ହାତୀ ଉପଦ୍ରବ: ସହାୟତା ଦାବି କଲେ ଅଧ୍ୟକ୍ଷା

କେନ୍ଦୁଝର,୨୪ା୧୨(ସ୍ବ.ପ୍ର.): ଝୁମ୍ପୁରା ବ୍ଲକ ନିଶ୍ଚିନ୍ତପୁର ପଞ୍ଚାୟତର ଅମ୍ଳାନିଗୋଡ଼ା ଗ୍ରାମରେ ହାତୀ ଉପଦ୍ରବ ଜାରି ରହିଛି। ହାତୀମାନେ ଘର ଭାଙ୍ଗିବା ସହ ଫସଲ, ଘରର ଆସବାବପତ୍ର ନଷ୍ଟ କରୁଥିବାରୁ ଲୋକମାନେ ଚିନ୍ତାରେ ରହିଛନ୍ତି ସେମାନଙ୍କ ପାଖାପାଖି ୧୫ ହଜାର ଟଙ୍କା ମଧ୍ୟ ଦଳାଚକଟା କରି ଖାଇ ଦେଇଛନ୍ତି। ବନ ବିଭାଗ କିମ୍ବା ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତା ଦେବାକୁ ଉକ୍ତ ଅଞ୍ଚଳ ଗସ୍ତ କରିଥିବା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷା ଲକ୍ଷ୍ମୀ ନାଏକ କହିଛନ୍ତି। କ୍ଷତିଗ୍ରସ୍ତ ପରିବାର ହେଲେ ଭୂବନ ମହାନ୍ତ, ଅନ୍ନପୂର୍ଣ୍ଣା ମହାନ୍ତ, ମଦନ ମହାନ୍ତ, ଜଗମୋହନ ମହାନ୍ତ, ଡମ୍ବରୁଧର ମହାନ୍ତ, କୁଚୁରୀ ମହାନ୍ତ, ହୃଷୀକେଶ ମହାନ୍ତ, ମାନିଆ ମୁଣ୍ଡା, ମୀନକେତନ ମୁଣ୍ଡା, ରାବଣ ସର୍ଦ୍ଦାର, ଲବ ସର୍ଦ୍ଦାର। ହାତୀ ସେମାନଙ୍କ ଘରଦ୍ୱାର ଭାଙ୍ଗିବା ସହ ବହୁ କଷ୍ଟରେ ଧାରକରଜ କରିଥିବା କୋବି, ବାଇଗଣ, ବିଲାତି, ମଟର ଆଦି ଚାଷକୁ ଦଳି ଚକଟି ଦେଇଥିବାରୁ ମୁଣ୍ଡରେ ହାତ ଦେଇ ବସିଛନ୍ତି। ବର୍ଷ ତମାମ କିପରି ଚଳିବେ ସେନେଇ ଚିନ୍ତାରେ ରହିଛନ୍ତି। କ୍ଷତିଗ୍ରସ୍ତ ପରିବାରଙ୍କୁ ତୁରନ୍ତ ଜିଲା ଖଣିଜ ପ୍ରତିଷ୍ଠାନ ପାଣ୍ଠିରୁ ସହାୟତା ପ୍ରଦାନ କରାଗଲେ ଗରିବ ଲୋକମାନେ ଉପକୃତ ହୋଇ ପାରନ୍ତେ ବୋଲି ମତ ପ୍ରକାଶ ପାଇଛି। ଦୀର୍ଘଦିନ ଧରି ଉକ୍ତ ଅଞ୍ଚଳରେ ହାତୀ ଉପଦ୍ରବ ଲାଗି ରହିଥିବା ବେଳେ ବନ ବିଭାଗ ପକ୍ଷରୁ ସେମାନଙ୍କ ସମ୍ପତ୍ତିର ସୁରକ୍ଷା ଦିଆଯାଇ ପାରୁନାହିଁ କିମ୍ବା ଆପାତ୍ତକାଳୀନ ସହାୟତା ଦିଆଯାଉ ନ ଥିବାରୁ ଦୁଃଖରେ ରହିଛନ୍ତି। ଅର୍ଥାଭାବରୁ ଘର ମରାମତି କରି ପାରୁନାହାନ୍ତି। ଫଳରେ ଶୀତର ପ୍ରକୋପରେ ଭଙ୍ଗା ଦଦରା ଘରେ ବହୁ କଷ୍ଟରେ ରହିବାକୁ ପଡୁଛି। ଉକ୍ତ ଗ୍ରାମରେ ଦୁଇଟି ପଡ଼ାରେ ପାଖାପାଖି ୬୦ ପରିବାର ବସବାସ କରଥିବାରୁ ହାତୀ ଉପଦ୍ରବରେ ଆତଙ୍କିତ ହୋଇପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri