ବୃଦ୍ଧଙ୍କୁ ଶୁଣ୍ଢରେ ଟେକି କଚାଡ଼ି ମାରିଲା ହାତୀ, ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କାର ସହାୟତା, ଘୋଷଣା କରି…

କୁଆଁରମୁଣ୍ଡା,୨୬ା୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ବନ ରେଞ୍ଜ ଅନ୍ତର୍ଗତ ଝୁନମୁର ଗ୍ରାମର ବିଶ୍ରାଟୋଲିରେ ଶନିବାର ସକାଳେ ଏକ ବଣୁଆ ଦନ୍ତା ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ସିରିଲ କୁଲୁ(୬୬)। ଖବର ପାଇ ବୀରମିତ୍ରପୁର ବନ ରେଞ୍ଜ ଅଧିକାରୀ ସୁଦେଷ୍ଣା ପ୍ରଧାନ। ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବନ ରେଞ୍ଜରେ କେସ୍‌ ନଂ ୨/୨୬ ଏକ ମାମଲା ରୁଜୁ କରିବା ସହ ମୃତକଙ୍କ ଅନ୍ତେଷ୍ଟି କ୍ରିୟା ନିମନ୍ତେ ତାଙ୍କ ପରିବାରକୁ ୨୦ ହଜାର ଟଙ୍କା ପ୍ରଦାନ କରିଛନ୍ତି। ଏହାସହ ସରକାରୀ କ୍ଷତିପୂରଣ ବାବଦକୁ ୧୦ ଲକ୍ଷ ଟଙ୍କା ମୃତକଙ୍କ ପରିବାରକୁ ପ୍ରଦାନ କରାଯିବ ବୋଲି ରେଞ୍ଜର ପ୍ରଧାନ ସୂଚନା ଦେଇଛନ୍ତି।

ସୂଚନା ଥାଉକି, ମୃତ ସିରିଲ ଘଟଣା ଦିନ ଶୌଚ ହେବା ପାଇଁ ଘର ନିକଟସ୍ଥ ଜଙ୍ଗଲକୁ ଯାଇଥିବା ବେଳେ ଏକ ହାତୀ ହାବୁଡ଼ରେ ପଡ଼ିଯାଇଥିଲେ। ହାତୀ ତାଙ୍କୁ ଶୁଣ୍ଢରେ କଚାଡ଼ି ମାରିଦେଇଥିଲା। ଉକ୍ତ ହାତୀଟି ସକାଳୁ ସକାଳୁ ଝାଡ଼ଖଣ୍ଡ ଜଙ୍ଗଲରୁ ବାହାରି ଓଡ଼ିଶା ସୀମାରେ ପଶି ଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଆକ୍ରମଣରେ ମୃତକ ପରିବାରକୁ ମିଳିଲା ଆର୍ଥିକ ସହାୟତା

କେସିଙ୍ଗା,୨୬ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଯାଦବ ମହାସଭା ଅନ୍ତର୍ଗତ କେସିଙ୍ଗା ବ୍ଲକର ଶିରୋଲ ଆଞ୍ଚଳିକ ଯାଦବ ସମାଜ ଅଧୀନସ୍ଥ ପୋଢ଼ଖମ୍ବ ଗ୍ରାମର ସ୍ବର୍ଗତ ଅକ୍ରୁର ହେର୍ନା ଗତ…

ନବଗ୍ରହଙ୍କ ରାଜା ସୂର୍ଯ୍ୟଙ୍କ ନଜରରେ ୫ ରାଶି: ରବିବାରଠୁ ଭାଗ୍ୟରେ ଲାଗିବ ଲଟେରୀ, ଆୟ ସହିତ ବଢିବ…

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ନବଗ୍ରହଙ୍କ ରାଜା ବୋଲି କୁହାଯାଏ। ଆତ୍ମବିଶ୍ୱାସ, ପ୍ରତିଷ୍ଠା, ନେତୃତ୍ୱ କ୍ଷମତା ଓ କର୍ମକ୍ଷେତ୍ରରେ ସଫଳତା ସହ ସୂର୍ଯ୍ୟଙ୍କୁ ଯୋଡ଼ି ଦେଖାଯାଏ। ତେଣୁ…

‘ମୋର ଶେଷ ବିଶ୍ୱକପ…’, କ୍ରିକେଟରୁ ବିଦାୟ ନେବା ନେଇ ଭାବପ୍ରବଣ ବୟାନ ଦେଲେ ବିରାଟ କୋହଲି, ପ୍ରଶଂସକ ଜାଣିଲେ…

ନୂଆଦିଲ୍ଲୀ,୨୬।୯: ବିରାଟ କୋହଲି ନିଜେ ଘୋଷଣା କରିଛନ୍ତି ଯେ ୨୦୨୭ ODI ବିଶ୍ୱକପ ତାଙ୍କର ଶେଷ ବିଶ୍ୱକପ ଟୁର୍ଣ୍ଣାମେଣ୍ଟ ହେବ। ୨୦୧୧ ବିଶ୍ୱକପ ବିଜୟୀ ଦଳର ସଦସ୍ୟ…

ଭାରତର ଏକମାତ୍ର ନଦୀ, ଯାହାର ବାଲିରୁ ମିଳେ ସୁନା! ଓଡ଼ିଶାରେ ବି ବୋହୁଛି…

ନୂଆଦିଲ୍‌ଲୀ,୨୬।୯: ଭାରତରେ ନଦୀଗୁଡ଼ିକୁ କେବଳ ଜଳର ଉତ୍ସ ଭାବେ ଗ୍ରହଣ କରାଯାଏ ନାହିଁ, ବରଂ ଦେଶର ଅର୍ଥନୀତି ଏବଂ ଲୋକଙ୍କ ଦୈନନ୍ଦିନ ଜୀବନରେ ମଧ୍ୟ ଏଗୁଡ଼ିକର ଏକ…

‘ତାଙ୍କୁ PM କର’, ଜ୍ଞାନେଶ କୁମାରଙ୍କୁ ପଦ୍ମ ଭୂଷଣ ଦେବା ବୟାନରେ କଟାକ୍ଷ କଲେ ପୱନ ଖେରା

ନୂଆଦିଲ୍ଲୀ,୨୬।୯: ନିର୍ବାଚନ ଆୟୋଗଙ୍କୁ ନେଇ ଚାଲିଥିବା ରାଜନୈତିକ ବିତର୍କ ମଧ୍ୟରେ, କଂଗ୍ରେସ ନେତା ପୱନ ଖେରା ପଶ୍ଚିମବଙ୍ଗ ଭାଜପା ସଭାପତି ସମିକ ଭଟ୍ଟାଚାର୍ଯ୍ୟଙ୍କ ଏକ ମନ୍ତବ୍ୟକୁ ନେଇ…

ଗିଲଙ୍କ କ୍ୟାପଟେନ୍ସି ଉପରେ କୋହଲିଙ୍କ ବଡ଼ କଥା, ଭବିଷ୍ୟତକୁ ନେଇ କହିଲେ…

ନୂଆଦିଲ୍ଲୀ,୨୬।୯: ରୋହିତ ଶର୍ମାଙ୍କ ପରେ ଶୁଭମନ ଗିଲଙ୍କୁ ଭାରତର ଦିନିକିଆ ଓ ଟେଷ୍ଟ ଦଳର ଅଧିନାୟକ କରାଯାଇଛି। ତାଙ୍କ ଅଧିନାୟକତ୍ୱରେ ଟିମ୍ ଇଣ୍ଡିଆ ଆସନ୍ତା ୨୭ ସେପ୍ଟେମ୍ବର…

ମଦ୍ୟପାନ ନିଷେଧ ରାଜ୍ୟ ନାଗାଲାଣ୍ଡରେ ହଇଚଇ: ବିଷାକ୍ତ ମଦ ପିଇ ୧୯ ଜଣଙ୍କ ମୃତ୍ୟୁ

କୋହିମା,୨୬।୯: ମଦ ନିଷେଧାଦେଶ ଲାଗୁ ଥିବା ରାଜ୍ୟ ନାଗାଲାଣ୍ଡରେ ମଦ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରାଜ୍ୟର ମୋକୋକଚୁଙ୍ଗ (Mokokchung) ଏବଂ ଟୁଏନସାଙ୍ଗ (Tuensang) ଜିଲାରେ ଭେଜାଲ…

ନିର୍ବାଚନ ଆୟୋଗଙ୍କ ବଡ଼ ପଦକ୍ଷେପ ପରେ ପ୍ରଶ୍ନ ଉଠାଇଲେ CJP ମୁଖ୍ୟ ଦୀପକେ, କହିଲେ, ‘ଏପର୍ଯ୍ୟନ୍ତ ଏହା କାହିଁକି କରାଯାଇନଥିଲା?’

ନୂଆଦିଲ୍ଲୀ,୨୬।୯: ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ପୁଣିଥରେ ନିର୍ବାଚନ ଆୟୋଗଙ୍କୁ ଟାର୍ଗେଟ କରିଛନ୍ତି। ଶନିବାର (୨୬ ସେପ୍ଟେମ୍ବର) ସେ ସୋସିଆଲ ମିଡିଆରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?