କରିଡର ନଷ୍ଟ ଦ୍ୱାରା ପ୍ରଭାବିତ ହେଉଛନ୍ତି ହାତୀ

କଟକ,୧୨ା୧୦ (କାର୍ତ୍ତିକ ସାହୁ)ରାଜ୍ୟରେ ହାତୀ ସୁରକ୍ଷା ଦିଗରେ ହାଇକୋର୍ଟ ପ୍ରଥମ ଥର ପାଇଁ ଏକ ଐତିହାସିକ ପଦକ୍ଷେପ ଗ୍ରହଣ କରିଛନ୍ତି। ହାତୀ ମୃତ୍ୟୁ ଓ ସେମାନଙ୍କ ସୁରକ୍ଷା ଭଳି ସମ୍ବେଦନଶୀଳ ପ୍ରସଙ୍ଗ ଉପରେ ହାଇକୋର୍ଟ ସମ୍ମିଳନୀ କକ୍ଷରେ ଏକ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ ଓ ବିଚାରପତି ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠରେ ହାତୀ ସୁରକ୍ଷା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହୋଇଛି।
ହାତୀ ସୁରକ୍ଷା ପାଇଁ ଗଠିତ ଜଏଣ୍ଟ ଟାସ୍କ ଫୋର୍ସ (ଜେଟିଏଫ) ନିଆଯାଇଥିବା ପଦକ୍ଷେପଗୁଡ଼ିକ ସମ୍ପର୍କରେ ତଥ୍ୟ ପ୍ରଦାନ କରିଥିଲେ। ଜଙ୍ଗଲ ମଧ୍ୟରେ କରିଡର ନଷ୍ଟ ହେବା ଦ୍ୱାରା ହାତୀ ସମେତ ଅନ୍ୟ ବନ୍ୟପ୍ରାଣୀଙ୍କ କ୍ଷତି ହେଉଛି। ଖଣି ଖନନ, ବ୍ଲାଷ୍ଟିଂ, ରେଲୱେ, ହାଇୱେ କେନାଲ ଦ୍ୱାରା ହାତୀମାନେ ବହୁ ଭାବରେ ପ୍ରଭାବିତ ହେଉଛନ୍ତି। ସେମାନଙ୍କ ଯାତାୟାତ ବାଧାପ୍ରାପ୍ତ ହେଉଛି। ତେଣୁ ହାତୀ କରିଡରର ସୁରକ୍ଷା ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଛି। ଜେଟିଏଫ ପକ୍ଷରୁ କୁହାଯାଇଛି ଯେ, କେନ୍ଦୁଝର ଜିଲାର ହଦଗଡ଼ ଓ ନୟାଗଡ଼ ଜିଲାର ବୃତ୍ତଙ୍ଗଠାରେ ନୂତନ ହାତୀ କରିଡର ପ୍ରସ୍ତୁତ କରାଯାଇଛି। ହାତୀଙ୍କ ଦ୍ୱାରା ଫସଲ ନଷ୍ଟଜନିତ କ୍ଷତିପୂରଣ ରାଶି ଏକର ପିଛା ୧୦ ହଜାର ଟଙ୍କାରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ହାତୀମାନଙ୍କୁ ଜଙ୍ଗଲ ମୁହଁା କରିବା ନିମନ୍ତେ ନିଯୁକ୍ତ ଗଜସାଥୀ ସଂଖ୍ୟା ପ୍ରାୟ ୫୦୦୦ ରହିଛି। ଏହି ସଂଖ୍ୟାକୁ ବୃଦ୍ଧି କରିବା ଲାଗି ପ୍ରକ୍ରିୟା ଆରମ୍ଭ ହୋଇଥିବା ଜେଟିଏଫ ପକ୍ଷରୁ ଅଦାଲତଙ୍କୁ ଅବଗତ କରାଯାଇଛି।
ଉଲ୍ଲେଖଯୋଗ୍ୟ, ବିଭିନ୍ନ ସମୟରେ ରାଜ୍ୟରେ ହାତୀ ମୃତ୍ୟୁକୁ ନେଇ ୧୭ଟି ମାମଲା ହାଇକୋର୍ଟରେ ରୁଜୁ ହୋଇଛି। ହାତୀଙ୍କ ସୁରକ୍ଷା ନିମନ୍ତେ କି ପଦକ୍ଷେପ ନିଆଯାଉଛି ସେନେଇ ଆବେଦନକାରୀ ଗୀତା ରାଉତ ଓ ଅନ୍ୟମାନେ ହାଇକୋର୍ଟରେ ମାମଲା ରୁଜୁ କରିଥିଲେ। ମାମଲାଗୁଡ଼ିକୁ ହାଇକୋର୍ଟ ଏକତ୍ର ଶୁଣାଣି କରି ହାତୀ ସୁରକ୍ଷା ପାଇଁ ପ୍ରସ୍ତୁତ ହୋଇଥିବା ଆକ୍ସନ ପ୍ଲାନ୍‌ ଆଧାରରେ କି ପଦକ୍ଷେପ ନିଆଯାଇଛି ସେ ସମ୍ପର୍କରେ ଜଣାଇବା ନିମନ୍ତେ ଜଏଣ୍ଟ ଟାସ୍କ ଫୋର୍ସ କମିଟିକୁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ହାତୀଙ୍କ ସୁରକ୍ଷା ନେଇ ଗ୍ରହଣ କରାଯାଇଥିବା ପଦକ୍ଷେପ ଉପରେ ଜେଟିଏଫ ପକ୍ଷରୁ ସତ୍ୟପାଠ ଦାଖଲ କରାଯାଇଥିଲା। ହାତୀ ସୁରକ୍ଷା ମାମଲାରେ ବୈଠକ ମାଧ୍ୟମରେ ଆଲୋଚନା କରିବାକୁ ହାଇକୋର୍ଟ ପୂର୍ବ ଶୁଣାଣିରେ ନିର୍ଦ୍ଦେଶ ଦେଇଥିଲେ। ଏଥିରେ ବରିଷ୍ଠ ଆଇନଜୀବୀ ଏସ୍‌.ପି ମିଶ୍ର, ଆଶିଷ ମିଶ୍ର, ଶଙ୍କର ପାଣି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?