କରିଡର ନଷ୍ଟ ଦ୍ୱାରା ପ୍ରଭାବିତ ହେଉଛନ୍ତି ହାତୀ

କଟକ,୧୨ା୧୦ (କାର୍ତ୍ତିକ ସାହୁ)ରାଜ୍ୟରେ ହାତୀ ସୁରକ୍ଷା ଦିଗରେ ହାଇକୋର୍ଟ ପ୍ରଥମ ଥର ପାଇଁ ଏକ ଐତିହାସିକ ପଦକ୍ଷେପ ଗ୍ରହଣ କରିଛନ୍ତି। ହାତୀ ମୃତ୍ୟୁ ଓ ସେମାନଙ୍କ ସୁରକ୍ଷା ଭଳି ସମ୍ବେଦନଶୀଳ ପ୍ରସଙ୍ଗ ଉପରେ ହାଇକୋର୍ଟ ସମ୍ମିଳନୀ କକ୍ଷରେ ଏକ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ ଓ ବିଚାରପତି ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠରେ ହାତୀ ସୁରକ୍ଷା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହୋଇଛି।
ହାତୀ ସୁରକ୍ଷା ପାଇଁ ଗଠିତ ଜଏଣ୍ଟ ଟାସ୍କ ଫୋର୍ସ (ଜେଟିଏଫ) ନିଆଯାଇଥିବା ପଦକ୍ଷେପଗୁଡ଼ିକ ସମ୍ପର୍କରେ ତଥ୍ୟ ପ୍ରଦାନ କରିଥିଲେ। ଜଙ୍ଗଲ ମଧ୍ୟରେ କରିଡର ନଷ୍ଟ ହେବା ଦ୍ୱାରା ହାତୀ ସମେତ ଅନ୍ୟ ବନ୍ୟପ୍ରାଣୀଙ୍କ କ୍ଷତି ହେଉଛି। ଖଣି ଖନନ, ବ୍ଲାଷ୍ଟିଂ, ରେଲୱେ, ହାଇୱେ କେନାଲ ଦ୍ୱାରା ହାତୀମାନେ ବହୁ ଭାବରେ ପ୍ରଭାବିତ ହେଉଛନ୍ତି। ସେମାନଙ୍କ ଯାତାୟାତ ବାଧାପ୍ରାପ୍ତ ହେଉଛି। ତେଣୁ ହାତୀ କରିଡରର ସୁରକ୍ଷା ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଛି। ଜେଟିଏଫ ପକ୍ଷରୁ କୁହାଯାଇଛି ଯେ, କେନ୍ଦୁଝର ଜିଲାର ହଦଗଡ଼ ଓ ନୟାଗଡ଼ ଜିଲାର ବୃତ୍ତଙ୍ଗଠାରେ ନୂତନ ହାତୀ କରିଡର ପ୍ରସ୍ତୁତ କରାଯାଇଛି। ହାତୀଙ୍କ ଦ୍ୱାରା ଫସଲ ନଷ୍ଟଜନିତ କ୍ଷତିପୂରଣ ରାଶି ଏକର ପିଛା ୧୦ ହଜାର ଟଙ୍କାରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ହାତୀମାନଙ୍କୁ ଜଙ୍ଗଲ ମୁହଁା କରିବା ନିମନ୍ତେ ନିଯୁକ୍ତ ଗଜସାଥୀ ସଂଖ୍ୟା ପ୍ରାୟ ୫୦୦୦ ରହିଛି। ଏହି ସଂଖ୍ୟାକୁ ବୃଦ୍ଧି କରିବା ଲାଗି ପ୍ରକ୍ରିୟା ଆରମ୍ଭ ହୋଇଥିବା ଜେଟିଏଫ ପକ୍ଷରୁ ଅଦାଲତଙ୍କୁ ଅବଗତ କରାଯାଇଛି।
ଉଲ୍ଲେଖଯୋଗ୍ୟ, ବିଭିନ୍ନ ସମୟରେ ରାଜ୍ୟରେ ହାତୀ ମୃତ୍ୟୁକୁ ନେଇ ୧୭ଟି ମାମଲା ହାଇକୋର୍ଟରେ ରୁଜୁ ହୋଇଛି। ହାତୀଙ୍କ ସୁରକ୍ଷା ନିମନ୍ତେ କି ପଦକ୍ଷେପ ନିଆଯାଉଛି ସେନେଇ ଆବେଦନକାରୀ ଗୀତା ରାଉତ ଓ ଅନ୍ୟମାନେ ହାଇକୋର୍ଟରେ ମାମଲା ରୁଜୁ କରିଥିଲେ। ମାମଲାଗୁଡ଼ିକୁ ହାଇକୋର୍ଟ ଏକତ୍ର ଶୁଣାଣି କରି ହାତୀ ସୁରକ୍ଷା ପାଇଁ ପ୍ରସ୍ତୁତ ହୋଇଥିବା ଆକ୍ସନ ପ୍ଲାନ୍‌ ଆଧାରରେ କି ପଦକ୍ଷେପ ନିଆଯାଇଛି ସେ ସମ୍ପର୍କରେ ଜଣାଇବା ନିମନ୍ତେ ଜଏଣ୍ଟ ଟାସ୍କ ଫୋର୍ସ କମିଟିକୁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ହାତୀଙ୍କ ସୁରକ୍ଷା ନେଇ ଗ୍ରହଣ କରାଯାଇଥିବା ପଦକ୍ଷେପ ଉପରେ ଜେଟିଏଫ ପକ୍ଷରୁ ସତ୍ୟପାଠ ଦାଖଲ କରାଯାଇଥିଲା। ହାତୀ ସୁରକ୍ଷା ମାମଲାରେ ବୈଠକ ମାଧ୍ୟମରେ ଆଲୋଚନା କରିବାକୁ ହାଇକୋର୍ଟ ପୂର୍ବ ଶୁଣାଣିରେ ନିର୍ଦ୍ଦେଶ ଦେଇଥିଲେ। ଏଥିରେ ବରିଷ୍ଠ ଆଇନଜୀବୀ ଏସ୍‌.ପି ମିଶ୍ର, ଆଶିଷ ମିଶ୍ର, ଶଙ୍କର ପାଣି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଚୋରା ବାଲି ଚାଲାଣ: ୨ ହାଇୱାକୁ ମାଡିବସିଲା…

ପୋଲିସ।ପାଟଣା,୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡା ଫାଣ୍ଡି ପୋଲିସ ସାହାରପଡା ପେଟ୍ରୋଲ ପମ୍ପ ନିକଟରୁ ଶନିବାର ଭୋର ସକାଳୁ ୨ଟି ଚୋରା ବାଲି...

ଇଣ୍ଡିଗୋ ବିମାନ ରଦ୍ଦ ପରେ ବି କେମିତି ଧଡାଧଡ ବିକ୍ରି ହେଉଛି ଟିକେଟ! ୩ ଗୁଣା ଅଧିକ ଦାମରେ ବି କିଣୁଛନ୍ତି ଲୋକେ

ନୂଆଦିଲ୍ଲୀ,୬।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଅନେକ ଦିନ ଧରି ସଂଘର୍ଷ କରୁଛି। ଡିସେମ୍ବର ୨ରୁ ବିମାନ ବାତିଲ ଚାଲିଛି। ଇଣ୍ଡିଗୋ ପ୍ରତିଦିନ ୫୦୦ରୁ ଅଧିକ ବିମାନ ବାତିଲ...

ଶେଷରେ ଟସ୍‌ ଜିତିଲା ଭାରତ: ଖୁସିକୁ ରୋକି ନ ପାରି ରାହୁଲ କରିଦେଲେ…

ନୂଆଦିଲ୍ଲୀ,୬।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଦିନିକିଆରେ ଭାରତୀୟ ଅଧିନାୟକ କେଏଲ ରାହୁଲ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତ ୨୦...

ଏହିସବୁ ଭାରତୀୟ ଖାଦ୍ୟ ଖାଇଲେ ପୁଟିନ୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମ୍ମାନାର୍ଥେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଆୟୋଜିତ ରାଜ୍ୟ ଭୋଜିରେ କଶ୍ମୀର ଅଖରୋଟ ଗୁଚ୍ଚି ଦୁନ ଚେଟିନ ଏବଂ...

ପୁଟିନ ଫେରୁ ଫେରୁ ପୂରଣ ହେଲା ଭାରତର ବଡ଼ ଇଚ୍ଛା, ପ୍ରମାଦ ଗଣିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଛାଡିବା ପରେ ଏକ ବଡ଼ ଖବର ଆସିଛି। ଏହି ନୂତନ ବିକାଶ ସ୍ବଦେଶୀ ଯୁଦ୍ଧ ବିମାନ କାର୍ଯ୍ୟକ୍ରମକୁ...

Featured Video Play Icon

ଝିଅ ବାହାଘର ପାଇଁ ଟଙ୍କା ଦେବେ ସରକାର, ଭୋଜି ପାଇଁ ମିଳିବ…

ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା ସରକାର।...

ଧନୁଯାତ୍ରା ପାଇଁ ଶୁଭସ୍ତମ୍ଭ: ପ୍ରସ୍ତୁତି ଜୋରଦାର…

ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଲଖନା ଗାଁରେ ଶୁକ୍ରବାର ୧୭ତମ ଧନୁଯାତ୍ରା ପାଇଁ ନୂତନ କମିଟି ଗଠନ ସହ ଶୁଭସ୍ତମ୍ଭ...

ମୃତବ୍ୟକ୍ତିଙ୍କ ସୁନା ଅଳଙ୍କାର ପାଖରେ ରଖୁଛନ୍ତି କି? ପଡିପାରେ ନକରାତ୍ମକ ଶକ୍ତି, ଜାଣନ୍ତୁ ଗରୁଡ ପୁରାଣ କ’ଣ କହୁଛି

ସୁନାକୁ ସୌଭାଗ୍ୟ ଏବଂ ସକାରାତ୍ମକ ଶକ୍ତିର ବାହକ ବୋଲି ବିବେଚନା କରାଯାଏ। ଏହାର ଚମକ ଏବଂ ଆକର୍ଷଣ ସମସ୍ତଙ୍କୁ ଆକର୍ଷିତ କରେ। ସୁନା ଅଳଙ୍କାର, ବିଶେଷକରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri