ରାତି ହେଲେ ବଢୁଛି ହାତୀ ଉପଦ୍ରବ: ପଡୁଛି ତାଟି କବାଟ, ଧାନ-ମାଣ୍ଡିଆ ଫସଲ ନଷ୍ଟ

ଦିଗପହଣ୍ଡି,୧।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଇର ପଦର, ସିଙ୍ଗପୁର,ହରିଣା,ସୁମନ୍ତପୁର,ଗୁଣ୍ଡୁରି ଗୁଡ଼ା,ଆଦିକନ୍ଦପୁର,ସୁନାଖଣ୍ଡି ପ୍ରଭୃତି ଗ୍ରାମ ମାନଙ୍କରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ ସା ହେଲେ ରାସ୍ତାରେ ଚଳପ୍ରଚଳ କରିବାକୁ ଲୋକେ ଭୟଭୀତ ହେବା ସହ ରାତିରେ ତାଟି କବାଟ ପଡିଯାଉଛି। ଦିଗପହଣ୍ଡି ବନାଞ୍ଚଳ ପାଟପୁର ସେକ୍ସନ ରତନେଇ ଜଙ୍ଗଲ ଅଧିନ ଶୁଳିଆ ପାହାଡ଼ରେ ଦୀର୍ଘଦିନ ଧରି ରହୁଥିବା ୪ ହାତୀ ସନ୍ଧ୍ୟା ହେଲେ ଖାଦ୍ୟ ଅନ୍ବେଷଣ ରେ ଜନବସତି ଆଡ଼କୁ ମାଡ଼ି ଆସୁଛନ୍ତି।ହାତୀ ପଲ ଗ୍ରାମାଞ୍ଚଳରେ ବ୍ୟାପକ ଧାନ ଓ ମାଣ୍ଡିଆ ଫସଲ ନଷ୍ଟ କରୁଛନ୍ତି।
ଏନେଇ ଦିଗପହଣ୍ଡି ରେଞ୍ଜର ଦିବ୍ୟରଞ୍ଜନ ସାହୁ ଙ୍କୁ ପଚାରିବାରୁ ହାତୀ ଚଳପ୍ରଚଳ ନେଇ ସୂଚନା ମିଳିବା ପରେ ବନବିଭାଗ ପକ୍ଷରୁ ବିଭିନ୍ନ ଗାଁ ମାନଙ୍କରେ ହାତୀ ସଚେତନତା କାର୍ଯ୍ୟକ୍ରମ ଜାରି ରହିଛି। ଡ଼ାକବାଜି ଯନ୍ତ୍ର ମାଧ୍ୟମରେ ସକାଳେ କିମ୍ବା ସନ୍ଧ୍ୟାରେ ଜଙ୍ଗଲ ନିକଟକୁ ଯାଆନ୍ତୁ ନାହିଁ। ହାତୀଙ୍କ ଫଟୋ ଓ ଭିଡ଼ିଓ ଉତ୍ତୋଳନ କରନ୍ତୁ ନାହିଁ।ଜଙ୍ଗଲରେ ବନ୍ୟଜନ୍ତୁ ଶିକାର ପାଇଁ ଫାସ ପକାଇବା ଧର୍ତ୍ତବ୍ୟ ଅପରାଧ ବୋଲି ଲୋକଙ୍କୁ ବନ କର୍ମଚାରୀଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଉଛି। ବନ ବିଭାଗର ହାତୀ ସ୍କୁଆର୍ଡ, ତାଲିମ ପ୍ରାପ୍ତ ହାତୀ ଟ୍ରାକର ଙ୍କ ସମେତ ପାଟପୁର ଓ ଦିଗପହଣ୍ଡି ବନ କର୍ମଚାରୀମାନଙ୍କ ପକ୍ଷରୁ ଜଙ୍ଗଲ ମଧ୍ୟକୁ ହାତୀ ଘଉଡାଇବା ପାଇଁ ରାତ୍ରୀକାଳୀନ ପାଟ୍ରୋଲିଂ କରାଯାଉଛି। ବେଆଇନ ଭାବେ କିଛି ଗ୍ରାମାଞ୍ଚଳ ମାନଙ୍କରେ ହୁକିଂ କରାଯାଉଥିବା ରୁ ହାତୀ ଙ୍କ ସୁରକ୍ଷା ଦୃଷ୍ଟିରୁ ସେଗୁଡିକୁ ହଟାଇବା ପାଇଁ ବିଦ୍ୟୁତ୍ କର୍ମଚାରୀ ବୃନ୍ଦ ସହଯୋଗ କରୁଛନ୍ତି। ବିଦ୍ୟୁତ ବିଭାଗ ଏବଂ ବନ ବିଭାଗ ପକ୍ଷରୁ ମିଳିତ ଭାବେ ପାଟ୍ରୋଲିଂ କରାଯାଉଛି। ହାତୀ ଚଳପ୍ରଚଳ କରୁଥିବା ଅଞ୍ଚଳ ପ୍ରତି ବନ ବିଭାଗ ସତନ୍ତ୍ର ନଜର ରଖିବା ସହ ଦିଗପହଣ୍ଡି ରେଞ୍ଜର ନିଜେ ମନିଟରିଂ କରୁଥିବା କହିଛନ୍ତି।
ସମ୍ପୃକ୍ତ ଅଞ୍ଚଳରେ କିଛି ଯୁବକ ବିପଦଜନକ ଭାବେ ହାତୀ  ଫଟୋ ଭିଡ଼ିଓ ଉତ୍ତୋଳନ କରୁଥିବାରୁ ସେମାନଙ୍କୁ ବାରଣ କରାଯାଇଛି। ହାତୀପଲ ନଷ୍ଟ କରୁଥିବା ଚାଷଜମି ଗୁଡ଼ିକ ଗଜପତି ଜିଲା ପାରଳାଖେମୁଣ୍ଡି ବନଖଣ୍ଡ ପୋଡ଼ାମାରି ସ୍ଥିତ ଚନ୍ଦ୍ରଗିରି ରେଞ୍ଜ ଅଧିନରେ ରହୁଥିବାରୁ ଫସଲ କ୍ଷୟକ୍ଷତି ପାଇଁ ଚାଷୀ ଆବେଦନ କଲେ ତଦନ୍ତ କରାଯାଇ ସେମାନଙ୍କୁ ବନ ବିଭାଗ ପକ୍ଷରୁ ର୍ନିଦ୍ଧାରିତ କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ରେଞ୍ଜର କହିଛନ୍ତି।

ସୂଚନାଯୋଗ୍ୟ ଯେ, ଗତ ଜାନୁଆରୀ ୨ ଓ ୩୦ ତାରିଖରେ ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଦିତୀୟ ଢେପାଗୁଡ଼ା ଓ ଭୀମନଗର ଗ୍ରାମ ନିକଟରେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ପୃଥକ ଭାବେ ୨ ଟି ମାଈ ହାତୀ ମୃତ୍ୟୁବରଣ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମିଳୁନି ଗ୍ୟାସ୍‌ ସିଲିଣ୍ଡର, ବିକଳ୍ପ ଚୁଲା କଲେ ହୋଟେଲ ମାଲିକ, ଜାଣିଲେ ହୋଇଯିବ ତାଜୁବ

ବଲାଙ୍ଗୀର,୨୫ା୩(ବୀରେନ୍ଦ୍ର କୁମାର ଝାଙ୍କର): ଆମେରିକା-ଇସ୍ରାଏଲ-ଇରାନ୍‌ ଯୁଦ୍ଧ ପରେ ଭାରତରେ ଦେଖାଦେଇଥିବା ଏଲପିଜି ଗ୍ୟାସ୍‌ ସିଲିଣ୍ଡର ସମସ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଏହାର ପ୍ରଭାବ ବଲାଙ୍ଗୀରରେ ବିଶେଷକରି…

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

ଥୁଆମୂଳ ରାମପୁରରେ ବାଘ ଆତଙ୍କ: ଜନଗହଳିପୂର୍ଣ୍ଣ ସାପ୍ତାହିକ ବଜାର ନିକଟରେ ବୁଲୁଛି ମହାବଳ, ଭୟଭୀତ ଅଞ୍ଚଳବାସୀ…

ଥୁଆମୂଳ ରାମପୁର, ୨୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜଲା ଥୁଆମୂଳ ରାମପୁର ବ୍ଲକ ତଳଆମ୍ବ ପଦର ପଞ୍ଚାୟତ ଅଞ୍ଚଳରେ ଏବେ ବାଘ ଆତଙ୍କ ଖେଳିଯାଇଛି। ମୁଖ୍ୟ ରାସ୍ତା…

ଥୁଆମୂଳ ରାମପୁରରେ ମା’ ଗଙ୍ଗାଦୀଙ୍କ ଚୈତ୍ର ଯାତ୍ରା ଆରମ୍ଭ: ଅନ୍ଧାରରେ ମା’ଙ୍କ ପରିକ୍ରମା, ପୂଜା କମିଟିର ଅବ୍ୟବସ୍ଥାକୁ ନେଇ …

ଥୁଆମୂଳ ରାମପୁର, ୨୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପାରମ୍ପରିକ ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମା’ ଗଙ୍ଗାଦୀ ଠାକୁରାଣୀଙ୍କ ପ୍ରସିଦ୍ଧ ୮…

ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ପାଇଁ ଉତ୍ସବମୁଖର ତିଳେଶ୍ୱର ଗାଁ: ପୋଷ୍ୟ ଗ୍ରାମ ଘୋଷଣା କଲା ବ୍ଲକ ପ୍ରଶାସନ

ଦିଗପହଣ୍ଡି, ୨୪।୩ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତର ଐତିହାସିକ ଗ୍ରାମ ତିଳେଶ୍ୱର ଏବେ ଉତ୍ସବମୁଖର। ମଙ୍ଗଳବାରଠାରୁ ଗ୍ରାମଦେବତୀ ମା’ ବୁଢ଼ୀ…

ରେଳମନ୍ତ୍ରୀଙ୍କୁ ଭେଟିଲେ ଏମପି ପ୍ରଦୀପ ପୁରୋହିତ: ପଶ୍ଚିମ ଓଡ଼ିଶାର ରେଳ ସମସ୍ୟାର ସମାଧାନ ପାଇଁ…

ବରଗଡ,୨୪।୩(ପ୍ରେମାନନ୍ଦ ଖମାରୀ) – ପଶ୍ଚିମ ଓଡ଼ିଶାରେ ରେଳ ବିକାଶ ନେଇ ବରଗଡ଼ ଲୋକସଭା ସାଂସଦ(ଏମପି) ପ୍ରଦୀପ ପୁରୋହିତ ମଙ୍ଗଳବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କଠାରେ ଦାବି କରିଛନ୍ତି।…

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri