ଫସଲ ନଷ୍ଟକଲେ ହାତୀପଲ

ବଅଁରପାଳ/ ବଇଣ୍ଡା,୨୩।୧୧ (ଡି.ଏନ.ଏ.): ଅନୁଗୋଳ ବ୍ଲକ ଅଙ୍ଗାରବନ୍ଧ ପଞ୍ଚାୟତରେ ହାତୀପଲ ଉପଦ୍ରବ କରିଛନ୍ତି। ଚାଷୀ ଚିତ୍ତରଞ୍ଜନ ସାହୁ, ବିଦ୍ୟାଧର ବେହେରା, ଅକ୍ଷୟ ବେହେରା, ଧନେଶ୍ୱର ବେହେରା, ଗଙ୍ଗାଧର ବେହେରା, ସନ୍ତୋଷ ଦାସ, ସତ୍ୟାନନ୍ଦ ସାହୁ, ଶ୍ରୀକାନ୍ତ ସାହୁ, ଉତ୍ତମ ପ୍ରଧାନ ଏବଂ ଏକାଦୋସିଆ ସାହୁଙ୍କ ପ୍ରାୟ ୭ରୁ ୮ଏକର ଧାନ ଫସଲ ଓ ଚାରିରୁ ପାଞ୍ଚ ଏକର ପରିବା ଚାଷକୁ ସମ୍ପୂର୍ଣ୍ଣ ନଷ୍ଟ କରିଦେଇଥିବା ଅଭିଯୋଗ ହୋଇଛି। ଗତ ଏକ ମାସ ହେବ ୨୫ରୁ ୩୦ ହାତୀ ଅଙ୍ଗାରବନ୍ଧ ପଞ୍ଚାୟତରେ ଉପଦ୍ରବ ଚଳାଇଛନ୍ତି। ଫଳରେ ଚାଷୀମାନେ ଚିନ୍ତିତ ହୋଇପଡ଼ିଛନ୍ତି। ବ୍ୟାଙ୍କରୁ ଋଣ ଆଣି ଚାଷୀମାନେ ଯେଉଁ ଫସଲ କରିଥିଲେ ତାହାକୁ ହାତୀପଲ ସମ୍ପୂର୍ଣ୍ଣ ଭାବେ ଉଜାଡି ଦେଇଛନ୍ତି। ଏ ନେଇ ମଙ୍ଗଳବାର ଚାଷୀମାନେ ଅନୁଗୋଳ ବନଖଣ୍ଡ ଅଧିକାରୀଙ୍କ କାର୍ଯ୍ୟାଳୟରେ ଦ୍ୱାରସ୍ଥ ହୋଇ କ୍ଷତିପୂରଣ ଦାବି କରିଛନ୍ତି। ତୁରନ୍ତ ପଦକ୍ଷେପ ନିଆ ନ ଗଲେ ଆନ୍ଦୋଳନ କରାଯିବ ବୋଲି ଚାଷୀମାନେ ଚେତାବନୀ ଦେଇଛନ୍ତି।
ସେହିପରି ଆଠମଲ୍ଲିକ ବନଖଣ୍ଡର ଧଣ୍ଡାତୋପା ରେଞ୍ଜ ଅଧୀନ ମଇମୁରା, କେଞ୍ଚୁଆନାଳି, କଂସାବ, ବିପ୍ରଡିହ ଆଦି ଅଞ୍ଚଳରେ ହାତୀ ଉପଦ୍ରବ ଲାଗିରହିଛି। ଏହାକୁ ନେଇ ଚାଷୀମାନେ ଚିନ୍ତିତ ହୋଇପଡିଛନ୍ତି। ଅଞ୍ଚଳବାସୀ କହିଛନ୍ତି, ୧୦ରୁ୧୫ଟି ହାତୀ ସାତକୋଶିଆ ଅଞ୍ଚଳରୁ ଏହି ରେଞ୍ଜକୁ ପଳାଇ ଆସିଛନ୍ତି। ଏବେ ଧାନ ଅମଳ ସମୟ ହୋଇଥିବାବେଳେ ହାତୀମାନେ ଧାନ କିଆରିରେ ପଶି ବ୍ୟାପକ ଫସଲ ନଷ୍ଟ କରୁଛନ୍ତି। ପାଚିଲା ଧାନ ଖାଇବା ସହ ଗ୍ରାମକୁ ଯାଇ ପନିପରିବା ଚାଷ ମଧ୍ୟ ନଷ୍ଟ କରୁଛନ୍ତି। ଏପରି କି ଆକ୍ରମଣ ଭୟରେ ଅଞ୍ଚଳବାସୀ ଭୟଭୀତ ହୋଇପଡିଛନ୍ତି। ହାତୀ ଘଉଡାଇବା ପାଇଁ ବହୁବାର ସ୍ଥାନୀୟ ବନାଞ୍ଚଳ କାର୍ଯ୍ୟାଳୟଠାରେ ଅଭିଯୋଗ କରାଗଲେ ମଧ୍ୟ ବନବିଭାଗ ହାତୀ ଘଉଡାଉ ନ ଥିବା ମଇମୁରା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଉପାୟଶୂନ୍ୟ ହୋଇ ଅଞ୍ଚଳବାସୀ ନିଜେ ବାଣ କିଣି ଓ ନିଆଁ ହୁଳା ଜାଳି ହାତୀ ଘଉଡାଉଛନ୍ତି। ତୁରନ୍ତ ଏ ଦିଗରେ ପଦପେ ନେବା ସହ କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଯୋଗାଇ ଦେବା ପାଇଁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ ଇତିହାସର ସବୁଠାରୁ ଲଜ୍ଜାଜନକ ସ୍କୋର, ଜାଣନ୍ତୁ କେତେ ଥିଲା ସ୍କୋର

ନୂଆଦିଲ୍ଲୀ,୯।୨: ICC ପୁରୁଷ T20 ବିଶ୍ୱକପର ଇତିହାସ ରୋମାଞ୍ଚକର ପ୍ରତିଯୋଗିତା, ହାଇ ସ୍କୋର ଏବଂ ଶେଷ ଓଭର ପର୍ଯ୍ୟନ୍ତ ଲମ୍ବିଥିବା ମ୍ୟାଚ ପାଇଁ ଜଣାଶୁଣା। ତଥାପି, ଏହି…

ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ୪ ଜୀବନ

ବଲାଙ୍ଗୀର,୯ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁରେକେଲା ଥାନା ଅନ୍ତର୍ଗତ ପଣ୍ଡରେନ ଗାଁ ନିକଟ ରାସ୍ତାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଫଳରେ ଗୋଟିଏ ପରିବାରର ୪…

ପୁଣି ଫେରିଲା ଶୀତ, ନିଆଁ-ଖରାକୁ ଖୋଜିଲେଣି ଲୋକେ

ଦାରିଙ୍ଗବାଡ଼ି,୯ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳକୁ କିଛି ଦିନ ବ୍ୟବଧାନ ପରେ ପୁଣି ଶୀତ ଫେରିଛି। ଫଳରେ ଏହି ଅସହ୍ୟ ଜାଡ଼ ଜନଜୀବନକୁ ପ୍ରଭାବିତ କରିଛି।…

ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ଏବେବି ରହିଛି ସସପେନ୍ସ, BCCI ଦେଲା ବଡ଼ ବୟାନ

ନୂଆଦିଲ୍ଲୀ,୯।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ T20 World Cup 2026 ମ୍ୟାଚ ନିରନ୍ତର ଖବରର ଶିରୋନାମାରେ ରହିଛି। ଫେବୃଆରୀ ୧୫ରେ କଲମ୍ବୋରେ ହେବାକୁ ଥିବା ଏହି…

ଅଜୀର୍ଣ୍ଣ ସମସ୍ୟା ଅଛି କି? ଆପଣାନ୍ତୁ ଏହି ଉପାୟ…

ସାଧାରଣତଃ ଯଦି ଖାଦ୍ୟ ଠିକ୍‌ ଭାବରେ ହଜମ ନ ହେଲା ତେବେ ଅଜୀର୍ଣ୍ଣ ସମସ୍ୟା ଦେଖାଯାଇଥାଏ। ଏହାପଛରେ ମଧ୍ୟ ଆଉ କେତୋଟି କାରଣ ରହିଛି। ଆବଶ୍ୟକତା ଠାରୁ…

ଶୋଷ, ଚାଷ ପାଇଁ ପାଣି ନିଅଣ୍ଟ

ଯାଜପୁର,୯ା୨(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ନଦୀଗୁଡ଼ିକରେ ଜଳପ୍ରବାହ ହ୍ରାସକୁ ଦେଖିଲେ ସମନ୍ବିତ ପ୍ରଯୁକ୍ତିବିଦ୍ୟା ଆଧାରିତ ଜଳ ସମ୍ପଦ ପରିଚାଳନା ପଦ୍ଧତି ଗ୍ରହଣ କରିବା ଜରୁରୀ ହୋଇପଡ଼ିଛି। ତଦନୁଯାୟୀ ରାଜ୍ୟ…

ବାଣିଜ୍ୟ, ପ୍ରତିରକ୍ଷାରେ ସହଯୋଗ ବଢ଼ାଇବେ ଭାରତ, ମାଲେସିଆ

କୁଆଲାଲୁମ୍ପୁର,୯ା୨(ପି.ଟି.): ବାଣିଜ୍ୟ, ପୁଞ୍ଜିନିବେଶ, ପ୍ରତିରକ୍ଷା, ଶକ୍ତି, ଆଧୁନିକ ଉତ୍ପାଦନ ଏବଂ ସେମିକଣ୍ଡକ୍ଟର ଆଦି ସର୍ବାଧିକ ପ୍ରାଥମିକତା ଥିବା ସେକ୍ଟରରେ ଭାରତ ଓ ମାଲେସିଆ ସମ୍ପର୍କ ବଢ଼ାଇବା ପାଇଁ…

ଆଜି ଚକୋଲେଟ୍‌ ଦେଇ ସମ୍ପର୍କରେ ମଧୁରତା ଭରିବେ ପ୍ରେମୀଯୁଗଳ

ଭୁବନେଶ୍ୱର,୯। ୨ (ସୌମ୍ୟରଞ୍ଜନ ରାଉତ): ରାଜଧାନୀରେ ଏବେ ପ୍ରେମଛିଟା ବୋଳି ହୋଇଯାଇଛି। କଲେଜଠାରୁ ଆରମ୍ଭ କରି ପାର୍କ, ହୋଟେଲ୍‌, ସିନେମା ହଲ୍‌ ଓ ବିଭିନ୍ନ ମଲ୍‌ରେ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri