ହାତୀପଲଙ୍କ ଆତଙ୍କ: ଗୋଟିଏ ଗାଁର ୨୫ରୁ ଅଧିକ ଘର ଭାଙ୍ଗିଲେ, କ୍ଷତିପୂରଣ ଦେବାକୁ ଦାବି କଲେ…

ବଲାଙ୍ଗିର,୧୪।୧(ସୁନିଲ କୁମାର ମହାନ୍ତି) – ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ମହୁଲପାଟି ପଞ୍ଚlୟତ ମଲ୍ଲିକଦରୋ,ମାଗୁରଜଙ୍ଗଲ, ଫଳସାପଡା, ଆମ୍ବପଡାରେ ହାତୀପଲ ଘର ଭାଙ୍ଗିଦେଇଥିବା ଅଭିଯୋଗ ହୋଇଛି । ଏହି ଗାଁ ମାନଙ୍କରେ ମୋଟ ୨୫ ରୁ ଊଦ୍ଧର୍‌ବ ଲୋକଙ୍କ ଘର ଭାଙ୍ଗିଥିବା ଦେଖିବାକୁ ମିଳିଛି । ହାତୀମାନେ ଘରକୁ ପଶି ଧାନ ଖାଇବା ସହ ଘର ଦ୍ୱାରା ଭାଙ୍ଗୁଥିବା ବେଳେ ଚାଷୀ ମାନେ ଗାଁରେ ଏବେ ଭୟଭୀତ ହୋଇ ରହୁଛନ୍ତି । ଚାଷୀ ମଣ୍ଡିରେ ଧାନ ବିକ୍ରି କରି ନ ପାରି ଏବେ ସାହୁକାରମାନଙ୍କୁ କମ ଦରରେ ବିକ୍ରି କରୁଥିବା ନେଇ ଚାଷୀମାନେ କହିଛନ୍ତି l ହାତୀ ଗାଁରେ ପଶି ଘରଦ୍ୱାର ଭାଙ୍ଗି ଦେଉଥିବା ଯୋଗୁ ଲୋକେ ଦାଦନ ସର୍ଦ୍ଦାର ପାଖରୁ ଟଙ୍କା ନେଇ ବାହାର ରାଜ୍ୟକୁ ବେଆଇନ ଭାବରେ ଚାଲାଣ ହେଇଥିବା ଜଣାପଡିଛି । ହାତୀପଲ ପାଇଁ କ୍ଷତିଗ୍ରସ୍ତ ହୋଇଥିବା ସମସ୍ତଙ୍କୁ ଘର ମିଳିବା ସହ କ୍ଷତିପୂରଣ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି। ତୁରେକେଲା ବ୍ଲକ ଅଞ୍ଚଳର ଗୋଟିଏ ଗାଁର ପ୍ରାୟ ୨୫ରୁ ଊଦ୍ଧର୍‌ବ ଘରକୁ ଭାଙ୍ଗିଦେଇଛି ହାତୀପଲ । ଖବରପାଇ ଘଟଣା ସ୍ଥଳକୁ କଣ୍ଟାବାଞ୍ଜିର ପୂର୍ବତନ ବିଧାୟକ ସନ୍ତୋଷ ସିଂ ସାଲୁଜା ପରିଦର୍ଶନ କରିବା ସହ କ୍ଷତିପୂରଣ ଦେବା ସହ ଲୋକଙ୍କୁ ଘର ଓ ଚାଉଳ ଯୋଗାଇ ଦିଆଯାଉ ବୋଲି ଦାବି କରିଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri