ଘର ଭାଙ୍ଗିଲେ ହାତୀପଲ, ଉଜାଡ଼ିଲେ ଫସଲ

ଭୁବନ,୧ା୨(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବନାଞ୍ଚଳ ଅଧୀନର ବିସ୍ତୀର୍ଣ୍ଣ ସ୍ଥାନରେ ଶୁକ୍ରବାର ରାତିରେ ୧୧ ଟିକିଆ ହାତୀପଲ ଆତଙ୍କ ଖେଳାଇଛନ୍ତି। ବିଳମ୍ବିତ ରାତିରେ ମଠକରଗୋଳା ଅଞ୍ଚଳରୁ ୧୧ଟିକିଆ ହାତୀପଲ ଓଡ଼ିଶା ପଞ୍ଚାୟତ ବେଲପାଳ ଗ୍ରାମରେ ତିନୋଟି ଘର ଭାଙ୍ଗି ଘରୁ ଭାତ ଓ ଧାନ ଖାଇଯାଛନ୍ତି। ଲୋକମାନେ ଘରେ ରୋଷେଇ କରି ଖାଇବା ପୂର୍ବରୁ ହାତୀପଲ ଘର ଭାଙ୍ଗି ଭାତ ଓ ଧାନ ଖାଇଲେ। ଲୋକମାନେ ହାତୀକୁ ଦେଖି ଭୟଭୀତ ହୋଇ ଘରଛାଡ଼ି ପିଲାଛୁଆଙ୍କୁ ନେଇ ଜୀନ ରକ୍ଷା ପାଇଁ ଘର ଛାଡ଼ି ପଳାଇ ଯାଇଥିଲେ। ସେହିପରି ଦୟଣାବିଲ ପଞ୍ଚାୟତର ମଠନୂଆଗାଁରେ ଚାଷୀମାନେ କରିଥିବା ବିଲକୁ ନଷ୍ଟ କରିବା ସହିତ ଅଲେଖ ଖିଲାରଙ୍କ ପରିବା ବଗିଚାରେ ପଶି କଖାରୁ,ମକା ଖାଇବା ସହିତ ବ୍ୟାପକ ପରିବା ଫସଲ ନଷ୍ଟ କରିଦେଇଛନ୍ତି। ଖବର ପାଇ ଭୁବନ ନ ବିଭାଗ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ। ହାତୀକୁ ଘଉଡ଼ାଇବାରୁ ହାତୀପଲ କାମାକ୍ଷାନଗର ବନ୍ୟାଞ୍ଚଳ ବିରାଶାଳ ଜଙ୍ଗଲକୁ ପଳାଇ ଯାଇଥିଲେ। ଭୁବନ ରେଞ୍ଜର, ବନ କର୍ମଚାରୀମାନେ ପହଞ୍ଚି କ୍ଷୟକ୍ଷତି ଅଟକଳ କରି ଭାଙ୍ଗିଥିବା ଘର ଓ ନଷ୍ଟ ହୋଇଥିବା ଫସଲର କ୍ଷୟକ୍ଷତି ଅଟକଳ କରି ସହାୟତା ଯୋଗାଇ ଦିଆଯିବ ବୋଲି କହିଥିଲେ। ଦିନକୁ ଦିନ ଭୁବନ ବନାଞ୍ଚଳରେ ଧାତ୍ରୀ ଅନେକ ଲୋକଙ୍କର ଘର ଭାଙ୍ଗି ଦେଇଥିଲେ ମଧ୍ୟ ବ୍ଲକ ତଥା ପଞ୍ଚାୟତ ବିଭାଗ ପକ୍ଷରୁ ହିତାଧିକାରୀଙ୍କୁ ସରକାରୀ ସହାୟତା ତଥା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରିପାରୁନାହିଁ। ବାରମ୍ବାର ଅଭିଯୋଗ ପରେ ହିତାଧିକାରୀ ନିରାଶ ହୋଇ ରହିଛନ୍ତି। ଏଥିପ୍ରତି ବନବିଭାଗ ଓ ବ୍ଲକ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସହାୟତା ଓ ନୂତନ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରିବା ପାଇଁ ବାରମ୍ବାର ଅଭିଯୋଗ ହୋଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଇନାହିଁ ବୋଲି ଅଞ୍ଚଳବାସୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri