ସନ୍ଧ୍ୟା ହେଲେ ଆତଙ୍କ ଖେଳାଉଛନ୍ତି ହାତୀପଲ, କାହାର ଘର ଭାଙ୍ଗୁଛନ୍ତି ତ କାହାର…

ଭଞ୍ଜନଗର,୧୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ହାତୀ ଆତଙ୍କ ଦେଖାଦେଇଛି। ହାତୀମାନେ ସନ୍ଧ୍ୟା ହେଲେ ଜଙ୍ଗଲରୁ ବାହାରି ବ୍ୟାପକ କ୍ଷତି ଘଟାଉଛନ୍ତି। କେତେକ ସ୍ଥାନରେ ଘର ଦ୍ୱାର ଭାଙ୍ଗିବା ସହ ଫସଲ ଖାଇ ନଷ୍ଟ କରୁଛନ୍ତି। ଯାହାକୁ ନେଇ ସନ୍ଧ୍ୟା ହେଲେ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ରହୁଛନ୍ତି। ଏହିଭଳି ପରିସ୍ଥିତିରେ ସୋମବାର ରାତିରେ ହାତୀ ଦରପଙ୍ଗି ଗ୍ରାମରେ ପଶି ଘର ଭାଙ୍ଗିବା ସହ ଫସଲ କ୍ଷତି କରିଥିବା ଜଣାପଡ଼ିଛି। ହାତୀପଲ ଘର ଭାଙ୍ଗିବା ପୂର୍ବରୁ ଲୋକେ ଜାଣିଦେଇଥିଲେ। ଫଳରେ ଲୋକେ ଜୀବନ ବଞ୍ଚାଇବା ପାଇଁ ଘଟଣାସ୍ଥଳରୁ ଦୌଡ଼ି ପଳାଇଥିଲେ।

ଅପରପକ୍ଷେ ତାରସିଂ ଏବଂ ଗାଲେରୀ ରେଞ୍ଜର ତିଲିସିଙ୍ଗି, ଲେମ୍ଭେଇ ବିଭିନ୍ନ ଗ୍ରାମରେ ହାତୀପଲ ଚାଷୀଙ୍କ ଧାନ ଫସଲ କ୍ଷତି କରିଥିବା ଜଣାପଡିଛି। ବର୍ତ୍ତମାନ ଧାନରେ ପୁଡା ଧରୁଥିବା ବେଳେ ହାତୀ ଯେତିକି ଖାଉଛି ତା’ଠାରୁ ଅଧିକ ୫ ଗୁଣା ଦଳି ଚକଟି ନଷ୍ଟ କରୁଛି। ଯାହାକି ଚିନ୍ତାଜନକ ବିଷୟ। ଅପରପକ୍ଷେ ହାତୀ ପାଇଁ ଲୋକେ ରାତି ଉଜାଗର ରହୁଛନ୍ତି। ଅନ୍ୟପଟେ ବନ ବିଭାଗ କର୍ମଚାରୀ ମଧ୍ୟ ହାତୀକୁ ଘଉଡ଼ାଇବା ପାଇଁ ସମସ୍ତ ଚେଷ୍ଟା କରୁଛନ୍ତି। କିନ୍ତୁ ଅମାନିଆ ହାତୀମାନେ ଫସଲ କ୍ଷତି କରୁଛନ୍ତି। ବନ ବିଭାଗର ଜଣେ ଅଧିକାରୀ କହିଛନ୍ତି ଯେ, ହାତୀ ଘର ଭାଙ୍ଗିଥିବା ଖବର ଆମ ପାଖରେ ନାହିଁ। ଲୋକଙ୍କ ଧନ ଜୀବନ ଯେଭଳି ସୁରକ୍ଷିତ ରହିପାରିବ ସେଥିପାଇଁ ପଦକ୍ଷେପ ନିଆଯାଇଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?