ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଦେଖି ହସର ଖୋରାକ ଯୋଗାଉ ଥିବା ବେଳେ କେତେକ ଭିଡିଓ ଆଶ୍ଚର୍ଯ୍ୟ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଏକ ହାତୀ ଶୁଣ୍ଢରେ ବଲ୍ ପକାଇ ଗୋଡରେ ପଛ ଗୋଡରେ କିକ୍ ମାରୁଛି। ଏହି ଭିଡିଓକୁ ଭାରତୀୟ ବନ ସେବା ଅଧିକାରୀ ସୁଶାନ୍ତ ନନ୍ଦା ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। କ୍ୟାପଶନରେ ସେ ଲେଖିଛନ୍ତି, ପରଫେକ୍ଟ ବ୍ୟାକ କିକ୍। ଏହି ଭିଡିଓ ଅଧିକ ଭାଇରାଲ ହେବାରେ ଲାଗିଛି।
The perfect back kick ☺️ pic.twitter.com/HsGvRTs6Op
— Susanta Nanda IFS (@susantananda3) July 28, 2020