ଘର ଭାଙ୍ଗି ଫସଲ ନଷ୍ଟ କଲେ ହାତୀପଲ

ନୂଆପଡ଼ା,୨୧ା୧୧ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ଓ ବୋଡେନ ବ୍ଲକର ବିଭିନ୍ନ ଗାଁରେ ୩୦ ଟିକିଆ ହାତୀପଲ ଆତଙ୍କ ଦେଖାଦେଇଛି। ଶୁକ୍ରବାର ହାତୀମାନେ କୋମନା ବ୍ଲକର ଦେଓଦର୍ହା ଗାଁରେ ଅନେକ ଲୋକଙ୍କ ଧାନଫସଲ ଖାଇବା ସହ ମାଡି ନଷ୍ଟ କରିଛନ୍ତି। ସେହିପରି ବୋଡେନ ବ୍ଲକ ନାଗପଡା ପଞ୍ଚାୟତର ଖୋଳି ଭିତର, ଭୂଇପାଣି, ଝରନାମାଲ ଗାଁର ବଂଶୀଧର ଶଗରିଆ ପ୍ରମୁଖଙ୍କ ଘର ହାତୀ ଭାଙ୍ଗି ଦେଇଛନ୍ତି। ଏହାସହ ଉଣ୍ଡଳ ଶଗରିଆ, କଳାମୁ ଶଗରିଆ, ଧନିରାମ ଶଗରିଆ, ରାମକୃଷ୍ଣ ଶଗରିଆ, ଦେବାର୍ଚନ ଶଗରିଆ, ଜଳନ୍ଧର ଶଗରିଆ, ଗୌରାଙ୍ଗ ଶଗରିଆ, ଚଉବନ ଶଗରିଆ, ପରମାନନ୍ଦ ଶଗରିଆ, ପଦ୍ମନୀ କରୁଆଁ, ନାଥୁରାମ କରୁଆଁ, ଦୁର୍ଯ୍ୟୋଧନ କରୁଆଁ, ରାଧେଶ୍ୟାମ ନିଆଲ, ମାଘ କରୁଆଁଙ୍କ ଖଳାରେ ଥିବା ଧାନ ଖାଇବା ସହ ବିଲରେ ଥିବା ଧାନକୁ ମାଡି ନଷ୍ଟ କରି ଦେଇଛନ୍ତି।

୩୦ ଟିକିଆ ପଲରେ ୨୨ଟି ବୟସ୍କ ହାତୀ ରହିଥିବାବେଳେ ୮ ଟି ଛୁଆ ହାତୀ ଅଛନ୍ତି। ପାଖାପାଖି ଏକସପ୍ତାହ ହୋଇଯିବ ଛତିଶଗଡ ପଟୁ ହାତୀପଲ ଆସି ଏଭଳି ଉପଦ୍ରବ ଚଳାଇଛନ୍ତି। ଶୁକ୍ରବାର ଦିନତମାମ ବନ ବିଭାଗ କର୍ମଚାରୀ ଓ ସ୍ଥାନୀୟ ଲୋକେ ବାଣ ଫୁଟାଇବା ପରେ ସା ସମୟରେ ସେମାନେ ଝରନାମାଲ ଗାଁରୁ ବୋଳଦା ପଟେ ଯାଇ ବଜନ ଜଙ୍ଗଲ ଭିତରେ ରହିଥିବା ସୂଚନା ମିଳିଛି ।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦେବେ ନାହିଁ ଧର୍ମେନ୍ଦ୍ର ପ୍ରଧାନ! ସରକାରଙ୍କ କଡ଼ା ଆଭିମୁଖ୍ୟ, ଗୋଟିଏ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ମାମଲାରେ ଦାୟିତ୍ୱ ନିର୍ଦ୍ଧାରଣ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଜାତୀୟ ରାଜଧାନୀ ଦିଲ୍ଲୀର ଜନ୍ତର-ମନ୍ତରରେ ଗତ ଏକ…

ରାଇକିଆରେ ବାହୁଡା଼ ଯାତ୍ରା ସମ୍ପନ୍ନ

ରାଇକିଆ,୨୪ା୭ (ପ୍ରଦୀପ ବେହେରା): ରାଇକିଆ ଠାରେ ଶୁକ୍ରବାର ବାହୁଡ଼ା ଯାତ୍ରା ସମ୍ପନ୍ନ ହୋଇଛି। ଅସ୍ଥାୟୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିରାଜମାନ କରିଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କର ସାମ୍ନାରେ…

ଗଞ୍ଜାମରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ/ଅନାଥ ତରାଇ): ଗଞ୍ଜାମ ସହରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ପାଳିତ ହୋଇଛି। ସକାଳୁ ମନ୍ଦିର ପରିସରରେ ପୂଜାପାଠ ଓ ରୀତିନୀତି ପାଳନ ପରେ ମହାପ୍ରଭୁଙ୍କ…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

୧୧ କେ.ଭି. ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ଘଟଣା: ଶକ୍ତି ସଚିବ, କଳାହାଣ୍ଡି ଜିଲାପାଳ ଓ ଏସପିଙ୍କୁ ନୋଟିସ ଜାରି କଲା ଜାତୀୟ ମାନବାଧିକାର କମିଶନ

ଥୁଆମୂଳ ରାମପୁର, ୨୪।୦୭ (ଦୁର୍ଗା କୀର୍ତ୍ତି): ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାରର ଚରମ ଅବହେଳା ଯୋଗୁ ଝୁଲନ୍ତା ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…

CJP ପ୍ରଦର୍ଶନରେ ପାକିସ୍ତାନୀ ଷଡ଼ଯନ୍ତ୍ର! ଜନ୍ତର-ମନ୍ତର ପ୍ରଦର୍ଶନକୁ ନେଇ ବଡ଼ ଖୁଲାସା, ବ୍ଲକ ହେଲା ୪୮୦…

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ‘କକ୍ରୋଚ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନ ମଧ୍ୟରେ ଦିଲ୍ଲୀ ପୋଲିସ ଏକ ବଡ଼ ଖୁଲାସା କରିଛି। ପୋଲିସ ଏକ ବଡ଼…

ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri