲ୍ଲୀରେ ପହଞ୍ଚିବା ପରେ ବଢ଼ିଲା ହଲଚଲ, ହେବେ କି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ…

କୋଲକାତା,୬।୫: ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ଗଡ଼କୁ ଭାଙ୍ଗି ଭାଜପା ୨୦୭ଟି ଆସନ ସହ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏବେ ମୁଖ୍ୟମନ୍ତ୍ରୀ ଚୟନ ପାଇଁ ଦିଲ୍ଲୀରୁ କୋଲକାତା ପର୍ଯ୍ୟନ୍ତ…

ହାର୍ଦ୍ଦିକ ପାଣ୍ଡ୍ୟା ଖେଳିବେ RCB ବିପକ୍ଷ ମ୍ୟାଚ୍‌, ମୁମ୍ବାଇ ଶିବିରରୁ ବଡ଼ ଖବର

ରାୟପୁର,୬।୫: ପିଠିରେ ଯନ୍ତ୍ରଣା ଯୋଗୁ ଲକ୍ଷ୍ନୌ ବିପକ୍ଷ ମ୍ୟାଚ୍‌ରୁ ବାଦ ପଡ଼ିଥିବା ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଏବେ ସମ୍ପୂର୍ଣ୍ଣ ଫିଟଥିବା ଜଣାପଡ଼ିଛି। ରବିବାର ଦିନ…

ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ, ୧୦ ବେଳକୁ ହେବ….

ଭୁବନେଶ୍ବର,୬ା୫: ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଏକ ମଡେଲ୍ ଅନୁଯାୟୀ ୧୦ରେ ଲଘୁଚାପ ଦାନା ବାନ୍ଧିବାର ସମ୍ଭାବନା ରହିଛି । ଶ୍ରୀଲଙ୍କା ଓ ତାମିଲନାଡୁ ଉପକୂଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri