ଉତ୍ପାତ କରୁଛନ୍ତି ହାତୀପଲ

ଚମ୍ପୁଆ,୨୩।୮(ମହେଶ୍ୱର ଦାସ): କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ୍‌ରେ ହାତୀ ଉପଦ୍ରବ ବଢ଼ିବାରେ ଲାଗିଛି। ଦିନ ବେଳେ ହାତୀପଲ ଜଙ୍ଗଲରେ ରହୁଥିବା ବେଳେ ସଞ୍ଜ ନଇଁଲେ ଶସ୍ୟ କ୍ଷେତ୍ର ନଷ୍ଟ କରିବା ସହ ଗ୍ରାମ ମଧ୍ୟକୁ ପ୍ରବେଶ କରି ଘର ଭାଙ୍ଗି ଚାଲିଛନ୍ତି। ଗତ ଜୁନ୍‌ଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ପ୍ରାୟ ୩୨ଟି ଘର ହାତୀପଲ ଦ୍ୱାରା ଆଂଶିକ ଏବଂ କେତୋଟି ଘର ସମ୍ପୂର୍ଣ୍ଣ ନଷ୍ଟ ହୋଇଥିବା ସୂଚନା ମିଳିଛି। ବିଶେଷକରି ଚମ୍ପୁଆ ସେକ୍ସନରେ ହାତୀପଲ ରଜିଆ, କଇଁତା, କଶିରା, ବଶିରା, ଗିରିଧାରିପୁର, ମୁକୁନ୍ଦପୁର, ମିରିଗିସିଙ୍ଗା, ସରେଇ, ପତଳା, ଟୁଣୁଟୁଣା, ବର୍ଦ୍ଧନା, ପାରୁଡିପୋଶି, କାଟୁଳିକନା ଆଦି ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟାଉଛନ୍ତି। ବିଭିନ୍ନ ସମୟରେ ହାତୀଗୁଡ଼ିକ ପଲ ପଲ ହୋଇଆସୁଥିବା ବେଳେ ଅନେକ ସମୟରେ ଗୋଠ ଖଣ୍ଡିଆ ଦନ୍ତା ହାତୀର ଉପଦ୍ରବ ଚାଷୀମାନଙ୍କୁ ଅତିଷ୍ଠ କରୁଛି।
ବନ ବିଭାଗ ପକ୍ଷରୁ ୧୦ଜଣ ହାତୀ ସ୍କ୍ବାଡ୍‌ ନିଯୁକ୍ତି ହୋଇଥିବା ବେଳେ ଗ୍ରାମଗୁଡ଼ିକରେ ହାତୀ ବିଷୟରେ ସୂଚନା ଦେବା ଓ ଘଉଡ଼ାଇବାରେ ସହଯୋଗ ପାଇଁ ଗଜସାଥୀମାନଙ୍କୁ ରଖାଯାଇଛି। ମାତ୍ର ଅନେକ ସମୟରେ ହାତୀ ଘଉଡ଼ାଇବା ବନ ବିଭାଗ ପାଇଁ ଚ୍ୟାଲେଞ୍ଜ ହୋଇପଡୁଥିବା ବେଳେ ସାଧାରଣ ଲୋକଙ୍କ ଘର ମାଟିରେ ମିଶିଯାଉଛି। ଏନେଇ ଚମ୍ପୁଆ ବନପାଳ କାଳନ୍ଦୀ ସାମଲ କହିଛନ୍ତି, ହାତୀ ଆସିଲେ ବନ ବିଭାଗ ୨୪ ଘଣ୍ଟିଆ ନଜର ରଖିବା ସହ ଜନବସତିଠାରୁ ଦୂରରେ ରଖିବା ପାଇଁ ସମସ୍ତ ଚେଷ୍ଟା କରାଯାଉଛି। ମାତ୍ର ବିଭିନ୍ନ ସମୟରେ ହାତୀପଲ ଘଞ୍ଚ ଜଙ୍ଗଲ ମଧ୍ୟରେ ଭାଗ ଭାଗ ହୋଇଯାଉଛନ୍ତି। ଏଣୁ ହାତୀପଲ ରହୁଥିବା ଗ୍ରାମଗୁଡ଼ିକର ଗ୍ରାମବାସୀଙ୍କ ସହାୟତାରେ ହାତୀ ଘଉଡ଼ାଯାଉଛି ଏବଂ ଘର ଭଙ୍ଗା ବାବଦରେ ତୁରନ୍ତ ପଦକ୍ଷେପ ସହ ଆର୍ଥତ୍କ ସହାୟତା ପ୍ରଦାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆରେ ବୈଭବଙ୍କୁ ସ୍ଥାନ ଦେବାକୁ ହେଲେ କାହାର କଟିବ ଟିକେଟ! ଏହି ୨ କ୍ରିକେଟର ନାଁ ନେଇ ସାଂଘାତିକ ବୟାନ ଦେଲେ…

ନୂଆଦିଲ୍ଲୀ,୨୫।୯: ଯୁବ ବ୍ୟାଟର୍‌ ବୈଭବ ସୂର୍ଯ୍ୟବଂଶୀଙ୍କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଭାରତୀୟ ଦଳର ପ୍ଲେଇଂ ଇଲେଭେନରୁ ବାହାରେ ରଖିବା ସହଜ ହେବ ନାହିଁ ବୋଲି ମତ ଦେଇଛନ୍ତି…

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

ଶନି-ଚନ୍ଦ୍ରଙ୍କ ସଂଯୋଗରେ ବିଷ ଯୋଗ: ସଙ୍କଟରେ ୩ ରାଶି, ପାଖରୁ ପଳାଇବ ସବୁ ଟଙ୍କା, ଚାଲିଯିବ ଚାକିରି!

ଭୁବନେଶ୍ୱର: ବୈଦିକ ଜ୍ୟୋତିଷ ଅନୁସାରେ ଚନ୍ଦ୍ର ଓ ଶନିଙ୍କ ଯୁତିରୁ ‘ବିଷ ଯୋଗ’ ଗଠନ ହୋଇଥାଏ। ଜ୍ୟୋତିଷବିଦ୍‌ଙ୍କ ମତରେ ଏହି ଯୋଗର ପ୍ରଭାବ କିଛି ରାଶି ଉପରେ…

ତୁହାକୁ ତୁହା ବର୍ଷାରେ ଅସ୍ତବ୍ୟସ୍ତ ଜନଜୀବନ: ଗୋଖରକୁଦା ରାସ୍ତାରେ ଭାଙ୍ଗିଲା ଗଛ, ଘରେ ପଶିଲା ବର୍ଷା ଜଳ

ଗଞ୍ଜାମ,୨୫।୯(ବିଦ୍ୟାଧର ସାହୁ ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି । ତୁହାକୁ ବର୍ଷା ପାଇଁ ଲୋକେ ଘରୁ ପଦାକୁ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?