ହାତୀପଲ ଖାଇଯାଉଛନ୍ତି ପନିପରିବା, ଧାନଫସଲ ଦଳଚକଟି ନଷ୍ଟ କରିବା ସହ…

ଦିଗପହଣ୍ଡି,୧୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର, ହାତୀଆଡ଼ି, ଦେଓଖାଳି, ବାଗଡ଼ା, ସୁମନ୍ତପୁର, କରପଡ଼ା ସମେତ ଚିକିଟି ବ୍ଲକର କେ.ନୂଆଗାଁ ଆଦି ଗ୍ରାମରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ ସନ୍ଧ୍ୟା ହେଲେ ରାସ୍ତାରେ ଚଳପ୍ରଚଳ କରିବାକୁ ଲୋକେ ଭୟଭୀତ ହେବା ସହ ରାତିରେ ତାଟି କବାଟ ପଡ଼ିଯାଉଛି। ବ୍ରହ୍ମପୁର ନିକଟ ଟାମଣା ରେଞ୍ଜ ଅଧୀନ ରାମଗୁଡ଼ା ସଂରକ୍ଷିତ ଜଙ୍ଗଲରେ ଦୀର୍ଘବର୍ଷ ହେଲା ୧୦ ହାତୀ ରହୁଛନ୍ତି। ହାତୀପଲ ମହୁରୀ କାଳୁଆ, କେରାଣ୍ଡିମାଳ, ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ(ଡିପିଏଫ)ଅଞ୍ଚଳରେ ବିଚରଣ କରୁଛନ୍ତି। ଗତ ୪ ଦିନ ହେଲା ଦିଗପହଣ୍ଡି ବନାଞ୍ଚଳ ଚିକିଟି ସେକ୍ସନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଅଧିନ ପାହାଡ଼କୁ ୩ ହାତୀ ଚାଲିଆସିଛନ୍ତି। ସନ୍ଧ୍ୟା ହେଲେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମାଡ଼ି ଆସୁଛନ୍ତି। ଏହି ୩ ହାତୀ ଗ୍ରାମାଞ୍ଚଳରେ ବ୍ୟାପକ ପନିପରିବା, କଦଳୀ ଓ ଧାନ ଫସଲ ନଷ୍ଟ କରୁଛନ୍ତି। ଏନେଇ ଦିଗପହଣ୍ଡି ରେଞ୍ଜର ଦିବ୍ୟରଞ୍ଜନ ସାହୁଙ୍କୁ ପଚାରିବାରୁ ହାତୀ ଚଳପ୍ରଚଳ ନେଇ ସୂଚନା ମିଳିବା ପରେ ବନବିଭାଗ ପକ୍ଷରୁ ବିଭିନ୍ନ ଗାଁରେ ହାତୀ ସଚେତନତା କାର୍ଯ୍ୟକ୍ରମ ଜାରି ରହିଛି। ଡାକବାଜି ଯନ୍ତ୍ର ମାଧ୍ୟମରେ ସକାଳେ କିମ୍ବା ସନ୍ଧ୍ୟାରେ ଜଙ୍ଗଲ ନିକଟକୁ ଯାଆନ୍ତୁ ନାହିଁ। ହାତୀଙ୍କ ଫଟୋ ଓ ଭିଡ଼ିଓ ଉତ୍ତୋଳନ କରନ୍ତୁ ନାହିଁ। ଜଙ୍ଗଲରେ ବନ୍ୟଜନ୍ତୁ ଶିକାର ପାଇଁ ଫାଶ ପକାଇବା ଧର୍ତ୍ତବ୍ୟ ଅପରାଧ ବୋଲି ଲୋକଙ୍କୁ ବନ କର୍ମଚାରୀଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଉଛି। ବନବିଭାଗର ହାତୀ ସ୍କ୍ବାଡ୍‌, ତାଲିମପ୍ରାପ୍ତ ହାତୀ ଟ୍ରାକରଙ୍କ ସମେତ ଚିକିଟି ଓ ଦିଗପହଣ୍ଡି ବନ କର୍ମଚାରୀମାନଙ୍କ ପକ୍ଷରୁ ଜଙ୍ଗଲ ମଧ୍ୟକୁ ହାତୀ ଘଉଡ଼ାଇବା ପାଇଁ ରାତ୍ରିକାଳୀନ ପାଟ୍ରୋଲିଂ କରାଯାଉଛି। ବେଆଇନ ଭାବେ କିଛି ଗ୍ରାମାଞ୍ଚଳରେ ହୁକିଂ କରାଯାଉଥିବାରୁ ହାତୀଙ୍କ ସୁରକ୍ଷା ଦୃଷ୍ଟିରୁ ସେଗୁଡ଼ିକୁ ହଟାଇବା ପାଇଁ ବିଦ୍ୟୁତ୍‌ କର୍ମଚାରୀ ବୃନ୍ଦ ସହଯୋଗ କରୁଛନ୍ତି। ବିଦ୍ୟୁତ୍‌ ବିଭାଗ ଏବଂ ବନ ବିଭାଗ ପକ୍ଷରୁ ମିଳିତ ଭାବେ ପାଟ୍ରୋଲିଂ କରାଯାଉଛି। ହାତୀ ଚଳପ୍ରଚଳ କରୁଥିବା ଅଞ୍ଚଳ ପ୍ରତି ବନ ବିଭାଗ ସ୍ବତନ୍ତ୍ର ନଜର ରଖିବା ସହ ଦିଗପହଣ୍ଡି ରେଞ୍ଜର ନିଜେ ମନିଟରିଂ କରୁଥିବା କହିଛନ୍ତି। ସମ୍ପୃକ୍ତ ଅଞ୍ଚଳରେ କିଛି ଯୁବକ ବିପଦଜନକ ଭାବେ ହାତୀଙ୍କ ଫଟୋ ଭିଡିଓ ଉତ୍ତୋଳନ କରୁଥିବାରୁ ସେମାନଙ୍କୁ ବାରଣ କରାଯାଇଛି। ହାତୀପଲ ନଷ୍ଟ କରୁଥିବା ଚାଷଜମି ଗୁଡ଼ିକ ଗଞ୍ଜାମ ଜିଲା ବ୍ରହ୍ମପୁର ବନଖଣ୍ଡ ଅଧୀନରେ ରହୁଥିବାରୁ ଫସଲ କ୍ଷୟକ୍ଷତି ପାଇଁ ଚାଷୀ ବନ ବିଭାଗ ପକ୍ଷରୁ ଜାରି କରାଯାଇଥିବା କୃଷକ ଅନୁକମ୍ପା ଆପ ଜରିଆରେ ଅନ ଲାଇନ ପଞ୍ଜୀକରଣ କରି ଆବେଦନ କଲେ ତଦନ୍ତ କରାଯାଇ ସେମାନଙ୍କୁ ବନ ବିଭାଗ ପକ୍ଷରୁ ନିର୍ଦ୍ଧାରିତ କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ରେଞ୍ଜର କହିଛନ୍ତି।

ସୂଚନାଯୋଗ୍ୟ, ଗତ ୨୦୨୫ ଜାନୁଆରୀ ୨ ଓ ୩୦ ତାରିଖରେ ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଦିତୀୟ ଢେପାଗୁଡ଼ା ଓ ଭୀମନଗର ଗ୍ରାମ ନିକଟରେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ପୃଥକ୍‌ ଭାବେ ୨ଟି ମାଈହାତୀ ମୃତ୍ୟୁବରଣ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କାଦେଲା ଟ୍ରକ୍‌, ଚାପି ହୋଇଗଲେ ଚାଳକ

ଧାମନଗର,୧୦ା୯(ସନ୍ତୋଷ କୁମାର ମହାପାତ୍ର): ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହେଇଥିବାବେଳେ ଧାମନଗର ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି। ସୂଚନା ମୁତାବକ କେନ୍ଦୁଆ ପଦା-ଗଣ୍ଡଗରା…

ବୈଭବଙ୍କ ପାଖରେ ସୁବର୍ଣ୍ଣ ସୁଯୋଗ: ରାସ୍ତାରେ କଣ୍ଟା ହେବେନି ତ ଶ୍ରେୟସ ଆୟର? ଜାଣନ୍ତୁ ପୂରା ଖବର

ନୂଆଦିଲ୍ଲୀ୧୧।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ହେବାକୁ ଥିବା ଟି-୨୦ ସିରିଜରେ ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀଙ୍କ ପାଖରେ ରହିଛି ବଡ଼ ସୁଯୋଗ। ବୈଭବ ଇତିମଧ୍ୟରେ ଭାରତ…

ICC Player of the Month ପାଇଁ ଏହି ୩ ଖେଳାଳି ମନୋନୀତ: ଜଣେ ଟିମ୍‌ଇଣ୍ଡିଆକୁ କନ୍ଦାଇଥିଲେ…

ନୂଆଦିଲ୍ଲୀ,୧୧।୯: ଅଗଷ୍ଟ ମାସ ପାଇଁ ‘ଆଇସିସି ପ୍ଲେୟାର ଅଫ ଦି ମନ୍ଥ’ (ICC Player of the Month) ପୁରସ୍କାର ନିମନ୍ତେ ତିନିଜଣ ଖେଳାଳିଙ୍କୁ ମନୋନୀତ କରାଯାଇଛି।…

UPI ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର: ଆସିଗଲା UPI ‘Tap and Pay’; ଫୋନ ଛୁଆଁଇଲେ ହିଁ ହୋଇଯିବ ପେମେଣ୍ଟ

ନୂଆଦିଲ୍ଲୀ,୧୧।୯: UPI ମାଧ୍ୟମରେ ପେମେଣ୍ଟ କରିବାର ତରିକା ଏବେ ଆହୁରି ସହଜ ହେବାକୁ ଯାଉଛି। ନ୍ୟାସନାଲ ପେମେଣ୍ଟସ କର୍ପୋରେସନ ଅଫ ଇଣ୍ଡିଆ (NPCI) ସେପ୍ଟେମ୍ୱର ୨୦୨୬ରେ UPIର…

ଗ୍ରାହକ ତଥ୍ୟକୁ ବ୍ୟବସାୟିକ ସମ୍ପତ୍ତି ବିବେଚନା ନ କରିବା ଉଚିତ: ଆରବିଆଇ ଗଭର୍ନର

ମୁମ୍ବାଇ,୧୧ା୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଗଭର୍ନର ସଞ୍ଜୟ ମାଲହୋତ୍ରା ଗୁରୁବାର ଫିନ୍‌ଟେକ୍‌ କମ୍ପାନୀଗୁଡିକୁ ଗ୍ରାହକମାନଙ୍କ ଡାଟା ବା ତଥ୍ୟ ଉପଯୋଗକୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ କରିଛନ୍ତି। ଫିନ୍‌ଟେକ୍‌…

ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଗ୍ରାହକ ହନ୍ତସନ୍ତ, ବ୍ୟାଙ୍କସେବା ପ୍ରଭାବିତ ହେବା ଆଶଙ୍କାରେ…

ଛତ୍ରପୁର,୧୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ପାଞ୍ଚ ଦିନିଆ କାର୍ଯ୍ୟସପ୍ତାହ ଲାଗୁ କରିବାରେ ବିଳମ୍ବ, ପ୍ରଦର୍ଶନ ଆଧାରିତ ପ୍ରୋତ୍ସାହନ (ପିଏଲଆଇ) ସ୍କିମ୍‌କୁ ନେଇ ମତଭେଦ ସମେତ ବିଭିନ୍ନ ଦାବି ପୂରଣ…

କେନ୍ଦ୍ରୀୟ ବିଦ୍ୟାଳୟରେ ଶପଥ ଗ୍ରହଣ ସମାରୋହ: ନୂତନ ଦାୟିତ୍ୱ ନେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟରେ ନୂତନ ଶିକ୍ଷାବର୍ଷ ପାଇଁ ଶପଥ ଗ୍ରହଣ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ବିଦ୍ୟାଳୟରେ…

ଘର ତିଆରି କରିବା ପାଇଁ ସରକାର ଦେବେ ଦେଢ ଲକ୍ଷ ଟଙ୍କା, ଜାଣନ୍ତୁ ଏହି ଯୋଜନାରେ କେମିତି ଉଠାଇବେ ଫାଇଦା

ନୂଆଦିଲ୍‌ଲୀ,୧୧।୯: ଯେଉଁମାନେ ସହରରେ ରହୁଛନ୍ତି, ବର୍ଷ ବର୍ଷ ଧରି ଭଡ଼ା ଘରେ ରହି ନିଜର ଏକ ଘର ତିଆରି କରିବାର ସ୍ୱପ୍ନ ଦେଖୁଛନ୍ତି, ସେମାନଙ୍କ ପାଇଁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri