ହାତୀ ଉପଦ୍ରବ: ବନ ବିଭାଗକୁ କଲାଣି ନାକେଦମ

ପଡ଼ିଆବାହାଲ,୧୭ା୨(ଡି.ଏନ.ଏ.): ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ ଅଞ୍ଚଳରେ ଦୁଇ ସପ୍ତାହ ହେବ ହାତୀ ଉପଦ୍ରବ ଲାଗିରହିଛି। ଦୁଇଟି ଦଳରେ ହାତୀ ଲୋକଙ୍କ ବାଡିବଗିଚାରେ ପଶି ଫସଲ ନଷ୍ଟ କରୁଥିବା ଅଭିଯୋଗ ହୋଇଛି। ଗୋଟିଏ ଦଳ ନିକଟସ୍ଥ ବାରିବନ୍ଧ ଅଞ୍ଚଳରେ ଉପଦ୍ରବ କରୁଥିବା ବେଳେ ଅନ୍ୟ ଦଳଟି ସାପଲହରା ବାନ୍ଦେନ ଅଞ୍ଚଳରେ କ୍ଷୟକ୍ଷତି ଘଟାଉଥିବା ସ୍ଥାନୀୟ ଲୋକେ କହିଛନ୍ତି।

ହାତୀ ପଲ ବାରିବନ୍ଧ ଅଞ୍ଚଳର ସମୀର ପଧାନ ଓ ସରୋଜ ପଧାନଙ୍କ ପ୍ରାୟ ଦୁଇ ଏକର ଜମିର ମାଖନ ଫସଲ ଖାଇ ନଷ୍ଟ କରିଛନ୍ତି l ରାହାସ ବାରିକ, ପିଣ୍ଟୁ ପଧାନଙ୍କ ଆଳୁ କିଆରି, ଅନିଲ ବାରିକଙ୍କ କୋବି, ନୃପ ସାହୁ ଓ ପ୍ରଦୀପ ସିଂଙ୍କ କଦଳୀ ବଗିଚା ନଷ୍ଟ କରି ଦେଇଛନ୍ତି। ହାତୀମାନେ ଦିଗ ପରିବର୍ତ୍ତନ କରୁଥିବାରୁ ବନ ବିଭାଗର ୧୦ଜଣିଆ ଟିମ୍‌ ନାକେଦମ ହୋଇପଡୁଛନ୍ତି l ବିଭାଗୀୟ କର୍ତ୍ତୃପକ୍ଷ ତୁରନ୍ତ ଏ ଦିଗରେ ପଦକ୍ଷେପ ନେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri