ଶୁଣ୍ଢରେ ଟେକି ଯୁବକଙ୍କୁ କଚାଡ଼ିଲା ହାତୀ…

କେନ୍ଦୁଝର,୨୧।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ହାତୀ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ନାୟାକୋଟ ଥାନା ଭୂୟାଁ ଜୁଆଙ୍ଗ ପିଢ଼ ରେଞ୍ଜ ଅନ୍ତର୍ଗତ ଦଅଁଳା ଗ୍ରାମର ଗୋବିନ୍ଦ ମୁଣ୍ଡାଙ୍କ ପୁଅ ସୁନିଆଁ ମୁଣ୍ଡା(୨୫)।

ମିଳିଥିବା ସୂଚନା ମୁତାବକ, ସୁନିଆଁ ଧାନ ବିଲକୁ ଯାଇଥିବା ବେଳେ ଏକ ଦନ୍ତାହାତୀ ହାବୁଡରେ ପଡିଯାଇଥିଲେ। ହାତୀଟି ତାଙ୍କୁ ଶୁଣ୍ଢରେ ଧରି କଚାଡି ଦେଇଥିଲା। ଫଳରେ ସେ ଗୁରୁତର ଆହତ ହୋଇଛନ୍ତି। ପ୍ରଥମେ ତାଙ୍କୁ ବାଂଶପାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ସଂକଟାପନ୍ନ ହେବାରୁ କେନ୍ଦୁଝର ଧରଣୀଧର ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରୁ ତାଙ୍କୁ କଟକ ନିଆଯାଇଥିବା ସୂଚନା ମିଳିଛି।

ଏକ ଛୁଆ ହାତୀ ସହିତ ୬ ଟିକିଆ ହାତୀପଲ ସମ୍ପୃକ୍ତ ଅଞ୍ଚଳରେ ବୁଲୁଥିବା ବେଳେ ଲୋକମାନେ ଘେରି ଯାଇଥିଲେ। ଫଳରେ କୁଆଡେ ଯାଇ ନ ପାରି ଗୋଟିଏ ଆଡ଼କୁ ଧାଇଁ ଥିଲେ। ଏହି ସମୟରେ ଏକ ଛୁଆ ହାତୀର ସୁରକ୍ଷା ପାଇଁ ମା ହାତୀ ଯୁବକଙ୍କୁ ସୁଣ୍ଢରେ ଟେକି କଚାଡି ଦେଇଥିବା ସୂଚନା ମିଳିଛି।

ଲୋକଙ୍କୁ ମାଇକ ଜରିଆରେ ସଚେତନ କଲେ ମଧ୍ୟ ହାତୀଙ୍କୁ ଘେରି ରଖି ଘଉଡ଼ାଉଛନ୍ତି। ଏଣୁ ହାତୀମାନେ ଯାଇ ନ ପାରି ଏଣେ ତେଣେ ଘୂରି ବୁଲି କ୍ଷୟକ୍ଷତି କରୁଛନ୍ତି। ହାତୀ କ୍ଷୟକ୍ଷତିର ତଦନ୍ତ କରି କ୍ଷତିପୂରଣ ଯୋଗାଇ ଦିଆଯିବ ବୋଲି ଜୁଆଙ୍ଗ ପିଢ଼ ରେଞ୍ଜର ନୟନ କାନ୍ତ ସାହୁ କହିଛନ୍ତି। ଅନ୍ୟପକ୍ଷେ ଆହତ ଯୁବକଙ୍କ ଚିକିତ୍ସା ଚାଲିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିନୟରୁ ସନ୍ୟାସ ନେବେ ଅମିତାଭ ବଚ୍ଚନ! ମୁହଁ ଖୋଲିଲେ ୮୩ ବର୍ଷିୟ ଅଭିନେତା

ମୁମ୍ବାଇ,୧୬।୯: ଅମିତାଭ ବଚ୍ଚନ ହିନ୍ଦୀ ସିନେମାର ‘ମେଗାଷ୍ଟାର’ ଭାବରେ ପରିଚିତ। ପ୍ରାୟ ଛଅ ଦଶନ୍ଧି ଧରି ଚଳଚ୍ଚିତ୍ର ଜଗତରେ ରାଜ କରିଆସୁଥିବା ‘ବିଗ ବି’ (Big B)…

ଭାଜପାର ଟେନସନ ବଢାଇଲେ ଜଣେ ପୂର୍ବତନ ଭାଜପା ନେତା? ଜାଣନ୍ତୁ କ’ଣ କଲେ

ଲକ୍ଷ୍ନୌ,୧୬।୯: ଉତ୍ତର ପ୍ରଦେଶ ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା) ବର୍ଦ୍ଧିତ ଆହ୍ବାନର ସମ୍ମୁଖୀନ ହୋଇପାରେ। କର୍ଣ୍ଣି ସେନା ରାଜ୍ୟରେ ୫୦ଟି ଆସନରେ ନିର୍ବାଚନ ଲଢ଼ିବାକୁ ଯୋଜନା…

ପାରିବାରିକ କଳହର କରୁଣ ପରିଣତି, ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀଙ୍କ ଜୀବନ ଗଲା, ଘରେ ପଡ଼ିଛି…

ଚାନ୍ଦବାଲି,୧୬ା୯(କିଷାନ ପାତ୍ର): ଏମିତି ଏକ ଦୁଃଖଦ ଘଟଣାକୁ ନେଇ ଚାନ୍ଦବାଲି ଅଞ୍ଚଳରେ ଚାଞ୍ଚଲ୍ୟ ଦେଖାଦେଇଛି। ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଧୀନ ପାଇକିରାପୁର ଗ୍ରାମରେ ପାରିବାରିକ କଳହକୁ…

U-15ରେ ଓଡ଼ିଶା ପାଇଁ ଖେଳିବେ ଗୁଡ଼ାରି ଝିଅ ଆୟୁଷା

ଗୁଡ଼ାରି,୧୬ା୯(ପ୍ରମୋଦ କୁମାର ପତି): ୧୫ ବର୍ଷରୁ କମ୍‌ କ୍ରିକେଟ୍‌ରେ ଓଡ଼ିଶା ପାଇଁ ଖେଳିବାର ସୁଯୋଗ ପାଇଛନ୍ତି ରାୟଗଡ଼ା ଜିଲା ଗୁଡ଼ାରି ଝିଅ ଆୟୁଷା ମିଶ୍ର। ଏ ନେଇ…

ବଡ଼ ଦୁର୍ଘଟଣା: ଏକ ଲାଇଭ କାର୍ଯ୍ୟକ୍ରମର ଖବର ସଂଗ୍ରହ ସମୟରେ ଗଣମାଧ୍ୟମର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ; ୩ ମୃତ ଦେଖନ୍ତୁ ଭିଡ଼ିଓ

ଲସ ଆଞ୍ଜେଲସ,୧୬।୯: ଯୁକ୍ତରାଷ୍ଟ୍ର ଆମେରିକାରେ ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। କାଲିଫର୍ନିଆର ଲସ ଆଞ୍ଜେଲସରେ ଏକ ମିଡିଆ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଚାଟ୍ସୱର୍ଥ (Chatsworth) ଅଞ୍ଚଳରେ…

ଶଙ୍ଖ ନଦୀରେ ଅଘଟଣ: ଗାଧୋଇବାବେଳେ ବୁଡ଼ିଗଲେ ୩ ନାବାଳିକା

କୁଆଁରମୁଣ୍ଡା, ୧୬।୯ (ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଅଞ୍ଚଳରେ ବୁଧବାର ସକାଳେ ଏକ ହୃଦୟବିଦାରକ ଘଟଣା ଘଟିଛି। ଶଙ୍ଖ ନଦୀରେ ଗାଧୋଉଥିବାବେଳେ ବୁଡ଼ିଯାଇ…

LPG e-KYCର ସମୟସୀମା ଶେଷ: ଆଜିଠୁ ଏମାନଙ୍କର କଟିଯିବ ଗ୍ୟାସ କନେକ୍ସନ! ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: LPG ଗ୍ୟାସ ଉପଭୋକ୍ତାଙ୍କ ପାଇଁ ଜରୁରୀ ଖବର। ଗ୍ୟାସ କନେକ୍ସନର e-KYC କରାଇବା ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି। ସର୍ଭର ସମସ୍ୟା ଯୋଗୁ ପ୍ରଥମେ…

୨୦୦୦ ଟଙ୍କାରୁ ଅଧିକ ରେଳ ଟିକେଟ ବୁକିଂରେ କେତେ ଚାର୍ଜ ଦେବେ ଯାତ୍ରୀ? ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: ଟ୍ରେନରେ ଯାତ୍ରା କରୁଥିବା ଏବଂ ଅନଲାଇନରେ ଟିକେଟ ବୁକ କରୁଥିବା ଯାତ୍ରୀଙ୍କ ପାଇଁ ଜରୁରୀ ଖବର। UPI ପେମେଣ୍ଟକୁ ନେଇ ନୂଆ ନିୟମ ଲାଗୁ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?