ଘର ଭାଙ୍ଗିଲେ ହାତୀପଲ, ଉଜାଡ଼ିଲେ ଫସଲ

ଭୁବନ,୧ା୨(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବନାଞ୍ଚଳ ଅଧୀନର ବିସ୍ତୀର୍ଣ୍ଣ ସ୍ଥାନରେ ଶୁକ୍ରବାର ରାତିରେ ୧୧ ଟିକିଆ ହାତୀପଲ ଆତଙ୍କ ଖେଳାଇଛନ୍ତି। ବିଳମ୍ବିତ ରାତିରେ ମଠକରଗୋଳା ଅଞ୍ଚଳରୁ ୧୧ଟିକିଆ ହାତୀପଲ ଓଡ଼ିଶା ପଞ୍ଚାୟତ ବେଲପାଳ ଗ୍ରାମରେ ତିନୋଟି ଘର ଭାଙ୍ଗି ଘରୁ ଭାତ ଓ ଧାନ ଖାଇଯାଛନ୍ତି। ଲୋକମାନେ ଘରେ ରୋଷେଇ କରି ଖାଇବା ପୂର୍ବରୁ ହାତୀପଲ ଘର ଭାଙ୍ଗି ଭାତ ଓ ଧାନ ଖାଇଲେ। ଲୋକମାନେ ହାତୀକୁ ଦେଖି ଭୟଭୀତ ହୋଇ ଘରଛାଡ଼ି ପିଲାଛୁଆଙ୍କୁ ନେଇ ଜୀନ ରକ୍ଷା ପାଇଁ ଘର ଛାଡ଼ି ପଳାଇ ଯାଇଥିଲେ। ସେହିପରି ଦୟଣାବିଲ ପଞ୍ଚାୟତର ମଠନୂଆଗାଁରେ ଚାଷୀମାନେ କରିଥିବା ବିଲକୁ ନଷ୍ଟ କରିବା ସହିତ ଅଲେଖ ଖିଲାରଙ୍କ ପରିବା ବଗିଚାରେ ପଶି କଖାରୁ,ମକା ଖାଇବା ସହିତ ବ୍ୟାପକ ପରିବା ଫସଲ ନଷ୍ଟ କରିଦେଇଛନ୍ତି। ଖବର ପାଇ ଭୁବନ ନ ବିଭାଗ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ। ହାତୀକୁ ଘଉଡ଼ାଇବାରୁ ହାତୀପଲ କାମାକ୍ଷାନଗର ବନ୍ୟାଞ୍ଚଳ ବିରାଶାଳ ଜଙ୍ଗଲକୁ ପଳାଇ ଯାଇଥିଲେ। ଭୁବନ ରେଞ୍ଜର, ବନ କର୍ମଚାରୀମାନେ ପହଞ୍ଚି କ୍ଷୟକ୍ଷତି ଅଟକଳ କରି ଭାଙ୍ଗିଥିବା ଘର ଓ ନଷ୍ଟ ହୋଇଥିବା ଫସଲର କ୍ଷୟକ୍ଷତି ଅଟକଳ କରି ସହାୟତା ଯୋଗାଇ ଦିଆଯିବ ବୋଲି କହିଥିଲେ। ଦିନକୁ ଦିନ ଭୁବନ ବନାଞ୍ଚଳରେ ଧାତ୍ରୀ ଅନେକ ଲୋକଙ୍କର ଘର ଭାଙ୍ଗି ଦେଇଥିଲେ ମଧ୍ୟ ବ୍ଲକ ତଥା ପଞ୍ଚାୟତ ବିଭାଗ ପକ୍ଷରୁ ହିତାଧିକାରୀଙ୍କୁ ସରକାରୀ ସହାୟତା ତଥା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରିପାରୁନାହିଁ। ବାରମ୍ବାର ଅଭିଯୋଗ ପରେ ହିତାଧିକାରୀ ନିରାଶ ହୋଇ ରହିଛନ୍ତି। ଏଥିପ୍ରତି ବନବିଭାଗ ଓ ବ୍ଲକ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସହାୟତା ଓ ନୂତନ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରିବା ପାଇଁ ବାରମ୍ବାର ଅଭିଯୋଗ ହୋଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଇନାହିଁ ବୋଲି ଅଞ୍ଚଳବାସୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?