Posted inଜାତୀୟ

ସପ୍ତାହେ ହେଲା ରାଜପଥରେ ଛିଡ଼ାହୋଇ ରହିଛନ୍ତି ହାତୀପଲ

ରାଞ୍ଚି,୩୦।୧୧: ଝାଡ଼ଖଣ୍ଡର ଦ୍ୱାରସେନି ଘାଟିରେ ଏକ ହାତୀପଲ ସପ୍ତାହେ ହେଲା ଛିଡ଼ାହୋଇ ରହିଛନ୍ତି। ଫଳରେ ପାଲାମୁ ବ୍ୟାଘ୍ର ସଂରକ୍ଷଣ ଅଞ୍ଚଳ ଦେଇ ଯାଇଥିବା ୯ ନମ୍ବର ରାଜ୍ୟ ରାଜପଥରେ ଭୟର ବାତାବରଣ ସୃଷ୍ଟି ହୋଇଛି।

୬ଟି ହାତୀ, ୨ଟି ଦନ୍ତାହାତୀ ଏବଂ କେତେକ ମାଖନା ହାତୀ ସପ୍ତାହେ ହେଲା ବ୍ୟାଘ୍ର ସଂରକ୍ଷଣ ଦକ୍ଷିଣ ଡିଭିଜନର ବାରିସାନର ରେଞ୍ଜ ଅଧୀନ ରାଜପଥ ମଝିରେ ଛିଡ଼ାହୋଇ ରହିଛନ୍ତି। ସେମାନଙ୍କୁ ଘଉଡ଼ାଇବା ପାଲାମୁ ବ୍ୟାଘ୍ର ସଂରକ୍ଷଣ ଅଞ୍ଚଳର ତ୍ୱରିତ କାର୍ଯ୍ୟାନୁଷ୍ଠାନ ଟିମ୍‌ ପାଇଁ ଚ୍ୟାଲେଞ୍ଜ ପାଲଟିଛି।

ଚାଲିକି ଯାଉଥିବା ଲୋକେ, ବାଇକ୍‌ ଆରୋହୀ ଓ ଅନ୍ୟମାନଙ୍କୁ ହାତୀ ଆକ୍ରମଣ କରିବା ଆଶଙ୍କା ରହିଛି। ଅନ୍ୟପକ୍ଷେ ବନକର୍ମଚାରୀ ବାଣ ଫୁଟାଇ ହାତୀପଲଙ୍କୁ ଘଉଡ଼ାଇଥିଲେ। ହେଲେ ଘଣ୍ଟାଏ ପରେ ହାତୀମାନେ ପୁଣିଥରେ ଦ୍ୱାରସେନି ଘାଟି ନିକଟକୁ ଚାଲିଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫା ପରେ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି:ଏହି ଦିନ ହେବ ଭୋଟିଂ

ଭୁବନେଶ୍ୱର,୨୭।୫: ରାଜ୍ୟ ସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜେଡି ଛାଡ଼ି ଭାଜପାରେ ଦେଇଥିବା ଦେବାଶିଷ ସାମନ୍ତରାୟ ଇସ୍ତଫା ଦେବା ପରେ ଏହି ବିଜ୍ଞପ୍ତି ଜାରି…

ଶ୍ରେଷ୍ଠ ବିଧାୟକ ଚୟନ କମିଟି ଗଠନ: ବାଛିବେ ୬ ସଦସ୍ୟ, ଜଣେ ସାମ୍ବାଦିକ ସାମିଲ

ଭୁବନେଶ୍ୱର,୨୭।୫: ଓଡ଼ିଶା ବିଧାନସଭାର ଶ୍ରେଷ୍ଠ ବିଧାୟକଙ୍କ ଚୟନ ପାଇଁ କମିଟି ଗଠନ ହୋଇଛି। ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ୬ ଜଣ ସଦସ୍ୟଙ୍କୁ ନେଇ ଏହି କମିଟି ଗଠନ କରାଯାଇଛି।…

ଭାରତରେ କରୋନାଠାରୁ ବିପଜ୍ଜନକ ‘ଇବୋଲା’ ଭାଇରସର ଏଣ୍ଟ୍ରି! ଆଫ୍ରିକାରୁ ଫେରିଥିବା ୨୮ ବର୍ଷୀୟ ମହିଳା ମେଡିକାଲରେ ଭର୍ତ୍ତି

ନୂଆଦିଲ୍ଲୀ, ୨୭।୫: ଆଫ୍ରିକାରେ ବ୍ୟାପିବା ପରେ ଏବେ ଭାରତରେ ଇବୋଲା ଭାଇରସ ମାମଲା ଦେଖାଯାଇଛି। ଉଗାଣ୍ଡାରୁ ଫେରିଥିବା ଜଣେ ମହିଳାଙ୍କଠାରେ ଇବୋଲା ଭାଇରସ ଲକ୍ଷଣ। ଏନେଇ କେନ୍ଦ୍ର…

OAS ପରୀକ୍ଷାରେ ୪୫ତମ ସ୍ଥାନ ଅଧିକାର କଲେ କେନ୍ଦ୍ରାପଡ଼ା ଝିଅ: ବିଜୟନଗରରେ ଉତ୍ସବ ମାହୋଲ

ମହାକାଳପଡ଼ା, ୨୭।୫ (ପ୍ରତାପ ଚନ୍ଦ୍ର ସ୍ୱାଇଁ): ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ଅଞ୍ଚଳ ବିଜୟନଗର ଗ୍ରାମର…

ଓଡ଼ିଶା ପୋଲିସରେ ବଡ଼ ନିଯୁକ୍ତି ନେଇ ଘୋଷଣା: ପୂରଣ ହେବ ଏତେ ପଦବୀ

ଭୁବନେଶ୍ୱର, ୨୭।୫: ଓଡ଼ିଶା ପୋଲିସରେ ବଡ଼ ନିଯୁକ୍ତି ନେଇ ଘୋଷଣା। ୭୬୬୪ ପଦବୀ ପୂରଣ ପାଇଁ ଓ ସରକାରଙ୍କ ଗୃହ ବିଭାଗ ଦ୍ୱାରା OUSSSCକୁ ଚିଠି ଲେଖାଯାଇଛି।…

କ୍ୟାନ୍ସର ରୋଗରେ ମୃତ ପରିବାରଙ୍କୁ ଭେଟିଲେ ବିଧାୟକ, ଶେଷ ଦର୍ଶନ କରିବା ସହ…

ଗଞ୍ଜାମ,୨୭।୫(ବିଦ୍ୟାଧର ସାହୁ ): ଅସହାୟ, ଅବହେଳିତ ହେଉ ଘଟଣା କିମ୍ବା ଦୁର୍ଘଟଣା ଖବର ପାଇବା ମାତ୍ରେ ଘଟଣାସ୍ଥଳରେ ପହଞ୍ଚି ଯାଇଥାନ୍ତି ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ।…

କାହିିଁକି ଇସ୍ତଫା ଦେବେ ସିଦ୍ଦାରାମାୟା, ଜଣାପଡିଲା ଅସଲ କାରଣ, କଂଗ୍ରେସ ଖେଳିଲା ବଡ଼ ଚାଲ୍‌

ନୂଆଦିଲ୍ଲୀ, ୨୭।୫: କଂଗ୍ରେସ ଦଳ କର୍ନାଟକରେ ଦୀର୍ଘ ଦିନ ଧରି ଚାଲିଥିବା ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱର ପ୍ରାୟ ସମାଧାନ କରିସାରିଛି। ଦୀର୍ଘ ସମୟ ଧରି ଦୁଇ ଶକ୍ତିଶାଳୀ ନେତା,…

ଆଜି ଢିଙ୍କିଆ ଯିବେ ମୁଖ୍ୟମନ୍ତ୍ରୀ, ଓଡ଼ିଶାର ଶିଳ୍ପ ଉନ୍ନତିରେ ଏକ ବଡ଼ ପଦକ୍ଷେପ

ଭୁବନେଶ୍ୱର,୨୭।୫:  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବୁଧବାର ଜଗତସିଂହପୁର ଜିଲାର ଢିଙ୍କିଆ ଗସ୍ତ କରିବେ। ସେଠାରେ ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ୍ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ।ଏହି କାର୍ଯ୍ୟକ୍ରମରେ ଶିଳ୍ପମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri