ଖୋର୍ଦ୍ଧା ସହରରେ ପୁଣି ହାତୀ

ଖୋର୍ଦ୍ଧା ଅଫିସ,୮ା୧୦:ଖୋର୍ଦ୍ଧା ସହରରେ ପୁଣି ପଶିଲା ହାତୀ। ଗତ ୪ତାରିଖ ପରେ ବୁଧବାର ରାତିରେ ପଲ୍ଲା ଛକରେ ବରୁଣେଇ ୟୁପି ସ୍କୁଲ ନିକଟରେ ୨ଟି ଦନ୍ତା ହାତୀ ପଶିଛନ୍ତି। ସ୍କୁଲ ନିକଟରେ ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗ କାର୍ଯ୍ୟାଳୟର ଏକ ପାଚେରି ଭାଙ୍ଗିଛନ୍ତି। ଖବରପାଇ ପୋଲିସ ଏବଂ ବନ ବିଭାଗ ଟିମ୍‌ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରୁଛନ୍ତି। ଖାଦ୍ୟ ଅନ୍ବେଷଣରେ କାଇପଦର ଜଙ୍ଗଲ ପଟୁ ହାତୀ ଆସିଥିବା ବନ ବିଭାଗ ଅନୁମାନ କରିଛି। ଅନ୍ୟପଟେ ଅଞ୍ଚଳରେ ହାତୀ ଥିବା ଜାଣି ସ୍ଥାନୀୟ ଲୋକେ ଭୟଭିତ ହୋଇପଡ଼ିଛନ୍ତି। ଫଳରେ ପୋଲିସ ପକ୍ଷରୁ ସେହି ରାସ୍ତା ଦେଇ ଯାତାୟାତ ବନ୍ଦ କରାଯାଇଛି।
ସୂଚନା ଅନୁଯାୟୀ, ବୁଧବାର ରାତି ସାଢ଼େ ୮ଟାବେଳେ ୨ ଦନ୍ତା ପଲ୍ଲା ସ୍କୁଲ ନିକଟରେ ବୁଲୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ସେହି ସ୍ଥାନରେ ଲୋକେ ରୁଣ୍ଡ ହେବା ସହ ପାଟିତୁଣ୍ଡ କରିବାରୁ ହାତୀଦ୍ୱୟ ସ୍କୁଲକୁ ପଶିଯାଇଛନ୍ତି। ସ୍କୁଲ ଭିତର ଅନ୍ଧାର ଥିବାରୁ ହାତୀ ସେଠାରୁ ଫେରିବା ବାଟ ନ ପାଇ ଗର୍ଜନ କରିବାକୁ ଲାଗିଥିଲେ। ଫଳରେ ହାତୀକୁ ଘଉଡ଼ାଇବା ଲାଗି ଲୋକେ ଟାୟାର ଜାଳି ନିଆଁ ଲଗାଇଥିଲେ। ପରେ ପୋଲିସ ଆସି ଲୋକଙ୍କୁ ଭୟଭୀତ ନ ହେବା ପାଇଁ କହିଛନ୍ତି। ତେବେ ବନ ବିଭାଗ ବିଳମ୍ବରେ ପହଞ୍ଚତ୍ବା ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଦୀର୍ଘ ସମୟ ଧରି ହାତୀ ସ୍କୁଲ ଭିତରେ ରହିବା ପରେ ରାସ୍ତା ଉପରକୁ ଆସି ସ୍କୁଲ ନିକଟରେ ଥିବା ହସ୍ତତନ୍ତ ବିଭାଗର ଏକ ପାଚେରି ଭାଙ୍ଗି ରାସ୍ତାରେ ଅଟକି ରହିଛନ୍ତି। ଅନ୍ୟପକ୍ଷେ ଗାଁ ମୁହଁା ଛାଡ଼ି ହାତୀ ସହରରେ ପ୍ରବେଶ କରିବା ନେଇ ବନ ବିଭାଗର ଅପାରଗତାକୁ ଦର୍ଶାଉଛି। ନିକଟରେ ହାତୀ ସହରରେ ପ୍ରବେଶ କରିଥିଲେ ମଧ୍ୟ ହାତୀଙ୍କ ଗତିବିଧି ଉପରେ ନଜର ରଖିବାରେ ବନ ବିଭାଗ ଦାୟିତ୍ୱହୀନତାକୁ ସୁଚାଉଛି ବୋଲି ସାଧାରଣରେ ମତ ପ୍ରକାଶ ପାଇଛି। ହାତୀକୁ ନିୟନ୍ତ୍ରଣ କରିବାରେ ବନ ବିଭାଗ ସମ୍ପୂର୍ଣ୍ଣ ଭାବେ ବିଫଳ ହୋଇଛନ୍ତି ବୋଲି ପରିବେଶବିତ୍‌ ଧନେଶ୍ୱର ବିଧାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri