କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ ହାତୀର ଜୀବନ ଯାଉଛି।

ହାତୀର ଗତିବିଧି ଉପରେ ନଜର ରଖିବା ସହ ନିୟନ୍ତ୍ରଣ ପାଇ ବନ କର୍ମଚାରୀମାନେ ସଜାଗ ରହିଛନ୍ତି। ବନ କର୍ମଚାରୀ ଓ ଗଜ ସାଥି ରାସ୍ତାରେ ବୁଲୁଥିବା ବେଳେ ଜଙ୍ଗଲ ରେ ହାତୀର ମୃତ୍ୟୁ ପରେ ଗଳିତ ଶବ ଉଦ୍ଧାର ଘଟଣା ବନବିଭାଗର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସଷ୍ଟି କରିଛି। ଏଭଳି ଏକ ଘଟଣା ଦେଖିବାକୁ ମିକିଛ ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂ ପଟିଆ ସେକ୍ସନ କୁଶପଲ୍ଲା ଗାଁ ନିକଟ ଜଙ୍ଗଲରେ। ଏକ ହାତୀର ଗଳିତ ଶବ ଜଙ୍ଗଲରେ ପଡି ଦୁର୍ଗନ୍ଧ ହେଉଥିବା ଖବରପାଇ ଟାଗିଂ ବନ କର୍ମଚାରୀମାନେ ଘଟଣା ସ୍ଥଳକୁ ଯାଇଥିଲେ। ଘଟଣାସ୍ଥଳରେ ହାତୀର ଅସ୍ତି କଙ୍କାଳକୁ ଜବତ କରି ରଣପୁର ବ୍ଳକ ପ୍ରାଣୀଧନ ଅଧିକାରୀଙ୍କୁ ଡକାଇ ହାତୀ କଙ୍କାଳକୁ ପଞ୍ଚନାମା କରାଇବା ପରେ ହାତୀର ହାଡ଼ ସମୂହକୁ ପୋତି ଦେଇଥିବା ଜଣାପଡିଛି। ହାତୀ ମୃତ୍ୟୁର କାରଣ ଜଣା ପଡିନାହିଁ। ହାତୀକୁ ମାରି ଶିକାରି ଦାନ୍ତ ନେଇ ଯାଇଥିବା ଘଟଣା ଚର୍ଚ୍ଚା ହେଉଛି।

ବନ ବିଭାଗ ସୂଚନା ମୁତାବକ ହାତୀର କଙ୍କାଳ ଜବତ ସମୟରେ ଦାନ୍ତ ନ ଥିଲା। ପଞ୍ଚନାମା ରିପୋର୍ଟ ଆସିବା ପରେ ଜଣାପଡିବ। ହାତୀ ଆନୁମାନିକ ବୟସ 15ବର୍ଷ ହେବ। ହାତୀର ସ୍ୱଭାବିକ ମୃତ୍ୟୁ ନା ହତ୍ୟା ଜଣା ପଡିବ। ଜଙ୍ଗଲୀ ହାତୀ ସ୍ଥାନୀୟ ଅଂଚଳରେ ଉପଦ୍ରବ କରୁଥିବାରୁ କେହି ଶୀକାରୀ ଦାନ୍ତ ଲୋଭରେ ହାତୀ ଶିକାର କରିଥିବା ଆଲୋଚନା ସ୍ଥାନୀୟ ଅଂଚଳରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri